-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘର ବାର୍ଷିକ ସମ୍ବିଳନୀ ସମାଜ ଗଠନରେ ସାମ୍ବାଦିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି,,,,, ସାମ୍ବାଦିକ ମାନଙ୍କର ସୁରକ୍ଷା ଏବଂ କଲ୍ୟାଣ ପାଇଁ ସରକାରୀ ସ୍ତରରେ ପ୍ରୟାସ ଲୋଡ଼ା

14-Feb-2025



(ଚିନ୍ତାମଣି ନାଏକ )
ସମାଜ ଗଠନରେ ସାମ୍ବାଦିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି. ଏଣୁ ସଠିକ ତଥ୍ୟ ପରିବେଷଣ କରିବା ଜଣେ ସାମ୍ବାଦିକର ନୈତିକ କର୍ତ୍ତବ୍ୟ, ସେହିଭଳି 
ସାମ୍ବାଦିକ ମାନଙ୍କର ସୁରକ୍ଷା ଏବଂ କଲ୍ୟାଣ ପାଇଁ ସରକାରୀ ସ୍ତରରେ ପ୍ରୟାସ ଲୋଡ଼ା ବୋଲି ଆଜି ଭୁବନେଶ୍ୱର ଜୟଦେବ ଭବନ ଠାରେ ଅନୁଷ୍ଠିତ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ)ର ପଞ୍ଚଦଶ ବାର୍ଷିକ ସାଧାରଣ ପରିଷଦ ବୈଠକ ତଥା ବାର୍ଷିକ ସମ୍ବିଳନୀର ଉଦଘାଟନୀ ଉତ୍ସବରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ରାଜ୍ୟ ସ୍କୁଲ ଏବଂ ଗଣ ଶିକ୍ଷା, ଅନୁସୂଚିତ ଜାତି ଜନଜାତି ଉନ୍ନୟନ, ସଂଖ୍ୟା ଲଘୁ ଏବଂ ପଛୁଆ ବର୍ଗ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଘରୋଇ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡ଼.କୃଷଚନ୍ଦ୍ର ମହାପାତ୍ର ନିଜର ବକ୍ତବ୍ୟରେ କହିଛନ୍ତି. ସମ୍ମାନିତ ଅତିଥି ଭାବରେ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ପୂର୍ବତନ ବିଧାୟକ କାନ୍ଦ୍ରା ସୋରେନ ଯୋଗଦେଇ ସାମ୍ବାଦିକ ମାନେ ସମାଜର ଜାଗ୍ରତ ପ୍ରହାରୀ ବୋଲି କହିଥିଲେ. 
ଅଜେୟୁର ରାଜ୍ୟ ସଭାପତି ଶଶୀ ଭୂଷଣ ପ୍ରହରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ପ୍ରଥମେ ପରଲୋକଗତ ସାମ୍ବାଦିକଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା.  ଏହି ଉପଲକ୍ଷେ ସଂଘର ସ୍ମରଣିକା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚନ ହୋଇଥିଲା. ରାଜ୍ୟ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ମହାରଣା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ, ରାଜ୍ୟ ଉପସଭାପତି ଦୀପକ କୁମାର ନାୟକ ମଞ୍ଚ ପରିଚାଳନା କରିଥିଲେ. ଦ୍ୱତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଯୋଗ ଦେଇ ମୂଲ୍ୟବୋଧ ସାମ୍ବାଦିକତା ମାଧ୍ୟମରେ ଏକ ବିକଶିତ ରାଷ୍ଟ୍ର ଗଠନ ସମ୍ଭବ ବୋଲି କହିଥିଲେ. 
ସମ୍ମାନିତ ଅତିଥି ଭାବରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ଭଞ୍ଜସେନାର ଅଧ୍ୟକ୍ଷ ସଂଜୀବ କୁମାର ରାଉତ ଯୋଗଦେଇ ସାମ୍ବାଦିକ ମାନଙ୍କର ବୃତ୍ତିଗତ ଏବଂ ସାମାଜିକ ସୁରକ୍ଷା ପାଇଁ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଥିଲେ. ଏହି ଅବସର ରେ ବିଭିନ୍ନ ଜିଲ୍ଲା ୟୁନିଟ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ବିଶିଷ୍ଟ ସମାଜସେବୀ ରତିକାନ୍ତ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା. ଶେଷରେ ସଙ୍ଘର ରାଜ୍ୟ ନିର୍ବାଚନ ଅଧିକାରୀ ବିଜୟ ମିଶ୍ର ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କର ନାମ ଘୋଷଣା କରିଥିଲେ. ରାଜ୍ୟ ସଭାପତି ଭାବରେ ଶଶୀ ଭୂଷଣ ପ୍ରହରାଜ, ଉପସଭାପତି ଭାବରେ ଦୀପକ କୁମାର ନାୟକ, ସୁଶାନ୍ତ ମହାପାତ୍ର, ରାକେଶ ଗୁପ୍ତା, ରମଣୀ ରଂଜନ ଦାଶ, ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ମହାରଣା, ସମ୍ପାଦକ ରାଜକିଶୋର ତ୍ରିପାଠୀ, ପ୍ରମୋଦ ସେଲମା, ରାଜ୍ୟ ସଂଗଠନ ସମ୍ପାଦକ ବାଙ୍କ ବିହାରୀ ବିଶୋଇ, କୋଷାଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ, ଉତ୍ତରଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ଭାବରେ ରଜତ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ସୁବ୍ରତ ଚୌଧୁରୀ, ପଶ୍ଚିମାଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ, ମହିଳା ବିଭାଗ ଆବାହିକା ଭାବରେ ବିଜୟ ଲକ୍ଷ୍ମୀ ମହାଙ୍କୁଡ ଆଗାମୀ 3ବର୍ଷ ପାଇଁ ରାଜ୍ୟ କର୍ମକର୍ତ୍ତା ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି. ଶେଷରେ ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କୁ ବିଭିନ୍ନ ଜିଲ୍ଲା ୟୁନିଟ ତରଫରୁ ପୁଷ୍ପଗୁଛ ଏବଂ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like