-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

ବିଭାଗ ସ୍ତରୀୟ ଜ୍ଞାନ – ବିଜ୍ଞାନ ମେଳା -୨୦୨୪

25-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସୋନପୁର ଠାରେ ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା–୨୦୨୪ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ  ସୁବର୍ଣ୍ଣପୁର ବିଭାଗ ଅନ୍ତର୍ଗତ ୨୧ ଟି ବିଦ୍ୟାଳୟ ରୁ ଅଂଶଗ୍ରହଣ କରିଥିବା ଏହି କାର୍ଯ୍ୟକ୍ରମକୁ ଟାଟା ପାୱାର ସୋନପୁର ଉପଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ବିବେକାନନ୍ଦ ଦୀକ୍ଷିତ ଉଦଘାଟନ କରି ବିଜ୍ଞାନର ଆବଶ୍ୟକତା ଓ ପ୍ରଭାବ ବିଷୟରେ ଶିଶୁମାନଙ୍କୁ ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ସଭାପତି ଡଃ  ପୌଲସ୍ତି ସାହୁଙ୍କୁ  ଅଧ୍ୟକ୍ଷତାରେ ଉଭୟ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ଜିଲ୍ଲାପ୍ରମୁଖ ମାନନୀୟ ଶ୍ରୀ ବିଭୁତି ଭୂଷଣ ଓତା ଓ ଶ୍ରୀ କାର୍ତ୍ତିକେଶ୍ଵର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାସ ଚନ୍ଦ୍ର ମିଶ୍ରଙ୍କ ସଂଯୋଜନାରେ  ଏହି କାର୍ଯ୍ୟକ୍ରମ ଶିକ୍ଷା ବିକାଶ ସମିତି, ଓଡିଶା  ପ୍ରାନ୍ତ ବିଦ୍ୟା ମନ୍ଦିର ଶୈକ୍ଷିକ ସଂଯୋଜକ ଶ୍ରୀ ଆଶିଷ କୁମାର ରଥ ଓ ବିଭାଗ ନିରୀକ୍ଷକ ଶ୍ରୀ ମନୋରଞ୍ଜନ କର ଉପସ୍ଥିତ ରହି ପ୍ରତ୍ୟକ୍ଷ ମାର୍ଗଦର୍ଶନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା ପାଇଁ ୩୧ ଜଣ ପରିଚାଳକ ରୂପୀ ଆଚାର୍ଯ୍ୟ ,ଆଚାର୍ଯ୍ୟl ଯୋଗଦାନ କରିଥିଲେ । ୧୮୭ ଜଣ ଶିଶୁ ବୈଜ୍ଞାନିକଙ୍କୁ ନେଇ ଏଥିରେ ବିଭିନ୍ନ ବର୍ଗରେ ପ୍ରଶ୍ନମଞ୍ଚ, ପତ୍ର ବାଚନ, କଥା କଥନ, ଗଣିତ ଓ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ, ଆଶୁଭାଷଣ, ମୂର୍ତ୍ତିକଳା, ଗୀତ, ଲୋକନୃତ୍ୟ ଆଦି ପ୍ରତିଯୋଗୀତା  ମାନ ଅନୁଷ୍ଠିତ ହୋଇଥିଲା । ସମାରୋପରେ ସମସ୍ତ କୃତି ପ୍ରତିଭାଗୀଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା । ବିଦ୍ୟାଳୟରେ ସମସ୍ତ ଗୁରୁଜୀ ଗୁରୁମା ଓ ସେବକ ସେବିକାଙ୍କ ସହାୟତାରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା । ପରିଚାଳନା ସମିତିର ସଂପାଦକ ଶ୍ରୀ କୈଳାସ ଚାନ୍ଦ, ଯୁଗ୍ମ–ସଂପାଦକ ଶ୍ରୀ ଘନଶ୍ୟାମ ମିଶ୍ର , କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା ପ୍ରମୁଖ ପ୍ରତ୍ୟକ୍ଷ ଭାବେ ଉପସ୍ଥିତ ରହି ଶିଶୁ ମାନଙ୍କୁ ଉତ୍ସାହ ପ୍ରଦାନ କରିଥିଲେ । ବିଭିନ୍ନ ସରକାରୀ ବିଦ୍ୟାଳୟର ଶିକ୍ଷକ ଗଣ ବିଚାରକ ଭାବେ ଯୋଗଦେଇ ପ୍ରତିଯୋଗୀତା ପ୍ରକଳ୍ପ ଗୁଡିକର ମୂଲ୍ୟାୟନ କରିଥିଲେ।  ଏ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଜିଲ୍ଲା ଶିକ୍ଷା ବିଭାଗକୁ ମଧ୍ୟ ବିଦ୍ୟାଳୟ ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମ ଶେଷରେ କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like