-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

11-Oct-2024



ବଲାଙ୍ଗୀର, ତା. ୧୧/୧୦/୨୪  ( ପ୍ରେରଣା ଖବର ) :  ବଲାଙ୍ଗୀର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା  ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ  ଦିବସ ପାଳିତ  ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ  ଡ଼. କୁବେର ମହାନ୍ତ ଯୋଗଦେଇ ଥିଲେ । ସମ୍ମାନୀତ ଅତିଥି ଭାବରେ   ସେକ୍ରେଟାରୀ ଡିଏଲସଏ ପବିତ୍ର ନନ୍ଦ ପ୍ରଧାନ, ଭୀମଭୋଇ ମେଡିକାଲ ଓ ହସ୍ପିଟାଲର ମାନସିକ ବିଭାଗର ମୁଖ୍ୟ ଡ଼. ଆର୍ଶୀବାଦ ଶତପଥୀ, ମାନସିକ ବିଶେଷଜ୍ଞ ଡ଼. ରଜନୀକାନ୍ତ ମେହେର ଯୋଗଦେଇ ଥିଲେ । ପ୍ରଥମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମାନସିକ ବିଭାଗରୁ ସଚେତନ ଶୋଭାଯାତ୍ରା ବାହାରି ପାଟମେଶ୍ୱରୀ ମନ୍ଦିର,ଦୁର୍ଗା ମନ୍ଦିର, ଜିଲ୍ଲାପାଳ କାର୍ଯ୍ୟାଳୟ, ପୁରୁଣା ବସଷ୍ଟାଣ୍ଡ ରାସ୍ତା ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଂହଁଚିଥିଲା । ଶୋଭାଯାତ୍ରାରେ ବେନର, ପୋଷ୍ଟ୍ରର, ପତ୍ରିକା ମାଧ୍ୟମରେ ମାନସିକ ରୋଗ ଆରୋଗ୍ୟ ସାଧ୍ୟ  ବୋଲି ଜନସାଧାରଣଙ୍କୁ ସଚେତନ କରିବା ସହ ରୋଗୀକୁ ନୁହେଁ, ରୋଗକୁ ଘୃଣା  କରିବା କଥା ବିଷୟରେ ଅଵଗତ କରାଯାଇ ଥିଲା । ଶୋଭାଯାତ୍ରାରେ ବାଲାଜୀ ନର୍ସିଂ କଲେଜର ଛାତ୍ରଛାତ୍ରୀ, ଅଶାକର୍ମୀ, ନିଶାନିବାରଣ କେନ୍ଦ୍ର କର୍ମୀ, ରେଡ଼କ୍ରସ କର୍ମୀ, ଆପକାରି କର୍ମଚାରୀ, ନାରୀ ଶକ୍ତି ସଂଗଠନ ସଭ୍ୟା, ସଖୀ ୟୁନିଟ କର୍ମଚାରୀ ତଥା ବିଭିନ୍ନ ଅନୁଷ୍ଠାନର ସ୍ୱେଚ୍ଛାସେବୀ ଗଣ ଅଂଶଗ୍ରହଣ କରିଥିଲେ ।  ଶୋଭାଯାତ୍ରା ପରେ  ଏନଏଚମ କନଫରେନ୍ସ ହଲରେ ଏକ ସାଧାରଣ ବୈଠକର ଅନୁଷ୍ଠିତ ହୋଇଥିଲା । ବୈଠକରେ ଚଳିତବର୍ଷ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ  ଦିବସର ବିଷୟବସ୍ତୁ  କର୍ମକ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟ ବିଷୟରେ ଆଲୋଚନା କରାଯାଇଥିଲା । ଜିଲ୍ଲା  ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ସାଇକେଟ୍ରିକ ସୋସିଆଲ  ୱାର୍କର ମଳୟ କୁମାର ନାଗ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  । ଜିଲ୍ଲା  ମାନସିକ କାର୍ଯ୍ୟାଳୟର କର୍ମଚାରୀ ସୁବୋଧ ବିଶ୍ୱାଳ, ସବ୍ୟସାଚୀ ସିଂ,ସରୋଜ କୁମାର ଭୋଇ,  ରେଡ଼କ୍ରସ  କର୍ମୀ ରାମ ନାରାୟଣ ଦାଶ, ଦେବାଶିଷ ପଣ୍ଡିଆ, ନୂତନ ଦାସ  ତଥା ଅନ୍ୟମାନେ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like