-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଭୋଟର୍ ସଚେତନତା ଉପଲକ୍ଷେ ପଥ ଉତ୍ସବ ଓ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

29-Oct-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ନିର୍ବାଚନ ଆୟୋଗ  ଙ୍କ ନିର୍ଦ୍ଧେଶ କ୍ରମେ ଏବେ ସମଗ୍ର ରାଜ୍ୟରେ ଭୋଟର ତାଲିକାରେ  ନୂତନ ନାମ ସଂଯୋଗ ଓ ସଂଶୋଧନ କାର୍ଯ୍ୟକ୍ରମ ଚାଲୁଅଛି l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ -୨୦୨୫ ନିମନ୍ତେ ଏକ ସଚେଚନତା ଶୋଭାଯାତ୍ରା ସହ  ସୋନପୁର ସହର ବ୍ଲକ ଛକ ଠାରେ ଶିକ୍ଷା ସୂଚନା ଓ ସାଂସ୍କୃତିକ ସମାରୋହ ସମ୍ମିଳିତ ପଥ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିର୍ବାଚନ ଶାଖା ଦ୍ୱାରା ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ସ୍ଥାନୀୟ ବ୍ଲକ ଛକ ପର୍ଯ୍ୟନ୍ତ ଆୟୋଜିତ ଏକ ସଚେତନତା ଶୋଭାଯାତ୍ରାକୁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ସବୁଜ ପତାକା ପଦର୍ଶନ ପୂର୍ବକ ଶୁଭ ଉଦଘାଟନ କରିଥିଲେ l  ସ୍ୱଚ୍ଛ ଭାରତ, ଈନଫିନିଟି କ୍ଲବ, ସୋନପୁର କଲେଜ ଏନ ସି ସି, ବିଜୁ ପଟ୍ଟ ନାୟକ ମହିଳା ମହାବିଦ୍ୟାଳୟ, ପଦ୍ମିନୀ ଦେବୀ ମହାବିଦ୍ୟାଳୟ ଓ ସହରର ସମସ୍ତ ସରକାରୀ ବେସରକାରୀ ସ୍ଵେଛା ସେବୀ ଅନୁଷ୍ଠାନ ଶୋଭାଯାତ୍ରା ରେ ସାମିଲ ହୋଇ ସହର ପରିକ୍ରମଲ ପୂର୍ବକ ବ୍ଲକ ଛକ ପଥ ଉତ୍ସବ ସ୍ଥଳରେ ପହଞ୍ଚିଥିଲେ। ପରେ ପରେ ବ୍ଲକ ଛକ ଠାରେ ପଥୋତ୍ସବ ସଚେତନତା ସଭା ଓ ସଂlସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ଏଥିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସମସ୍ତେ ଭୋଟ ରେ ଅଂଶ ଗ୍ରହଣ କରି ଜିଲ୍ଲାର ମତଦାନ ହାର  ରେକର୍ଡ କୁ ଏକ ନମ୍ବର ସ୍ଥାନରେ ରଖିବାକୁ ଉପସ୍ଥିତ ଛlତ୍ରଛାତ୍ରୀ, ବୁଦ୍ଧିଜୀବୀଙ୍କୁ ନିବେଦନ କରିଥିଲେ l ଉପ ଜିଲ୍ଲାପାଳ  ତଥା  ଇଆରଓ   ସୋନପୁର ସୌମ୍ୟାରୁପା ରଥ ସ୍ଵାଗତ ଭାଷଣ ରେ ସଭାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ I  ଏହି ସଭାରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଡେପୁଟି କଲେକ୍ଟର ନିର୍ବାଚନ ଶାଖା ଯଶସ୍ୱନି ପୋଥାଳ, ସହକାରୀ ଜିଲ୍ଲାପାଳ ଅଜିତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ନୂତନ ଭୋଟର ମାନଙ୍କୁ ଉତ୍ସାହିତ କରିଥିଲେ l  ସଭାରେ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ସ୍କୁଲ କଲେଜର ଛାତ୍ରଛାତ୍ରୀ , ଶିକ୍ଷକ,ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ବ୍ୟବସାୟୀ ସମାଜ , ସାମ୍ବାଦିକ ଗଣ ଏବଂ ଜନସାଧାରଣ ବହୁ ସଂଖ୍ୟାରେ ଯୋଗଦେଇଥିଲେ I
ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ଡିବେଟ, ରଚନା, କୁଇଜ, ଚିତ୍ରାଙ୍କନ ,ସଙ୍ଗୀତ ରଙ୍ଗୋଲି, ଆର୍ଟ ଓ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ତଥା ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ବିଏଲ୍ଓ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l  ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସଚେତନତା ଧର୍ମୀ ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ସଭାକୁ ନୀଳାମ୍ବର ଶତପଥୀ ପରିଚାଳନା କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଅଭିନାଶ ହୋତା ସଂଯୋଜନା କରିଥିଲେ। ଶେଷରେ ସଚେତନତା କାର୍ଯ୍ୟକ୍ରମ ର ସମସ୍ତ ଅତିଥି , ୱାକଥନ ଓ ପଥ ଉତ୍ସବର ସଫଳତା ରେ ଉଲ୍ଲେଖନୀୟ ଭୂମିକା ଥିବା ସମସ୍ତ ବ୍ୟକ୍ତି ବିଶେଷ ଏବଂ ଅନୁଷ୍ଠାନକୁ ଜିଲ୍ଲାପ୍ରଶାସନ ତରଫରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like