-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ରାଜ୍ୟ

ବେଗୁନିଆରେ ଅପରାଜିତାଙ୍କୁ ଜନତାଙ୍କ ବିରୋଧ : ଉଦ୍‌‌ଘାଟନକୁ ଆସିବା ରାସ୍ତାରୁ ଫେରିଗଲେ ସାଂସଦ

30-Aug-2024



ଖୋର୍ଦ୍ଧା/ବେଗୁନିଆ : ନିର୍ବାଚନ ସରିବାର ୩ ମାସ ପୂରିନି। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରିବା ପୁଣି ଆରମ୍ଭ ହୋଇଛି। ବେଗୁନିଆ ବୋଲଗଡ଼ ନିର୍ବାଚନମଣ୍ଡଳୀରେ ପୁଣି ତେଜିଛି ଅପରାଜିତା ବିରୋଧୀ ଆନ୍ଦୋଳନ। ଅପରାଜିତା ଡାଉନ୍‌‌ ଡାଉନ୍‌‌ ନାରା ଦେଲେ ଲୋକେ।

ପ୍ରକାଶ ଥାଉକି, ବେଗୁନିଆ ବ୍ଲକ ଅନ୍ତର୍ଗତ ସିକୋ, ହଜ ପଞ୍ଚାୟତରେ ଉଦ୍ୟାନ କୃଷି ବିଭାଗର ଅନୁଦାନ ରାଶିରେ ବ୍ଲକ ପ୍ରଶାସନ ସହଯୋଗରେ ଏକ ଶୀତଳ ଭଣ୍ଡାର ଉଦ୍‌‌ଘାଟନ ପାଇଁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଥିଲା। ବର୍ତ୍ତମାନ ବିଧାନସଭା ଚାଲୁଥିବାରୁ ବିଧାୟକ ଆସିବା ସମ୍ଭବ ନୁହେଁ। ଏହା ସତ୍ତ୍ବେ ପ୍ରଶାସନ ଉପରେ ଚାପ ପକାଇ ସାଂସଦ ଏକୁଟିଆ ଉଦ୍‌‌ଘାଟନ କରିବାକୁ ଚୂଡ଼ାନ୍ତ କରିଥିଲେ। ହେଲେ ସ୍ଥାନୀୟ ସରପଞ୍ଚ, ଲୋକପ୍ରତିନିଧିଙ୍କ ସହ ଶହ ଶହ ସଂଖ୍ୟାରେ ପୁରୁଷ ମହିଳା ରାସ୍ତାରେ ବସି ଏହାର ପ୍ରତିବାଦ କରିଛନ୍ତି। ଏଥିରେ ବିଜେଡି ବ୍ଲକ ପ୍ରତିନିଧି ପ୍ରଶାନ୍ତ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ତନୁଜା ପାଟ୍ଟଶାଣୀ, ସତ୍ୟ ନାରାୟଣ ପ୍ରଧାନ, ପ୍ରମୋଦ ଦଳାଇ, ଆରତ ମାଝୀ, ଲାବଣ୍ୟ ଜୟସିଂହ, ଦମୟନ୍ତୀ ସାମନ୍ତରାୟ, ଲିଲା ସ୍ୱାଇଁ, ସନ୍ତୋଷୀ ରାୟ, ସମିତି ସଭ୍ୟ ଅଞ୍ଜଳି ସାହୁ, ଦିଲୀପ ବଡ଼ଜେନା, ଅଲେଖ ବେହେରା, ସଞ୍ଜୟ ଦେହୁରୀ, ଦୁର୍ଗା ଚରଣ ମଙ୍ଗରାଜ, ପୂର୍ବତନ ସରପଞ୍ଚ ଭାସ୍କର ସାମନ୍ତରାୟ, ୱାର୍ଡ ସଭ୍ୟ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ରହି ବିରୋଧ ପ୍ରଦର୍ଶନ କରିଥିଲେ । ଅପରାଜିତାଙ୍କ ବିରୋଧରେ ନାରାବାଜି ଦେବା ସହ ବିଜେପି ସରକାର ବିରୋଧରେ ବି ସ୍ୱର ଉତ୍ତୋଳନ କରିଥିଲେ। ଖବର ପାଇ ଜଙ୍କିଆ ପୁଲିସ ୨ ସେକ୍ସନ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ହେଲେ ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ଲୋକେ ଘୋର ବିରୋଧ କରିଥିଲେ। ସାଂସଦଙ୍କ ପ୍ରତିନିଧି ତଥା ବେଗୁନିଆ ବୋଲଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ରଣବିଜୁଳି ଲୋକଙ୍କୁ ବୁଝାଇ ଉଦ୍‌‌ଘାଟନ କରିବାକୁ ଚେଷ୍ଟା କରିଥିଲେ ବି ସଫଳ ହୋଇନଥିଲେ। ଲୋକଙ୍କ ପ୍ରତିବାଦ ଖବର ପାଇ ସାଂସଦ ଅଧା ବାଟରୁ ଫେରିଯାଇଥିଲେ।

ଏନେଇ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁଙ୍କୁ ପଚାରିବାରେ ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ବିଧାନସଭା ଅଧିବେଶନରେ ଉପସ୍ଥିତ ରହି ଅଞ୍ଚଳର ବିଭିନ୍ନ ପ୍ରକାର ପ୍ରସଙ୍ଗ ଉପସ୍ଥାପନ କରୁଥିବା ବେଳେ ସାଂସଦ ସ୍ଥାନୀୟ ବିଧାୟକ, ବ୍ଲକ ଅଧ୍ୟକ୍ଷ ଓ ନିର୍ବାଚିତ ପ୍ରତିନିଧିଙ୍କ ଅଗୋଚରରେ ଏଭଳି କାର୍ଯ୍ୟ କରିବା କେତେଦୂର ଯଥାର୍ଥ ବୋଲି କହିବା ସହ ଅଞ୍ଚଳବାସୀଙ୍କ ପକ୍ଷରୁ କ୍ଷୋଭ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ୪ ଦିନ ତଳେ ବାଲିପାଟଣାରେ ସାଂସଦଙ୍କୁ ନ ଡାକିବା ଏବଂ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ପ୍ରଶାସନ ଉପରେ ଚାପ ପକାଇ ପୂର୍ବ ସରକାର ପ୍ରକଳ୍ପକୁ ଉଦ୍‌‌ଘାଟନ କରି ବାହାବାହା ନେବା ସାଂସଦଙ୍କୁ ଦିନକୁ ଦିନ ମହଙ୍ଗା ପଡୁଥିବା ଚର୍ଚ୍ଚା ହେଉଛି।

(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like