-+91-9937148622 |
prerana_bgr@rediffmail.com |
Sunday 25th January 2026 |
R.N.I. Regd No. ODIODI/2010/46693
Breaking News
05-Oct-2024
ପୁରୀ(ପ୍ରେରଣା ଖବର): ଚଳିତ ବର୍ଷ ହବିଷ୍ୟାଳୀ ବ୍ରତ ବା ରାଈଦାମୋଦର ବ୍ରତ ପାଇଁ ଚଳିତ ମାସ ୬ ତାରିଖରୁ ଅନଲାଇନ edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ ଆରମ୍ଭ ହେବ।ଏହା ଅକ୍ଟୋବର ୧୧ତାରିଖ ଅଥବା ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପର୍ଯ୍ୟନ୍ତ ଜାରି ରହିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ଅକ୍ଟୋବର ୧୮ ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ ହେଉଥିବାରୁ ସମସ୍ତ ପ୍ରସ୍ତୁତି କୁ ଚୁଡାନ୍ତ କରିବାକୁ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଥିଲେ।ରାଜ୍ୟ ସରକାର ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ପାଇଁ ଅନୁମତି ଦେବା ସହ ଆନୁସଙ୍ଗିକ ଅର୍ଥ ମଧ୍ୟ ମଞ୍ଜୁର କରିଛନ୍ତି।ଚଳିତ ବର୍ଷ ବୃନ୍ଦାବତୀ ନିବାସ, ବାଗେଲା,ଅକ୍ଷୟ ପାତ୍ର ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା ମାନଙ୍କୁ ରଖାଯିବ।ସେମାନଙ୍କ ରହଣି ସହ ପ୍ରାତଃ ରୁ ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ ,ଭଜନ କୀର୍ତ୍ତନ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି।ଆବେଦନକାରୀ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ହୋଇ ଥିବେ।ବିଧବା ବ୍ରତ ଧାରିଣୀଙ୍କୁ ଓ ନୂତନ ଆବେଦନକାରୀ ଙ୍କୁ ପ୍ରାଧାନ୍ୟ ଦିଆଯିବ।