-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକଟରେଟ ଡ଼ିଗ୍ରୀ ପାଇଲେ : ସ୍କୁଲ ତରଫରୁ ସମ୍ବର୍ଦ୍ଧନା

07-Jan-2025



ଡୁଙ୍ଗୁରିପାଲି, ତା.୦୬/୦୧ ( ପ୍ରେରଣା ଖବର ) : ସ୍ଥାନୀୟ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ଅବସ୍ଥାପିତ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକଟରେଟ ଲାଭ କରିଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ବୃନ୍ଦ ସମ୍ବର୍ଦ୍ଧନା ଦେଇଛନ୍ତି। ଶ୍ରୀ ପଶାୟତ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ଦାୟିତ୍ୱ ତୁଲାଇବା ସହିତ ବିନିକା ବ୍ଲକ ଆଞ୍ଚଳିକ ହାଇସ୍କୁଲ, ସିଂହିଯୁବାର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଦାୟିତ୍ୱ ନିର୍ବାହ କରୁଛନ୍ତି। ଶିକ୍ଷକତା ବୃତ୍ତିକୁ ସୁଚାରୁରୂପେ ସମ୍ପାଦନ କରିବା ସହିତ ଭାରତୀୟ ରେଡକ୍ରସର ଆଜୀବନ ସଦସ୍ୟ, ସେଣ୍ଟ ଜନ ଆମ୍ବୁଲାନ୍ସର ପ୍ରାଥମିକ ଚିକିତ୍ସା ଅଧ୍ୟାପକ, ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ଭାବେ  ଦାୟିତ୍ଵ ନିର୍ବାହ କରି  ଉତ୍କୃଷ୍ଟ ସେବା ପ୍ରଦାନ କରିଥିବା ଯୋଗୁଁ  ମହାମହିମ ଓଡ଼ିଶା ରାଜ୍ୟପାଳ ଠାରୁ  ରେଡ଼କ୍ରସ କର୍ମୀ ଭାବରେ ତଥା ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଦର୍ଶ ଶିକ୍ଷକ ଭାବରେ ପୂର୍ବରୁ ପୁରସ୍କୃତ ହୋଇସାରିଛନ୍ତି। ପୁରୀ ସହରର ଟାଉନ ହଲ ଠାରେ ବର୍ଣ୍ଣଡ଼ କାର୍ଯ୍ୟକ୍ରମରେ  ୱାର୍ଲ୍ଡ ଚାରିଟେବଲ୍ ଟ୍ରଷ୍ଟ ଓ  ଆମେରିକାନ ମେରିଟ କାଉନସିଲ ତରଫରୁ ଶ୍ରୀପଶାୟତଙ୍କୁ  ଉପଲବ୍ଧି ଓ ସାହିତ୍ୟରେ ମାନବୀୟ ମୁଲ୍ୟବୋଧର ଗତିଶୀଳତା ସନ୍ଦର୍ଭ ପ୍ରସ୍ତୁତି ନିମନ୍ତେ ଡକଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି। ଉତ୍ସବରେ ନୂଆଦିଲ୍ଲୀ ସ୍ଥିତ ଚେରିଟି ୱେଲଫାୟାର ତରଫରୁ ଆଲିଗଡ ବିଶ୍ୱବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଜାକିର ହୁସେନ, ଭୁବନେଶ୍ବର ଜେପି କରାଉନ୍ସର ସିଇଓ ତଥା କି ନୋଟ୍ ସ୍ପିକର ମିସ ଡ.ଜ୍ୟୋତିର୍ମୟୀ ପଣ୍ଡା ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଏକ  ବର୍ଣ୍ଣାଢ଼୍ୟ ଉତ୍ସବରେ ଉପସ୍ଥିତ ରହି ଶ୍ରୀପଶାୟତଙ୍କୁ ଡକ୍ଟରେଟ ଡିଗ୍ରୀ ସାର୍ଟିଫିକେଟ, ମାନପତ୍ର, ଉପଢୌକନ ଦେଇ  ସମ୍ବର୍ଦ୍ଧିତ କରିଥିଲେ। ଏହି ଉପଲବଧିକୁ ଦୃଷ୍ଟିରେ ରଖି ମାୟାବର୍ହା ହାଇସ୍କୁଲ ତରଫରୁ ଶ୍ରୀ ପଶାୟଙ୍କୁ ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ସମ୍ବର୍ଦ୍ଧନା ଦିଆଯାଇଛି। କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ନରେନ୍ଦ୍ର ସାହୁ, ନନ୍ଦୀ ଘୋଷ ବାରିକ, ସଞ୍ଜୀବ ପୂଜାରୀ,  ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ, ସମୀର କଠାର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଶେଷରେ ଆଲୁମିନି କିରଣ କୁମାର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like