-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ - ଭୋକର ଭୂଗୋଳ ନୁହେଁ ଭାତର ହାଣ୍ଡି କଳାହାଣ୍ଡି

14-Jan-2021



କଳାହାଣ୍ଡି(ସଞ୍ଜୀବ ଦାସ ଓ ତ୍ରିନାଥ ବେଶ୍ରl) :
ବହୁପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପକୁ ଆଜି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାର ଜୟପାଟଣା , କୋକସରା ଓ ଧର୍ମଗଡ ବ୍ଲକର ଅଣଜଳସେଚିତ ଅଞ୍ଚଳର ଚାଷୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡିର ମାଲମାଳ ଟାଣୁଆ ନେତା କଳାହାଣ୍ଡିରେ ଡେରା ପକାଇଥିଲେ । ଆଜି ଜୟପାଟଣା ମଙ୍ଗଳପୁର ନିକଟରେ ଥିବା ମେଗାଲିଫ୍ଟ ପ୍ରକଳ୍ପ ପରିସରରେ ମୁଖ୍ୟମନ୍ତ୍ରୀ ଦିନ ୧୧.୪୫ ରେ ହେଲିକପ୍ଟର ରେ ପହଞ୍ଚି ଥିଲେ ।ମୁଖ୍ୟମନ୍ତ୍ରୀଙ୍କ ପାଇଁ ଥିବା ସ୍ଵତନ୍ତ୍ର ମଞ୍ଚରେ ମୁଖ୍ୟମନ୍ତ୍ରୀ ଙ୍କ ସହ ୫ ଟି ସଚିବ ଭି. କେ ପାଣ୍ଡିଆନ ଉପସ୍ଥିତ ରହିଥିବା ବେଳେ, ଅନ୍ୟ ଏକ ମଞ୍ଚରେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରର ,ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା , ରାଜ୍ୟସଭା ସାଂସଦ ସୁଜିତ କୁମାର ସେଠ, ଶିଶୁ ବିକାଶ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ , ଧର୍ମଗଡ ବିଧାୟକ ମୌଷଧି ବାଗ ଉପସ୍ଥିତ ରହିଥିଲେ କଳାହାଣ୍ଡି ମଙ୍ଗଳପୁରରେ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଅଭି ଭାଷଣରେ କହିଛନ୍ତି ଯେ ଦିନେ କଳାହାଣ୍ଡିରେ ଢେଲା ମାଡ଼ରେ ବିଜୁବାବୁଙ୍କ ନାକ ଫାଟିଥିଲା କିନ୍ତୁ ବିଜୁବାବୁ ସବୁବେଳେ କଳାହାଣ୍ଡିବାସୀଙ୍କୁ ଭଲ ପାଉଥିଲେ ,କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି।  ଇନ୍ଦ୍ରାବତୀର ପ୍ରତିଟି ଜଳବିନ୍ଦୁ କଳାହାଣ୍ଡିକୁ ସମୃଦ୍ଧ କରିଛି ତାର ଜଳ କଳାହାଣ୍ଡିବାସୀଙ୍କ ଦେହରେ ରକ୍ତ ହୋଇ ବହୁଛି। କଳାହାଣ୍ଡିରେ ମାଆ ଇନ୍ଦ୍ରାବତୀଙ୍କ ନାଁରେ ହେବ ପାର୍କ ଓ ସଂଗ୍ରହାଳୟ ।କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି । କଳାହାଣ୍ଡି ସ୍ବାସ୍ଥ୍ୟ ଓ ପୁଷ୍ଟିସାଧନରେ ନମ୍ବର-୧ ଜିଲ୍ଲା ହୋଇଛି  । କଳାହାଣ୍ଡି ଆଜି ସାରା ଦେଶ ପାଇଁ ବିକାଶର ମଡେଲ ହୋଇଛି । ଏହା  ସହ କଳାହାଣ୍ଡି ର ସହିଦ ରେଣ୍ଡୋ ମାଝୀଙ୍କୁ ସମ୍ମାନ ଜଣାଇଛନ୍ତି ନବୀନ , କଳାହାଣ୍ଡି ବିକାଶର ଅଧ୍ୟାୟରେ ନୂଆ ଫର୍ଦ୍ଦ ଯୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  କଳାହାଣ୍ଡିକୁ ୨୦୮୫ କୋଟିର ପ୍ରକଳ୍ପର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ୧୦୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ନବୀନ ।  ୧୦୬୪ କୋଟି ଟଙ୍କା ୫୪ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୦୨୦ କୋଟି ଟଙ୍କାର ୫୨ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି ।  ଉପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପର ଲୋକର୍ପଣ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ୯୮୬.୭୧ କୋଟି ଟଙ୍କା ବ୍ୟୟରେ ଜଳସେଚନ ପ୍ରକଳ୍ପ ନିର୍ମିତ ହୋଇଛି । ୨୫ ହଜାର ୨୭୫ ହେକ୍ଟର ଜମିରେ ଜଳସେଚନ ସୁବିଧା  ।ଜଳସେଚନ ପ୍ରକଳ୍ପରୁ ପ୍ରାୟ ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ଙ୍କ ଏହି ସମାବେଶରେ ପ୍ରାୟ ୫ ହଜାର ରୁ ଉର୍ଦ୍ଧ୍ବ ଜନସାଧାରଣ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like