-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକ ଉତ୍ସବ ର ଦ୍ଵିତୀୟ ଦିନ: ବଲାଙ୍ଗିର ମୋର ହୃଦୟ ନିକଟ ରେ ଅଛି: ଉତ୍ତରାଞ୍ଚଳ ଆଇ ଜି, ଦେଖଣାହାରୀଙ୍କ ମନ ମୋହିଲା ଘୁମରା, ଆସାମର ରାଭା ଓ ଡାଲଖାଇ ନୃତ୍ୟ

21-Jan-2025



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲା ସଂସ୍କୃତି ପରିଷଦ ଓ ବଲାଙ୍ଗିର ଲୋକ ଉତ୍ସବ ସମିତି ପକ୍ଷରୁ ଅନୁଷ୍ଠିତ ୨୨ତମ  ବଲାଙ୍ଗୀର ଲୋକଉତ୍ସବର ଆଜି ଥିଲା ଦ୍ଵିତୀୟ ଦିବସ l ଆଜି  ପୂର୍ବାହ୍ନରେ କଳା ମଣ୍ଡଳ ପଡିଆର ପୁରୁଣା ମଞ୍ଚରେ ଜିଲ୍ଲାସ୍ତରୀୟ ଲୋକକଳା ପ୍ରତିଯୋଗିତାରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବl ଶତାଧିକ କଳାକାରଙ୍କ ସମାଗମ ହୋଇଥିଲା l  ସ୍ଥାନୀୟ କୋଶଳ କଲାମଣ୍ଡଲ ପଡିଆ ନୂଆ ମଞ୍ଚ ଠାରେ ଅନୁଷ୍ଠିତ ଆଜିର ଦ୍ଵିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ଉତ୍ତରାଞ୍ଚଳ ଆଇ.ଜି  ଆଇ.ପି.ଏସ୍ ହିମାଂଶୁ ଲାଲ ଯୋଗ ଦେଇ ବଲାଙ୍ଗିର ମୋର ହୃଦୟର ନିକଟରେ ଅଛି ଓ ଏହାର ସଂସ୍କୃତି ଓ ଐତିହ୍ଯ ସମୃଦ୍ଧ ଅଟେ ବୋଲି କହିଥିଲେ l ବଲାଙ୍ଗିରର ଆତିଥ୍ୟ ମୁଁ ଯେଉଁଠାରେ ଥିଲେ ବି 

ମତେ  ଏହି ସ୍ଥାନକୁ ଟାଣି ଆଣିଛି ବୋଲି କହିଥିଲେ l ବଲାଙ୍ଗିରରେ କାର୍ଯ୍ୟରତ ଏସ୍.ପି ମଧ୍ୟ ବେଶ୍ ଦକ୍ଷ ଓ କର୍ମତତ୍ପର ବୋଲି ଶ୍ରୀ ଲାଲ କହିଥିଲେ l ବଲାଙ୍ଗିରର ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥି ଭାବରେ ପାଟଣାଗଡ଼ ଉପଜିଲ୍ଲାପାଳ ସୁନୀଲ ମେହେର, ଟିଟିଲାଗଡ଼ ଉପଜିଲ୍ଲାପାଳ ରୋହନ ଖତ୍ରୀ ଯୋଗ ଦେଇ ଲୋକ ଉତ୍ସବ ମାଧ୍ୟମରେ ଲୁପ୍ତପ୍ରାୟ ଲୋକକଳାର ପୁନଃରୁଦ୍ଧାର ହୋଇପାରୁଛି ବୋଲି କହିଥିଲେ l ସଭା ପ୍ରାରମ୍ଭରେ ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ ସାହୁ ଅତିଥି ପରିଚୟ ଓ ସ୍ଵାଗତ ସମ୍ଭାଷଣ ପ୍ରଦାନ କରିଥିଲେ l ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରି ମଞ୍ଚାସୀନ ଥିଲେ l  ଦ୍ଵିତୀୟ ସନ୍ଧ୍ୟାରେ କଳାକାର ଭାବେ ବରିଷ୍ଠ ଚିତ୍ରଶିଳ୍ପୀ ନନ୍ଦରାଜ ନାଏକଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ଵର୍ଦ୍ଧିତ କରାଯାଇଥିଲା l ଅତିଥି କଳାକାର ବିନୋଦ ବିହାରୀ ଦାସ ମଞ୍ଚାସୀନ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର  ମଞ୍ଚାସୀନ ଅତିଥି ମାନଙ୍କୁ ଉପାୟନ ଓ ଫଳକ ପ୍ରଦାନ କରିଥିଲେ l ସମ୍ପlନ୍  କମିଟିର ସହଅଧ୍ୟକ୍ଷ ରସରାଜ ଅଚ୍ୟୁତ ପୁରୋହିତ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଗ୍ରାଉଣ୍ଡ ମ୍ୟାନେଜମେଣ୍ଟ କମିଟିର ସହଅଧ୍ୟକ୍ଷ ବିକାଶ ସା ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।  ପରେ ପରେ ହରିଆଣାର ଘୁମର ନୃତ୍ୟ, ମହାରାଷ୍ଟ୍ରର ଗୋନ୍ଧାଲ  ନୃତ୍ୟ, ଆସାମର ରାଭା, ଢେଙ୍କାନାଳର ଲଉଡ଼ି ନୃତ୍ୟ ତଥା ପୁଇଁତଳାର ଢ଼ୋଲମହୁରୀ କଳାକାର ସଂଘର ସାଂସ୍କୃତିକ କାର୍ଯ୍ୟକ୍ରମ, କଳାହାଣ୍ଡିର ଘୁମରା ନୃତ୍ୟ ଓ ବଲାଙ୍ଗିରର କଳାକାର ମାନଙ୍କ ଦ୍ଵାରା ଡାଲଖାଇ ନୃତ୍ୟ କୁ ଦେଖଣାହାରୀ ମାନେ ଉପଭୋଗ କରିଥିଲେ l ଆଜି ଅପରାହ୍ନରେ ଲୋକ ଉତ୍ସବ ସେମିନାର କମିଟି ପକ୍ଷରୁ ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ 'ଲୋକ ସଂସ୍କୃତି ରେ ଘୁଡକା ର ଠାନ୍' ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l ପ୍ରଥମ ଦିନ ତୁଳନାରେ ଆଜି ଦର୍ଶକ ଓ କଳାପ୍ରେମୀ ମାନଙ୍କ ଭିଡ଼ ଅପେକ୍ଷାକୃତ ଅଧିକ ରହିଥିବା ଦେଖା ଯାଇଥିଲା l ଜିଲ୍ଲା, ରାଜ୍ୟ ତଥା ରାଜ୍ୟ ବାହାରରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳ ଦ୍ବାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ କୁ ଆଜି ଦର୍ଶକ ମାନେ ମନ ଭରି ଉପଭୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like