-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||     

HOME   ଜିଲ୍ଲା

ବୋଡ଼େନ ପୋଲିସକୁ ବଡ଼ ସଫଳତା

05-Aug-2024



ବୋଡ଼େନ  (ରାମନାଥ ପଣ୍ଡା) 
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ବୋଡ଼େନ ବସ ଷ୍ଟାଣ୍ଡ ପାଖ ବିଦେଶୀ ମଦ ଦୋକାନରୁ ବିଦେଶୀ ମଦ ଚୋରି ଘଟଣାରେ ଆଜି ବୋଡ଼େନ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରି  କୋର୍ଟ ଚଲାଣ କରିଛନ୍ତି । ଗତ ୦୧ ତାରିଖ
ରାତ୍ର  ସମୟରେ ବୋଡ଼େନ ବସ ଷ୍ଟାଣ୍ଡ ପାଖ ବିଦେଶୀ ମଦ ଦୋକାନ ର ସିସି ଟିଭି, ହାର୍ଡ ଡିସ୍କ ତଥା ଭେଣ୍ଟିଲେଟରକୁ ଭାଙ୍ଗି ଚୋର ମାନେ ମଦ ଚୋରି କରି ପଳାଇ ଥିଲେ ।  ସକାଳେ  ଦୋକାନ ଖୋଲିବା ପରେ  ଚୋରି ହୋଇଥିବା ଜାଣି ବିଦେଶୀ ମଦ ଦୋକାନ ମ୍ୟାନେଜର ଶ୍ରୀକାନ୍ତ ସାହୁ  ବୋଡେ଼ନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ l ଏହି ଅଭିଯୋଗକୁ ଭିତ୍ତିକରି ବୋଡ଼େନ ଥାନା ଆଇ ଆଇ ସି ଗୋବିନ୍ଦ ମାଝୀ ଙ୍କ ତତ୍ତ୍ଵାବଧାନରେ ତଥା ଇନଭେଷ୍ଟିଗେସନ ଅଧିକାରୀ ରୂପେ ଏସ ଆଇ ଜିତୁ ମହାନନ୍ଦଙ୍କ ସମେତ  ଏସ ଆଇ ମଞ୍ଜୁଲତା ଖାଡଙ୍ଗା, ଏ ଏସ ଆଇ ସୁରତ ମାଝୀ, ଏ ଏସ ଆଇ କେଦାର ମାଝୀ, ଏ ଏସ ଆଇ ଲଳିତ ମୋହନ ନାଏକ,ହାବିଲଦାର  କୃତି ବାସ ପାନ,କନେଷ୍ଟବଳ ଅନନ୍ତ ଶବର ଏବଂ  ସଦ୍ଧାନୀ କୁକୁର  ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ପ୍ରକ୍ରିୟା ଆରମ୍ଭକରିଥିଲେ । ଲଗାତାର ଦୁଇଦିନ ଦୁଇରାତି ଏକ କରି ଚୋର ଧରିବା ପାଇଁ ବୋଡ଼େନ ପୋଲିସ କଠିନ ପରିଶ୍ରମ କରି ସଫଳତାର ସହ ଚୋରକୁ ନିଜ ଆୟତ୍ତରେ ଆଣି ପାରିଛନ୍ତି । ଚୋର ଧରିବା ପରେ ସେହି ଚୋର ମାନଙ୍କୁ ଲଗାଇ ବିଭିନ୍ନ ବ୍ରାଣ୍ଡର ୪୧ ଟି  ବିଦେଶୀ ମଦ ବୋତଲ ନିକଟ ଗୁଡ଼ି ବନ୍ଧରୁ ଜବତ କରିଥିଲେ । ଯାହାବି ଚୋରି ହୋଇଥିଲା ତନ୍ମଧ୍ୟରୁ ୩୪,୪୩୦ ଟଙ୍କାର ମଦ ଜବତ ହୋଇ ପାରିଛି ବୋଲି ପୋଲିସ ପକ୍ଷରୁ ଜଣା ପଡିଛି । ଉକ୍ତ ଘଟଣାରେ କେଶ ନମ୍ବର ୧୭୪/ ୨୪  ରୁଜୁକରି ଆଜି ବୋଡେ଼ନ ଗ୍ରାମର ଭାଙ୍ଗଖାଉ ମାଝୀ, ରୁଣ୍ଡି ଗ୍ରାମର ରୁପସିଂ ମାଝୀ ଓ ବିନୋପୁର ଗ୍ରାମର ପିଣ୍ଟୁ ନିଆଳଙ୍କୁ ବୋଡ଼େନ ପୋଲିସ   ଗିରଫ କରି କୋର୍ଟ  ଚାଲାଣ କରିଛନ୍ତି l ବୋଡ଼େନ ପୋଲିସ ଦିନରାତି ଏକ କରି ୪୮ ଘଣ୍ଟା ମଧ୍ୟରେ ବଡ଼ ସଫଳତା ହାସଲ କରି ପୋଲିସ ବିଭାଗର ନାମ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026

You Might Also Like