-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ୍ ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

06-Feb-2025



ବରପାଲି (ସୁଦାମ ଦୀପ)  ବରପାଲି ବ୍ଲକ୍ ସ୍ତରୁୟ ନିପୁଣ ମେଳା କୁଶନପୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାରାଙ୍କ ସଭାପତିତ୍ବରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ଯକ୍ଷା ରୀନା ଥଇତ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସୁରେଶ୍ୱରୀ ପଧାନ ଓ ମୁଖ୍ୟବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ କେନ୍ଦ୍ର ପ୍ରଶିକ୍ଷକ ଗଗନ ବେହେରା ,  ଜିଲ୍ଲା ପରିଷଦ ସଭ୍ୟ ଗୋବିନ୍ଦ ସାହୁ , ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ଯୋଧନ ସିଂହ ଏବଂ ରତ୍ନକୁମାର ଭୋଇ, ଏନ୍.ଏ.ସି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ବାରିକ ପ୍ରମୁଖ ମଞ୍ଚାସିନ ହୋଇଥିଲେ ।  ନିପୁଣ ମେଳା ର ପ୍ରାରମ୍ଭିକ ପର୍ଯ୍ୟାୟରେ ଏକ ଶୋଭାଯାତ୍ରା ବାହାରି ନିପୁଣ ଓଡିଶା ନିପୁଣ ଭାରତ ସ୍ଳୋଗାନ ସହ ଛାତ୍ରଛାତ୍ରୀ ମାନେ ଗ୍ରାମ ପରିକ୍ରମା କରିଥିଲେ। ଏହି ଅବସରରେ ଅତିଥିମାନେ ଏଫ୍.ଏଲ୍.ଏନ୍. ର ଗୁରୁତ୍ଵ ତଥା ଶିକ୍ଷାର ମୌଳିକତା ଉପରେ ଆଲୋକପାତ କରିଥିଲେ। ପ୍ରଥମ , ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ପାଇଁ ସାକ୍ଷରତା ଓ ସଂଖ୍ୟାଜ୍ଞାନ ର ଦକ୍ଷତା ହାସଲ କରିବା ପାଇଁ ଗୁରୁତ୍ଵ ଦେଇଥିଲେ । ସେହିପରି ପିତାମାତାଙ୍କ ଭୂମିକା ଓ ଶିକ୍ଷକଙ୍କ ଭୂମିକାର ବିଶେଷତ୍ତ୍ୱ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ନିପୁଣ ମେଳାରେ ନିପୁଣ ଓଡ଼ିଶା ଷ୍ଟଲ୍, ଗଳ୍ପକଥନ ଓ ଅଭିନୟ ଷ୍ଟଲ୍ , ଲାଇଭ୍ କ୍ଲାସ୍ ଷ୍ଟଲ୍ , ଅଭିନବ ଶିକ୍ଷଣ ସାମଗ୍ରୀ ଓ ଅଭ୍ୟାସ ଷ୍ଟଲ୍ , ସ୍ଵତନ୍ତ୍ର ଆଲୋଚନା ଷ୍ଟଲ୍ ପ୍ରଦର୍ଶିତ ହୋଇଥିଲା । ବ୍ଲକ୍‌ର ୧୪ ଟି କ୍ଲଷ୍ଟର ରୁ ଜଣେ ଲେଖାଏଁ ଏଫ୍.ଏଲ୍.ଏନ୍ ଶିକ୍ଷକ ଓ ହୋଷ୍ଟ ବିଦ୍ୟାଳୟର ସମସ୍ତ ଶିକ୍ଷାର୍ଥୀ ଏବଂ ଫିଡର ବିଦ୍ୟାଳୟ ର ୬୦ ଜଣ ଶିକ୍ଷାର୍ଥୀ ଓ ୧୦ ଜଣ ଅଭିଭାବକ ତଥା କଦଳୀପାଲି କ୍ଳଷ୍ଟର୍‌ର ପ୍ରତ୍ୟେକ ବିଦ୍ୟାଳୟ ରୁ ଜଣେ ଲେଖାଏଁ ଏଫ୍.ଏଲ୍.ଏନ୍ ଶିକ୍ଷକ ଓ ୧୦ ଜଣ ଲେଖାଏଁ ଶିକ୍ଷାର୍ଥୀ ଓ ଅଭିଭାବକ ଏଥିରେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟ ରେ ସମସ୍ତ ଅଂଶଗ୍ରହକାରୀ ଓ ଏଫ୍.ଏଲ୍.ଏନ୍ ଶିକ୍ଷକଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ସମଲେଶ୍ବରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରପାଲି , ସରକାରୀ ପ୍ରାଥମିକ ବିଦ୍ୟାଳୟ ସିକିର୍ଡି, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଗବାଡି ଏବଂ ସରକାରୀ ପ୍ରାଥମିକ ବିଦ୍ୟାଳୟ ତୁଲଣ୍ଡି ର  ଅଭିନବ ଶିକ୍ଷଣ ସାମଗ୍ରୀ ଜିଲ୍ଲାସ୍ତରୀୟ ନିପୁଣ ମେଳା ପାଇଁ ମନୋନୀତ ହୋଇଛି। ଏହି କାର୍ଯ୍ୟକ୍ରମରେ କଦଳୀପାଲି ସି.ଆର୍.ସି.ସି. କ୍ଷେତ୍ର ମେହେର ଓ ବି. ଆର୍.ଟି.ମୁକୁନ୍ଦ ମେହେର ମଞ୍ଚ ପରିଚାଳନା କରିଥିଲେ। ଅନ୍ୟାନ୍ୟ କାର୍ଯ୍ୟରେ ଶ୍ରୀନିବାସ ପଧାନ, ବିନୟ କୁମାର ଭୋଇ, ଅନିଲ କୁମାର ଦାଶ,, ଲୁପାଞ୍ଚନ ବାରିକ , ସୁଦାମ ମେହେର , ନିମାଇଁ ଚରଣ ଦାଶ, ରାଜେନ୍ଦ୍ର କୁମାର ମେହେର , ସଞ୍ଜୟ କୁମାର ସାହୁ ଓ ସରୋଜ କୁମାର ଦାସ  ପ୍ରମୁଖ ସହଯୋଗ କରିଥିଲେ । ପରିଶେଷରେ କୁଶନପୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରଘୁବୀର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like