-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ଫେବୃଆରୀ ୧୦ ରୁ ୧୯ ବଲାଙ୍ଗିରରେ ଫାଇଲେରିଆ ନିରାକରଣ ଅଭିଯାନ

04-Feb-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲା ର ୧୧ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ କରାଯିବ। ଆଜି ଅପରାହ୍ନରେ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ  ଏହି ସୂଚନା ଦେଇଛନ୍ତି। ଏହି ସମୟ ମଧ୍ୟରେ ଜିଲ୍ଲାର ୧୩ ଲକ୍ଷ ୪୯ ହଜାର ୪୧ଜଣଙ୍କୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଔଷଧ ପ୍ରଦାନ କରାଯିବ। ଏଥି ସକାଶେ ୪୧୮୩  ଜଣ ଔଷଧ ପ୍ରଦାନକାରୀ ଓ ୨୦୮୭ ସ୍ୱାସ୍ଥ୍ୟକର୍ମୀ ଏବଂ ୪୧୦  ଜଣ ସୁପରଭାଇଜର ଏବଂ ୭୬ ଜଣ ମୋବାଇଲ ଦଳଙ୍କୁ ନିୟୋଜିତ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ନିଜ ତତ୍ଵାବଧାନରେ ନିଜ ସମ୍ମୁଖରେ ଔଷଧ ଖୁଆଇବେ । ଗର୍ଭବତୀ ମହିଳା, ୨ବର୍ଷରୁ କମ ବୟସର ଶିଶୁ ଓ ଗୁରୁତର ରୋଗୀଙ୍କୁ ଏହି ବଟିକା ଦିଆଯିବ ନାହିଁ । ଡି.ଇ.ସି ବଟିକା,ଅଲବେନଡଜୋଲ ଓ ଇଭରମେକଟିନ  ବଟିକା ନିୟୋଜିତ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ପରିବାର ର ସଦସ୍ୟ ସଦସ୍ୟା ମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ଏହି ଔଷଧ ସେବନ ଦ୍ଵାରା ଶରୀର ଭିତରେ ଥିବା ମାଇକ୍ରୋ ଫାଇଲେରିଆ ପରଭୋଜୀ ସମ୍ପୂର୍ଣ ଭାବେ ମରିଯାଆନ୍ତି ଏବଂ ବଡ ପାରାସାଇଟ ମାନେ ନିସ୍ତେଜ ହୋଇଯାଆନ୍ତି ତଥା ଲୋକମାନେ ଭବିଷ୍ୟତରେ ଫାଇଲେରିଆ ରୋଗରୁ ସମ୍ପୂର୍ଣ ଆରୋଗ୍ୟ ଲାଭ କରନ୍ତି  ଏବଂ ଏହି ଔଷଧ ସମ୍ପୂର୍ଣ ନିରାପଦ ଅଟେ ବୋଲି ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ 

ଡାକ୍ତର କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଥିଲେ। ଏ ସମ୍ପର୍କରେ ଜିଲ୍ଲାରେ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ପ୍ରଦାନ, ରାତ୍ରିକାଳୀନ ରକ୍ତ ନମୁନା ସର୍ଭେ ,ବ୍ଲକ ସ୍ତରୀୟ ସମନ୍ଵୟ ବୈଠକ ଏବଂ ମାଇକ୍ରୋପ୍ଲାନ ସମ୍ପୂର୍ଣ ହୋଇ ଯାଇଛି ବୋଲି ସେ ସୂଚନା ଦେଇଥିଲେ। ସଚେତନତା ନିମନ୍ତେ ଏ ସମ୍ପର୍କିତ ଲିଫଳେଟ ବଣ୍ଟନ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯକ୍ରମ କରାଯାଇଛି ବୋଲି ସେ ପ୍ରକାଶ କରିଥିଲେ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯକ୍ରମର ଜିଲ୍ଲା ସଂଯୋଜକ ସୁରେଶ ସ୍ଵାଇଁଙ୍କ ସମେତ ପ୍ରିଣ୍ଟ ଏବଂ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ପ୍ରମୁଖ ଉପାସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like