-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ରାଜ୍ୟ

ଉତ୍କର୍ଷ ଓଡ଼ିଶା,୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

30-Jan-2025



ଭୁବନେଶ୍ୱର(ପ୍ରେରଣା ଖବର): ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ମାଝୀ, ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରହିଥିବା କହିଥିଲେ।ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନତା ମଇଦାନ ଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି।ଏହି ଆଲୋଚନାରେ ଇସ୍ପାତ,ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ,ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ

ଶକ୍ତି,କେମିକାଲ୍ସ,ସେମିକଣ୍ଡକ୍ଟର,ଆଇଟି,ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁଞ୍ଜିନିବେଶ ବର୍ତ୍ତମାନ ପାଇଁ ପ୍ରକୃଷ୍ଟ ସମୟ।ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି।ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ। ଓଡ଼ିଶା ଉପରେ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ।ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି।
ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଥିବା ଏବଂ ଏଥିପାଇଁ ଭିତ୍ତିଭୂମି ବିକାଶ କରୁଥିବା କହିଥିଲେ।ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି। ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି।ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ଶିଳ୍ପ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ।
ମୁଖ୍ୟମନ୍ତ୍ରୀ କହିଥିଲେ,ଆମ ସରକାର ମାତ୍ର ସାତ ମାସର ସରକାର। କିନ୍ତୁ ଏହି ସାତ ମାସ ମଧ୍ୟରେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଥିବା ପ୍ରକାଶ କରିଥିଲେ।ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି। ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର।ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି।ଆପଣ ମାନଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ।  
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସ୍ଵାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀ ଗୁଡିକୁ ଓଡ଼ିଶାକୁ ସ୍ଵାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ

ଦିଆଯିବ ବୋଲି କହିଥିଲେ l ସିଆଇଆଇର ମହାନିର୍ଦ୍ଦେଶକ ଶ୍ରୀ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ,ପିଡବ୍ଲୁସି (pwc)ର ଅଧ୍ୟକ୍ଷ ଶ୍ରୀ ସଂଜୀବ କ୍ରିଷନ,କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like