-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ, ନୂଆ ସରକାରଙ୍କ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ : ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ

21-Sep-2024



ବଲାଙ୍ଗିର(ଚିତ୍ରସେନ ବେହେରା):  ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ଲୋକଙ୍କ ସରକାର ୧୦୦ ଦିନ ପୂରଣ କରିଛି । ଏହି ୧୦୦ ଦିନ ମଧ୍ୟରେ ରାଜ୍ୟ ସରକାର ଓଡିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତିପାଇଁ ବିଶେଷ କରି ଗରିବ, କୃଷକ, ଯୁବକ ଓ ମହିଳାଙ୍କ କଲ୍ୟାଣ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆପଣମାନେ ମର୍ମେମର୍ମେ ଅନୁଭବ କରୁଥିବେ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି। ବଲାଙ୍ଗିରର ପଥରଚେପା ପଡିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ମେଳାକୁ 

ଉଦଘାଟିତ କରିବା ସହ ପ୍ରତିଶୃତି ଅନୁଯାୟୀ ନୂଆ ସରକାର ଶ୍ରୀମନ୍ଦିରର ୪ ଦ୍ଵାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିଛନ୍ତି । ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପୋସ ଫଣ୍ଡର ବ୍ୟବସ୍ଥା କରିଛନ୍ତି । ସୁଭଦ୍ରା ଯୋଜନା ଆରମ୍ଭ କରି ମହିଳାଙ୍କୁ ସ୍ୱାବଲମ୍ବୀ ହେବାର ରାସ୍ତା ଦେଖାଇଛନ୍ତି। ବଲାଙ୍ଗିର ଜିଲ୍ଲାରେ ଏଥିପାଇଁ ତିନି ଲକ୍ଷରୁ ଉର୍ଦ୍ଧ ମହିଳା ପଞ୍ଜୀକୃତ କରିଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି । ଡାକ୍ତର ଅଭାବ ସମସ୍ୟା ସମାଧାନ ପାଇଁ ବଜେଟରେ ବ୍ୟାୟ ବରାଦ ହୋଇଛି। ଚାଷ ଏବଂ ଚାଷୀର ଉନ୍ନତି ପାଇଁ ଧାନର ମୂଲ୍ୟକୁ ୩୧ଶହ ଟଙ୍କାକୁ ବର୍ଦ୍ଧିତ କରାଯାଇଛି । ଧାନ ବିକ୍ରିର ୪୮ ଘଣ୍ଟା ମଧ୍ୟରେ ଟଙ୍କା ସିଧା ଚାଷୀଙ୍କ ଖାତାକୁ ଯିବ । ଆଳୁ ମିଶନକୁ ଗତିଶିଳ କରି ପ୍ରତି ଉପଖଣ୍ଡରେ ଶୀତଳ ଭଣ୍ଡାର ଖୋଲାଯିବ। ପିଏମ କିଷାନ ସହ ଏବେ ସିଏମ କିଷାନରେ ଚାଷୀଙ୍କୁ  ସହାୟତା ଦିଆଯାଉଛି। ସେହିଭଳି ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡିଶାରେ ଲାଗୁ ହେବ। ରାଜ୍ୟର ପ୍ରାୟ ଏକ କୋଟି ପରିବାରଙ୍କୁ ଦେଶର ୨୭ ହଜାରରୁ ଉର୍ଦ୍ଧ ହସ୍ପିଟାଲରେ ନିଃଶୁକ୍ଳ ଚିକିତ୍ସା ପାଇବେ। ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକସ୍ତରରେ ମଧ୍ୟ ମାଧୋ ସିଂହ ହାତ ଖର୍ଚ ଯୋଜନାରେ ୫ ହଜାର ଟଙ୍କାର ଆର୍ଥିକ ପ୍ରୋତ୍ସାହନ କରାଯାଉଛି ବୋଲି ମନ୍ତ୍ରୀ ଡ଼ଃ ମହାଲିଙ୍ଗ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଟିଟିଲାଗଡ ବିଧାୟକ ନବୀନ କୁମାର ଜୈନ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ସରକାରଙ୍କ ୧୦୦ ଦିନର ସଫଳତା ଉପରେ ଆଲୋକପାତ କରିଥିଲେ । ଜିଲ୍ଲାପାଳ ଗୌରୱ ଶିୱାଜୀ ଈଶାଲୱାର ସଭାରେ ସଭାପତିତ୍ୱ କରି ସ୍ୱାଗତ ଭାଷଣରେ ନୂଆ ସରକାର ସମୟରେ ଜିଲ୍ଲାରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସୁଭଦ୍ରା, ସ୍ୱୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ଲିଙ୍କେଜ, ଲକ୍ଷପତି ଦିଦି ,ସ୍ଵଚ୍ଛ ଭାରତ ମିଶନ ଯୋଜନାର ହିତାଧିକାରୀମାନଙ୍କୁ ଅତିଥିମାନେ

ଅର୍ଥରାଶି ଓ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।  ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ଧନ୍ୟବାଦ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ଵ) ପବିତ୍ର ବେହେରାଙ୍କ ସମେତ ସ୍ଥାନୀୟ ରାଜନେତା, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ବୁଦ୍ଧିଜୀବୀ, ଗଣାମାଧ୍ୟମପ୍ରତିନିଧି ଓ ହଜାର ହଜାର ସଂଖ୍ୟାରେ ଲୋକମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।  ମେଳା ଶେଷରେ ଆକର୍ଷଣୀୟ  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳାରେ ୨୫ଟି ଷ୍ଟଲରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ପ୍ରଦର୍ଶିତ ହୋଇ ଲୋକମାନଙ୍କ ଦ୍ୱାରା ବିଶେଷ ଭାବରେ ଆଦୃତ ହୋଇପାରିଛି l ଏହି ମେଳା ୨୩ ସେପ୍ଟେମ୍ବର ଯାଏଁ ଚାଲିବ । 
ଏହା ପୂର୍ବରୁ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ବଲାଙ୍ଗୀର କନ୍ଧପାଲି ପଡ଼ା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଠାରେ ପ୍ରାପ୍ତବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଦେଶକୁ ଯକ୍ଷ୍ମାମୁକ୍ତ କରିବା ପାଇଁ ପ୍ରତିଷେଧକ ଟୀକା ନେବାକୁ ସେ ସମସ୍ତଙ୍କୁ ଆହ୍ବାନ କରିଥିଲେ। ସାରାରାଜ୍ୟରେ ଏଥିପାଇଁ ୧୫ ଟି ଜିଲ୍ଲାକୁ ବଛା ଯାଇଛି । ୨୦୨୫ ସୁଦ୍ଧା ଭାରତକୁ ଯକ୍ଷ୍ମା ମୁକ୍ତ କରିବାକୁ ନିଷ୍ପତି ନିଆ ଯାଇଥିବାର ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like