-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ:

01-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତଥା ଜିଲ୍ଲା ଆଇନ ସେବା ପ୍ରାଧୀକରଣ ,  ସୁବର୍ଣ୍ଣପୁର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନୂତନ ଟାଉନ୍ ହଲ୍, ସୁବର୍ଣ୍ଣପୁର ଠାରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଯୋଗ ଶିବିର, ସ୍ୱାସ୍ଥ୍ୟ ଶିବିର ପ୍ରଭୁତି ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମାନ୍ୟବର ବିଧାୟକ ବୀରମହାରାଜପୁର ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସଚିବ, ଜିଲ୍ଲା ଆଇନ ସେବା ପ୍ରାଧୀକରଣ, ସୁବର୍ଣ୍ଣପୁର କୁମୁଦିନୀ ମୁଦୁଲି, ଅତିରିକ୍ତ ଜିଲ୍ଲା  ସ୍ୱାସ୍ଥ୍ୟ ଅଧିକାରୀ ଡା. ରମେଶ ଚନ୍ଦ୍ର ସ୍ଵାଇଁ, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ, ସାଇବର ଥାନା ପୋଲିସ ନିରୀକ୍ଷକ ଭାରତୀ ନାଏକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଂଚାସୀନ ରହିଥିଲେ। ମୁଖ୍ୟଅତିଥି ମାନ୍ୟବର ବିଧାୟକ ବରିଷ୍ଠ ନାଗରିକ ଙ୍କୁ ସମାଜର ପ୍ରତିଟି ସ୍ତରରେ ଓ କ୍ଷେତ୍ରରେ ସମ୍ମାନ ଦେବାକୁ ପରାମର୍ଶ ଦେଇଥିଲେ, ସେ କହିଲେ ଯେ ବରିଷ୍ଠ ନାଗରିକ ଆମ ସମାଜର ଗୁରୁତ୍ୱପୂର୍ଣ ଅଙ୍ଗ ଓ ପଥପ୍ରଦର୍ଶକ, ସେମାନଙ୍କ ସୁରକ୍ଷା ତଥା ସୁସ୍ଥ ଓ ନିରାମୟ ଜୀବନ ଆମ ସମାଜ ନିମନ୍ତେ ଅତୀବ ଗୁରୁତ୍ୱପୂର୍ଣ।  ସଚିବ,ଜିଲ୍ଲା ଆଇନ ସେବା ପ୍ରାଧିକରଣ ବକ୍ତବ୍ୟ ରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ରହିଥିବା ଆଇନ ସୁରକ୍ଷା ଉପରେ ସୂଚୀତ କରିଥିଲେ, ସେହିପରି ସାଇବର ପୋଲିସ ନିରୀକ୍ଷକ ବଲାଙ୍ଗୀର ଭାରତୀ ନାଏକ,ବରିଷ୍ଠ ନାଗରିକ ସାଇବର ଠକାମିରୁ ବର୍ତ୍ତିବା ପାଇଁ ଆବଶ୍ୟକ ସଚେତନ ନିମନ୍ତେ ଗୁରୁତ୍ୱପୂର୍ଣ ତଥ୍ୟ ପ୍ରଦାନ କରିଥିଲେ। ସୁସ୍ଥ ଓ ନିରାମୟ ଜୀବନ ନିମନ୍ତେ ଆବଶ୍ୟକ ସ୍ୱାସ୍ଥ୍ୟ ଯତ୍ନ ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଡା ସ୍ୱାଇଁ ବକ୍ତବ୍ୟ ଦେଇଥିଲେ। ଉପଜିଲ୍ଲାପାଳ ସୋନପୁର ବରିଷ୍ଠ ନାଗରିକ ଙ୍କ ସୁସ୍ଥ ଓ ନିରୋଗ ଜୀବନ ଯାପନ ନିମନ୍ତେ ଆବଶ୍ୟକ ସୂଚନା ଦେଇଥିଲେ।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବରିଷ୍ଠ ନାଗରିକଙ୍କ  ନିମନ୍ତେ ଉପଲବ୍ଧ ସରକାରୀ ଯୋଜନା ଗୁଡିକର ଉପସ୍ଥାପନ କରିଥିଲେ।କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ବରିଷ୍ଠ ନାଗରିକ ସଂଘ, ସୋନପୁର ତଥା ଅନ୍ୟାନ୍ୟ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ସଂଘ ର କାର୍ଯ୍ୟକର୍ତ୍ତା ତଥା ବରିଷ୍ଠ ନାଗରିକ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକଙ୍କ କରକମଳରେ  ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ନାଗରିକ ଶ୍ରୀ ଗୋରେଖ ନାଥ ସାହୁ, ଓ କୋକିଳ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କୁ ସମାଜ ସେବା କ୍ଷେତ୍ରରେ ଓ ପଦ୍ମନାଭ ପ୍ରଧାନ ଓ ରବିଚନ୍ଦ୍ର ବେହେରା ଙ୍କୁ ସଫଳ ଚାଷୀ ଭାବରେ ଅଙ୍ଗ ବସ୍ତ୍ର ପ୍ରଦାନ ସହ ମାନ ପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ । ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପ୍ରଭାସ କୁମାର କର୍ଣ୍ଣ ସଭା ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like