-+91-9937148622 |
prerana_bgr@rediffmail.com |
Tuesday 17th February 2026 |
R.N.I. Regd No. ODIODI/2010/46693
Breaking News
07-Nov-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ରାଣା ପ୍ରତାପ ସ୍କୁଲ ଠାରେ ଆଜି ଗୁରୁବାର ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ଶିକ୍ଷୟିତ୍ରୀ ନିଳୀମା ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ମେଳାକୁ ପୂର୍ବତନ ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିବା ସହ କୁନି କୁନି ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ ।ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ କପିଲ ବାଗ, ସତ୍ୟେନ୍ଦ୍ରୀୟ ଦେବତା ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ତ୍ରିପାଠୀ, ଅଭିଭାବିକା ଧରିତ୍ରୀ ରଥ ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ ।
ଏହି ଅବସରରେ ଆୟୋଜିତ ବିଜ୍ଞାନ ମେଳାରେ ୬୦ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନୀରେ ସ୍ଥାନିତ ହୋଇଥିବା ବେଳେ ଜୁନିଅର ,ସବଜୁନିର,ଓ ସିନିଅର ତିନିଟି ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରକଳ୍ପ ବ୍ଲକ ସ୍ତରୀୟ ବିଜ୍ଞାନ ମେଳାକୁ ମନୋନୀତ ହେବ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ରଥ ସୂଚନା ପ୍ରଦାନ କରିଛନ୍ତି