-+91-9937148622 |
prerana_bgr@rediffmail.com |
Tuesday 17th February 2026 |
R.N.I. Regd No. ODIODI/2010/46693
Breaking News
13-Aug-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି I
ଏହି ଅବସରରେ ବରଗଡ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ଗାନ୍ଧୀଛକ ଠାରୁ ବୀର ସୁରେନ୍ଦ୍ର ସାଏ ଛକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଛି । ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ମାନ୍ୟବର ଅଶ୍ଵନୀ ଷଡଙ୍ଗୀ ଯୋଗ ଦେଇ କାନଭାସରେ ଜୟହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ମନିନୀ ଭୋଇ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତିଳତୋମା , ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନା ଯୋଗ ଦେଇ କାନଭାସରେ ନିଜ ବାର୍ତ୍ତା ଦେବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସୂଚନା ଯୋଗ୍ୟଯେ, ବରଗଡ ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଜିଲ୍ଲାପାଳ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ
ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ବରଗଡ ଜିଲ୍ଲା ବାସୀଙ୍କୁ ନିବେଦନ କରିଛନ୍ତି । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂଙ୍କ ନେତୃତ୍ଵରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ଆହୋଇଥିବା ବେଳେ ମିଶନ ଶକ୍ତି, ଶିକ୍ଷା, ସଂସ୍କୃତି ଏବଂ ସୂଚନା ଏବଂ ଲୋକ ସଂପର୍କ ଭିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ, ଯୋଗ ଦେଇଥିଲେ ବୋଲି ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ସୂଚନା ପ୍ରଦାନ କରିଛନ୍ତି I