-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||     

HOME   ରାଜ୍ୟ

ନଭେମ୍ବର ୧ ରୁ ଭୀମପାହାଡ ମହୋତ୍ସବ,ଯୋଗଦେବେ ୧୫ଟି ସାସ୍କୃତିକଦଳ, ମହୋତ୍ସବଲୋଗୋ ଉନ୍ମୋଚିତ

28-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ନଭେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୧୦ମ ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ଏହା ୧୦ମ ବର୍ଷରେ ପଦାର୍ପଣ କରିସାରିଛି । ଅଞ୍ଚଳବାସୀଙ୍କ ସହଯୋଗରେ ଭୀମପାହାଡ ମହୋତ୍ସବ କମିଟି ଓ ଗିରୀଗୋବର୍ଦ୍ଧନ ପୂଜାକମିଟି ଏହାକୁ ଆୟୋଜନ କରୁଛି । ଏହି ମହୋତ୍ସବ ପାଇଁ କମିଟି ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନଠାରେ ଏକ ସାମ୍ବାଦିକ ସମ୍ବିଳନୀ ଆୟୋଜନ କରାଯାଇ ମହୋତ୍ସବ ନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ଦେଓଗାଁ ବ୍ଲକର ପୂର୍ବତନ ବ୍ଲକଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ବିଳନୀରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପରିଷଦର ସଭାପତି ଦେବକୀ ସାହୁ, ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ,ସଂସ୍କୃତି ଗବେଷକ ଡ.ଘାସିରାମ ମିଶ୍ର ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ ଏହି ମହୋତ୍ସବର ଲୋଗୋକୁ ଉନ୍ମୋଚନ କରିଥିଲେ । କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ ମେହେର ଏହି ଅବସରରେ ସୂଚନା ଦେଇ କହିଛନ୍ତି ଯେ,ଗଣମାଧ୍ୟମ ଭୀମଡୁଙ୍ଗୁରୀର ଇତିହାସକୁ ଲୋକଲୋଚନକୁ ଆଣିଥିଲା ଯାହା ଫଳରେ ରାଜ୍ୟସରକାର ଏହାକୁ ଏକ ପର୍ଯ୍ୟଟନସ୍ଥଳିର ମାନ୍ୟତା ଦେଲେ ଓ ଅନେକଗୁଡିଏ ବିକାଶମୂଳକ କାମ ଚାଲିଛି । ଭୀମପାହାଡ ମହୋତ୍ସବ ଜରିଆରେ ସ୍ଥାନୀୟ ଲୋକଙ୍କୁ ଏକତ୍ରିତ କରି ଅଞ୍ଚଳର ବିକାଶ କାମକୁ ଆଗେଇ ନିଆଯାଉଛି । ଭୀମପାହାଡରେ ଆଗକୁ ଏକ

ହରିଣପାର୍କ,ସ୍ୱାଧିନତା ସଂଗ୍ରାମୀ ଧରମସିଂ ମାଝୀମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଓ ଏକ ଆଦିବାସୀ ମ୍ୟୁଜିୟମ ସ୍ଥାପନ କରିବାକୁ ପ୍ରୟାସ ଚାଲିଛି । ସେହିପରି ଭୀମଡୁଙ୍ଗୁରୀର ଐତିହ୍ୟର ଗବେଷଣା ପାଇଁ ବିଶ୍ୱବିଦ୍ୟାଳୟଗୁଡିକୁ ଅନୁରୋଧ କରାଯାଇଛି ବୋଲି ଶ୍ରୀ ମେହେରସୂଚନା ଦେଇଥିଲେ । ମହୋତ୍ସବ ଆସନ୍ତା ନଭେମ୍ବର ୧ ତାରିଖରୁ କଳସଯାତ୍ରାରୁ ଆରମ୍ଭ ହୋଇ ୫ତାରିଖ ପର୍ଯ୍ୟନ୍ତ ମହୋତ୍ସବ ଚାଲିବ । ୫ଦିନ ଧରି ନାମସଂକିର୍ତ୍ତନ୍ୟ ସହ ଗିରିଗୋବର୍ଦ୍ଧନ ପୂଜା,ରାତିରେ କଂସଦରବାର ଓ ସାଂସ୍କୃତିକ ସଭା ତଥା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମହୋତ୍ସବରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୫ଟି ସାଂସ୍କୃତିକଦଳ ଯୋଗ ଦେଉଥିବା ବେଳେ ପ୍ରତିଦିନ ବିଶିଷ୍ଟକଳାକାର ରବିନ୍ଦ୍ର ସାହୁଙ୍କ ଟିମ କଂସଦରବାର କରିବେ । ନଭେମ୍ବର ୩ ତାରିଖରେ ଭୀମପାହାଡର ଅତିତ,ବର୍ତ୍ତମାନ ଓ ଭବିଷ୍ୟତ ଶୀର୍ଷକ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହେବ । ଏଥିରେ ଦେଓଗାଁ ବ୍ଲକ ଓ ଆଖପାଖର ୧୦ଟି ହାଇସ୍କୁଲ ଓ କଲେଜର ୧୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ଯୋଗଦେବେ । ମହୋତ୍ସବରେ ପ୍ରଥମଦିନରେ ପୂର୍ବତନ ବିଧାୟକ ବିନୋଦ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ସେହିପରି ଦ୍ୱିତୀୟ ଦିନରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ,ଇଲେକ୍ଟ୍ରୋନିକ୍ସ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ତୃତୀୟ ଦିନରେ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ,ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ପୌରାଧ୍ୟକ୍ଷା ଲିକା ସାହୁ,ଚତୁର୍ଥ ସଂଧ୍ୟାରେ ରାଜ୍ୟସଭା ସାଂସଦ 

 ସୁଲତା ଦେଓ ଓ ନିରଂଜନ ବିଶି ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଗୌରଗୋଠ ଗ୍ରାମର ପାଟଖଣ୍ଡା ମହୋତ୍ସବ କମିଟି,ନୂଆପାଲି ଧନୁଯାତ୍ରା କମିଟି,ବଲାଙ୍ଗୀର ମାହେଶ୍ୱରୀ ସ୍ୱେଚ୍ଛାସେବୀ ସଂଗଠନ, ଓପିଏସସିରେ ସଫଳ ହୋଇଥିବା ଦେଓଗାଁ ବ୍ଲକର ଡ.ଆଲିସା ମେହେର ଓ ଗବେଷିକା ଡ.ସଂଧ୍ୟାରାଣୀ ସାହୁଙ୍କୁ ସମ୍ବର୍ଦ୍ଧିତ କରିବାକୁ ସ୍ଥିର କରାଯାଇଛି । ଠିକ ସେହିପରି ମକୁନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ ସମିତିସଭ୍ୟମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଉଥିବା କମିଟିର ଅଧ୍ୟକ୍ଷ ଶ୍ରୀ ମେହେର ସୂଚନା ଦେଇଥିଲେ । ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ମକୁନ୍ଦପୁର ସରପଞ୍ଚ ଜାନକି ସାହୁ,ଶୈଳେନ୍ଦ୍ର ସାହୁ,ମଧୁସୂଦନ ନାଏକ,ପୂର୍ବତନ ବ୍ଲକଅଧ୍ୟକ୍ଷା ରୀନା ମେହେର,ନନ୍ଦିକିଶୋର ନାଏକ,ରାଜେଶକୁମାର ନାଏକ, ଦୟା ମହାକୁର,ଜତନ ବାରିକ,ବାସୁଦେବ ସା ଓ ଥବିର କମ୍ପ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026

You Might Also Like