-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||     

HOME   ଜିଲ୍ଲା

ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ମନ୍ଦିରକୁ ମିଳିଲା ପର୍ଯ୍ୟଟନ ସ୍ଥଳୀର ମାନ୍ୟତା: ବିକଶିତ ହେବ ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର

13-Feb-2025




ବରଗଡ଼:(ନିରଞ୍ଜନ ତ୍ରିପାଠୀ)-  ବହୁ ପ୍ରତିକ୍ଷାର ଅନ୍ତ ଘଟାଇଛନ୍ତି ରାଜ୍ୟ ସରକାର । ପ୍ରମାଣ କରିଛନ୍ତି ଏଥର କେବଳ ସହର କିମ୍ବା ଉପକଣ୍ଠ ନୁହେଁ ଗ୍ରାମାଞ୍ଚଳର ପର୍ଯ୍ୟଟନ କ୍ଷେତ୍ର ମଧ୍ୟ ବିକଶିତ ହେବ । ବିକାଶର ଛାପ ପୁରପଲ୍ଲୀରେ ମହକି ଉଠିବ । ବର୍ଷ ବର୍ଷ ଧରି ଚାତକ ପରି ଚାହିଁ ବସିଥିବା ଭଟଲି ବାସୀଙ୍କୁ ମିଳିଛି ଅପୂର୍ବ ସଫଳତା । ବାରମ୍ବାର ସରକାରଙ୍କ ଦୃଷ୍ଟିକୁ ଅଣାଯାଉଥିଲେ ସୁଦ୍ଧା କୌଣସି କାରଣରୁ ଏହା ସମ୍ଭବ ହେଉନଥିଲା । ତଥାପି ବିଳମ୍ବରେ ହେଉ ପଛେ ସରକାର ଏହାକୁ ବିଚାରକୁ ନେଇ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେଇଛନ୍ତି । ଏନେଇ ମଙ୍ଗଳବାର ରାଜ୍ୟ ସରକାର ସାରା ରାଜ୍ୟରେ ୨୦ଟି ପର୍ଯ୍ୟଟନ ସ୍ଥଳୀକୁ ସରକାରୀ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ବିଭାଗ ବିଜ୍ଞପ୍ତି ମଧ୍ୟ ଜାରି କରିଛି । ଏହି ମର୍ମରେ ବରଗଡ଼ ଜିଲ୍ଲାର ୩ଟି ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସ୍ଥାନ ପାଇଥିବାବେଳେ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅମ୍ବାଭୋନାର କେଦାରନାଥ ମନ୍ଦିର ଏବଂ ଭଟଲିର ଶ୍ରୀ ଶ୍ରୀ ଦଧିବାମନ ମନ୍ଦିର ସ୍ଥାନ ପାଇଛି । ଏଥିପାଇଁ ସ୍ଥାନୀୟ ବାସୀନ୍ଦା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ ଭଟଲି ବିଧାୟକ ଇରାସିସ୍ ଆଚାର୍ଯ୍ୟଙ୍କ ଧନ୍ୟବାଦ ଜଣାଇଛନ୍ତି । ଏକଦା ଉଭୟ ପର୍ଯ୍ୟଟନ ସ୍ଥଳୀ ସରକାରୀ ଉଦାସୀନତାର ଅଭାବ ଯୋଗୁ ଅବହେଳିତ ଅବସ୍ଥାରେ ପଡ଼ିରହିଥିବାବେଳେ ଏହି ଘୋଷଣା ପରେ ଅଞ୍ଚଳ ସମଗ୍ର ରାଜ୍ୟ ତଥା ଦେଶରେ ପ୍ରସିଦ୍ଧି ଲାଭ କରିବ ବୋଲି ଆଶା ବାନ୍ଧିଛନ୍ତି । ପ୍ରକାଶ ଥାଉକି ପ୍ରାୟ ୧୬୧୭ ମସିହାରେ ସମ୍ବଲପୁର ରାଜା ବଳିୟାର ସିଂଙ୍କ ରାଜତ୍ୱ କାଳରେ ବିଭୁଭକ୍ତ ପରମାନନ୍ଦ ଭଟଲି ପୀଠରେ ଏକ ମୃଣ୍ମୟ ମନ୍ଦିରେ ଦାରୁବ୍ରହ୍ମ ଜଗନ୍ନାଥ ରୂପରେ ସ୍ଥାପନ କରି ପୂଜା କରି ଆସୁଥିଲେ । ପରବର୍ତ୍ତୀ ସମୟରେ ଭକ୍ତ ଓ ଭଗବାନଙ୍କ ଲୀଳାକୁ ପ୍ରମାଣିତ କରିବା ସହିତ ଭକ୍ତର ମନୋବାଞ୍ଛା ପୂରଣ କରିବା  ପାଇଁ ମାୟାରେ ମନ୍ଦିର ଦହନ ଆଳ ଦେଖାଇ ଭକ୍ତଙ୍କୁ ଭକ୍ତି ପରାକାଷ୍ଠାର କଠୋର ପରୀକ୍ଷାର ସମ୍ମୁଖୀନ କରି ନିର୍ବାଣ ପ୍ରାପ୍ତ ହୋଇଥିଲେ । ପରେ ମହାପ୍ରଭୁ ପବିତ୍ର ଚକ୍ର ପୁଷ୍କରିଣୀରେ ସ୍ୱୟଂ ଆବିର୍ଭାବ ହୋଇ ଭକ୍ତ ପରାମାନନ୍ଦଙ୍କୁ ସ୍ୱପ୍ନାଦେଶ କ୍ରମେ ଶ୍ରୀ ଶ୍ରୀ ଦଧିବାମନ ନାମରେ ଭଟଲି ପୀଠରେ ପୂଜା ପାଇବା ପାଇଁ ନିର୍ଦ୍ଦେଶ ସହିତ ଅନ୍ନଭୋଗକୁ ନିଷେଧ ପୂର୍ବକ ବାଲଭୋଗ ଲାଗି କରିବା ପାଇଁ ନିର୍ଦ୍ଧେଶ ଦେଲେ । ସେହିଦନଠାରୁ ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥ ଦଧିବାମନ ରୂପରେ ପୂଜା ପାଇବା ସହିତ ମହାପ୍ରଭୁଙ୍କ ସହିତ ଲୀନ ହୋଇଥିବା କମଳା ଦଧିବାମନଙ୍କ ଦକ୍ଷିଣ ପାଶ୍ୱର୍ରେ ସତିହାରୀ ନାମରେ ଅଦ୍ୟାବଧି ପୂଜା ପାଇ ଆସୁଛନ୍ତି । ତେବେ ଏହିଦିନ ଠାରୁ ଏହି ପୀଠକୁ ଭକ୍ତଙ୍କ ସୁଅ ଛୁଟୁଛି । ଏଥିପାଇଁ ଏହି ପୀଠ ଭକ୍ତ ମାନଙ୍କ ପୀଠ ବୋଲି ଜଣାଯାଉଥିବାବେଳେ ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନ ସମସ୍ତଙ୍କ ମନୋବାଞ୍ଛା ପୂର୍ଣ୍ଣ କରନ୍ତି ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି । ତେବେ ଶୀଘ୍ର ମନ୍ଦିରର ବିକାଶ ହେଲେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢ଼ିବା ସହିତ ଅଞ୍ଚଳର ବିକାଶ ହୋଇପାରିବ ବୋଲି ବୁଦ୍ଧିଜୀବି ମହଳରେ ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026

You Might Also Like