-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*

10-Feb-2025



ଡାବୁଗାଁ (ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୪-୨୫ ଆର୍ଥିକ ବର୍ଷର ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ  ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା ଓ ୧ ଏପ୍ରିଲ ୨୦୨୦ ଠାରୁ ୩୦ ସେପ୍ଟେମ୍ବର ୨୦୨୦ ପର୍ଯ୍ୟନ୍ତ କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ  ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷ ବୀଣା ମାଝି ଙ୍କ ଅଧକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଏମଜିଏନଆରଇଜିଏସ ଯୋଜନା ଓ କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ସମ୍ପର୍କିତ ପ୍ରକଳ୍ପ  ଗୁଡିକ ଉପରେ ଆଲୋଚନା ହୋଇଥିଲା | ଏହି ଯୋଜନାରେ ଜବକାର୍ଡ ଧାରି ଶ୍ରମିକ ମାନେ କେତେଦିନ କାର୍ଯ୍ୟ କରିଛନ୍ତି , ମଜୁରି ପାଇଛନ୍ତି କି ନାହିଁ,  ହିତାଧିକାରୀ ସଂପୂର୍ଣ୍ଣ ଅର୍ଥ ପାଇଛି କି ନାହିଁ ତାହାର ସମୀକ୍ଷା କରାଯାଇଥିଲା | ଏଥିରେ ଗତ ୨୦୨୪-୨୫   ଆର୍ଥିକ ବର୍ଷ ରେ ଏହି ଯୋଜନାରେ ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ସୁଧା ୨୧ କୋଟି ଟଙ୍କା ବ୍ୟୟ କରିବା ନେଇ ଟାର୍ଗେଟ ଥିବା ବେଳେ ସେଥିରୁ ୧୭ କୋଟି ୨୧ ଲକ୍ଷ ୭୬ ହଜାର ଟଙ୍କା ବ୍ୟୟ କରାଯାଇଛି | ସେପ୍ଟେମ୍ବର  ୨୦୨୪ ସୁଧା  ୫ ଲକ୍ଷ ୭୨  ହଜାର ୬୯୪  ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା      | ଏଥିରେ ୯ ହଜାର ୯୪୪ ଟି ପରିବାର କୁ ପଞ୍ଜୀକୃତ ହୋଇଥିବା ବେଳେ ୯ ହଜାର ୯୪୪ ଟି ପରିବାରକୁ କାର୍ଯ୍ୟ ଯୋଗାଇ ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ମୋଟ ୧୪୧୬  ପରିବାର କୁ ୧୦୦ ଦିନ ର କାର୍ଯ୍ୟ ପୂରଣ କରିଛନ୍ତି | ଏଥିରେ ମୋଟ ଟି ପ୍ରକଳ୍ପ ୧୮୯୬ ରୁ ୧୧୬୪ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | ବିଭିନ୍ନ ପଞ୍ଚାୟତରେ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବା ବେଳେ ଓ ପ୍ରକଳ୍ପ କାର୍ଯ୍ୟ ଶେଷ ହେବାପରେ ମଧ୍ୟ  ସାଇନ ବୋର୍ଡ ନଥିବା, ସାମାଜିକ ସମୀକ୍ଷା ସମୟରେ ଉକ୍ତ ପଞ୍ଚାୟତ ଗୁଡିକର ଏସିଡିଓ ଓ ଜିଆରଏସ ମାନେ ପଞ୍ଚାୟତର ୭ ଟି ରେଜିଷ୍ଟର ସମୀକ୍ଷକ ମାନଙ୍କ ନିକଟରେ ଦାଖଲ କରିପାରିନଥିଲେ | ପ୍ରକଳ୍ପ କାର୍ଯ୍ୟର ରେଜିଷ୍ଟର ରେ କାର୍ଯ୍ୟର ଫଟୋ, ଶ୍ରମିକ ମାନଙ୍କ ଆବେଦନ ପତ୍ର ନଥିବା ଭଳି ତ୍ରୁଟି ଦେଖାଦେଇଥିବା ଉପସ୍ଥାପନ ହୋଇଥିଲା | ଏହି ଜନଶୁଣାଣି ଶିବିର ରେବିଭିନ୍ନ ପଞ୍ଚାୟତରୁ ମୋଟ ୪୭ ତୃଟି ଦେଖାଦେଇଥିବା ବେଳେ ଏଥିରୁ ୨୫ ଟି ତୃଟିର ସମାଧାନ କରାଯାଇଛି | ବଳକା ୨୨ ଗୋଟି ତୃଟି ୭ ଦିନ ମଧ୍ୟରେ ସମାଧାନ କରି ବ୍ଲକ ସାମାଜିକ ସମୀକ୍ଷକ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ଓ ବିଡିଓ ଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏଥିରେ ନବରଙ୍ଗପୁର ଜିଲାପାଳ ଙ୍କ ପ୍ରତିନିଧି ଭାବେ ଓରମାସ ସିଇଓ ଏ. ଉମା ମହେଶ୍ଵର ଓ ଜିଲା ପରିଷଦର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏଥିରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି,  ଜୋନ-୨ ଜିଲାପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଜନ ଶୁଣାଣୀ କମିଟି ସଭ୍ୟ ସୁରେନ୍ଦ୍ର କୁମାର ମିଶ୍ର, ରାଜ୍ୟସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ,  ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା,  ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ, ଅର୍ଜୁନ ଭତ୍ରା, ହଳଧର ଜାନୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ବନରକ୍ଷୀ  ଉମାଶଙ୍କର ମିଶ୍ର,  ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ , ଏସିଡିଓ, ଗ୍ରାମ ରୋଜଗାର ସେବିକା ସେବକ ମାନେ ଉପସ୍ଥିତ ଥିଲେ କିନ୍ତୁ ଜବକାର୍ଡଧରି ଶ୍ରମିକ ମାନେ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like