-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

10-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ପଡ଼ା ଗ୍ରାମରେ ପରବାସୀ କୁଟୁମ୍ ର ୧୦ମ ନୂଆଁଖାଇ ଭେଟଘାଟ  ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ଦିନବ୍ୟାପୀ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କବି, ସାହିତ୍ୟିକ, ବୁଦ୍ଧିଜିବୀ ପ୍ରମୁଖ ବହୁ ସଂଖ୍ୟାରେ  ଅଂଶ ଗ୍ରହଣ କରିଥିଲେ। ଗ୍ରାମ୍ୟ ଦେବୀ ଓ ମାଁ ସମଲେଶ୍ଵରୀଙ୍କ ଠାରେ ପୂଜାର୍ଚ୍ଚନା କରିବା ପରେ ଭେଟଘାଟ ସଭା ଆରମ୍ଭ ହୋଇଥିଲା । ପରିଷଦର ସଭାପତି କପିଲେଶ୍ୱର ଖମାରୀଙ୍କ ପୌରୋହିତ୍ୟର ଆୟୋଜିତ ସଭାରେ ସମ୍ପାଦକ ସଚ୍ଚିଦାନନ୍ଦ ପଧାନ ଓ ଉପଦେଷ୍ଟା ନାଟ୍ୟକାର ମୋହନ ସିଂହ କହ୍ନେଇ ମଞ୍ଚାସିନ ଥିଲେ । ଆଲୋଚକ ଭାବରେ ବଲାଙ୍ଗୀର କୋଶଳ ପ୍ରବାହର ସମ୍ପାଦକ ତଥା କବି ଆନନ୍ଦ ଚନ୍ଦ୍ର ସାହୁ "ସମ୍ବଲପୁରୀ କୋଶଲି ଭାଷାର ଗତି ଓ ସ୍ଥିତି" ଏବଂ ଆଇଆଇଏମ୍ ପ୍ରଫେସର ସୁଜିତ କୁମାର ପୃଷେଠ "ହଜି ବସୂଥିବାର ସଂସ୍କୃତି ଓ ଆମେ" ଶୀର୍ଷକରେ ଆଲୋଚନା କରିଥିଲେ । ବରଗଡର ସାହିତ୍ୟିକ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ପରବାସୀ ସାହିତ୍ୟ ସମ୍ମାନ, ବଲାଙ୍ଗୀରର କଳାକାର ନିଶାର ଅହମ୍ମଦଙ୍କୁ ସଂସ୍କୃତି ସମ୍ମାନ ଓ କଳାହାଣ୍ଡିର ଯୁବ ଗବେଷକ ରଜତରାଜ ପାଣିଗ୍ରାହୀଙ୍କୁ ଯୁବ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା । ପଡ଼ା ଗ୍ରାମର ସମାଜସେବୀ ଆନନ୍ଦ ଚନ୍ଦ୍ର ମେହେର, କଳାକାର ମୀନକେତନ ମେହେରଙ୍କୁ ସମ୍ବର୍ଦ୍ଧନା ଓ ଦିବଂଗତ ଶିକ୍ଷବିତ ରାଘୁବୀର ଦେବତାଙ୍କୁ ମରଣତ୍ତର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ଅବସରରେ ଉମାକାନ୍ତ ଭୋଇଙ୍କ ପ୍ରବନ୍ଧ ପୁସ୍ତକ ହୀରାକୁଦ ବନ୍ଧା ଓ ଓଜସ୍ଵିନି ମାହାରଙ୍କ ଉପନ୍ୟାସ ଜବାବ  ଉନ୍ମୋଚିତ ହୋଇଥିଲା

।ସାହିତ୍ୟିକ ଗୌରିଦାଶ ଓ ପଧାନ, ତେଜରୁ ବାରିକ,  ଅଧ୍ୟାପକ ଜୟଦେବ ସାହୁ, ସୁକୁମାର ଭୋଇ, ଗୌରଚରଣ ପଧାନ, ଡ.ସୁବାସ ମେହେରଙ୍କ ସମେତ ବହୁ ସାହିତ୍ୟିକ ମାନେ ଯୋଗଦାନ କରିଥିଲେ । ଏହାପରେ କବୟିତ୍ରୀ ସଂଗୀତା ପଣ୍ଡା ଷଡ଼ଙ୍ଗୀ ଓ କବି ରଞ୍ଜିତ ପାଧାନ ଙ୍କ ଅଧ୍ୟକ୍ଷତାରେ ଦୁଇ ପୃଥକ୍ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।  କବି  ସଚ୍ଚିଦାନନ୍ଦ ପଣ୍ଡା, ନୀତିଶ ଆଚାର୍ଯ୍ୟ, ଅଧିକାରୀ ସା, ଗୁଣ ସାଗର ସାହୁ, ହରିଲାଲ ସାହୁ, ରାମପ୍ରସାଦ ବାଗ,ମୁନିରାମ କୁମ୍ଭାର, ମନୋରଞ୍ଜନ ଲୁହା, ଭରତ ନାୟକଙ୍କ ସମେତ ବହୁ ସଂଖ୍ୟାରେ କବିମାନେ କବିତା ଆବୃତ୍ତି କରିଥିଲେ। ଅଧ୍ୟାପକ ସୁଶାନ୍ତ ମିଶ୍ର, ଉମାକାନ୍ତ ଭୋଇ, ମନୀଷ ମହାପାତ୍ର, ଶେଷଦେବ ମେହେର, ମାନିନୀ ମେହେର, ଆରତୀ ସାହୁ, ଓଜଶ୍ଵିନୀ ମାହାର ପ୍ରମୁଖ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ପରବାସୀ କୁଟୁମ ଓ ପଡ଼ା ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ନାଟ୍ୟକାର ସୁବାସ ପଧାନ ଙ୍କ ରଚିତ ନିର୍ଦ୍ଦେଶିତ ନାଟକ ଲାଲ ପାଏନକୁ ମିରର ଥିଏଟର ବେଲପାହାଡ଼ର କଳାକାର ମାନେ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like