-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ୨୦୨୪ ଘୋଷିତ

07-Mar-2025



ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ୨୦୨୪ ମସିହାର ଅନୁବାଦ ପୁରସ୍କାର ଘୋଷିତ ହୋଇଛି। ଏକାଡେମୀର ସଭାପତି ମାଧବ କୈାଶିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୧ଟି ଭାଷାର ଅନୁବାଦ ପୁସ୍ତକ ପୁରସ୍କାର ପାଇଁ ନାଁ ଘୋଷଣା କରାଯାଇଛି। ଏଥର ଓଡିଆ ଭାଷା ପାଇଁ ଅନୁବାଦ ପୁରସ୍କାର ପାଇବେ ବିଶିଷ୍ଟ ଲେଖକ ଏବଂ ଅନୁବାଦକ ସୁଭାଷ ଶତପଥୀ। ଇଂରାଜୀ ଭାଷାରେ ରଚିତ ରସକିନ୍ ବଣ୍ଡଙ୍କ ଆତ୍ମଜୀବନୀ (ଲୋନ୍ ଫକ୍ସ ଡ୍ୟାନ୍ସିଂ)ର ଓଡିଆ ଅନୁବାଦ ‘କୋକିଶିଆଳିର ଏକକ ନୃତ୍ୟ’ ପାଇଁ ତାଙ୍କୁ ଏହି ପୁରସ୍କାର ଳାଗି ମନୋନୀତ କରାଯାଇଛି। ଏହା ପୂର୍ବରୁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଛନ୍ତି। ଶ୍ରୀ ଶତପଥୀଙ୍କ ପ୍ରକାଶିତ ଅନ୍ୟ ଅନୁବାଦ ପୁସ୍ତକ ମଧ୍ୟରେ ରହିଛି ସଂସାର, ପୂର୍ଣ୍ଣିମା ରାତ୍ରିର ଅଭିସାର ଓ ଅନ୍ୟାନ୍ୟ ଗଳ୍ପ , ସମୁଦ୍ର କୂଳର ଗାଁ, ଖୁଶୱନ୍ତ ସିଂହଙ୍କ ଗଳ୍ପ, ଏମ.ଟି. ବାସୁଦେବ ନାୟାରଙ୍କ ଗଳ୍ପ, ବିଭାଜନ ଇତ୍ୟାଦି। ସଂପ୍ରତି ସେ ଓଡିଆ ଦୈନିକ ଖବରକାଗଜ `ପ୍ରମେୟ’ର ସଂପାଦନା ବିଭାଗରେ କାର୍ଯ୍ୟରତ। ଏଥର ଓଡିଆ ଭାଷାର ଅନୁବାଦ ପୁରସ୍କାର ପାଇଁ ବିଚାରକ ମଣ୍ଡଳୀରେ ଥିଲେ ଅମରେଶ ପଟ୍ଟନାୟକ, ପ୍ରବାସିନୀ ମହାକୁଡ ଏବଂ ମୋନାଲିସା ଜେନା।
ଏହି ପୁରସ୍କାର ପାଇଁ ମନୋନୀତ ଅନ୍ୟ ଭାଷାର ଲେଖକମାନେ ହେଉଛନ୍ତି ଅଞ୍ଜନ ଶର୍ମା (ଅହମିଆ), ବାସୁଦେବ ଦାସ (ବଙ୍ଗଳା), ଉତ୍ତରା ବସୁମାତାରୀ (ବୋଡୋ), ଅର୍ଚ୍ଚନା କେସର (ଡୋଗ୍ରୀ), ଅନିସୁର ରହମାନ (ଇଂରାଜୀ), ରମଣିକ ଅଗ୍ରୱତ (ଗୁଜୁରାଟୀ), ମଦନ ସୋନି (ହିନ୍ଦୀ), ସିଦ୍ଧଲିଙ୍ଗ ପତ୍ତନସେଟ୍ଟୀ (କନ୍ନଡ), ଗୁଲାମ ନବୀ ଆତଶ (କଶ୍ମିରୀ), ମିଲିନ୍ଦ ମହମଲ (କୋଙ୍କଣୀ), କେଶକର ଠାକୁର (ମୈଥିଳି), କେ. ଭି. କୁମାରନ (ମାଲୟାଲମ), ଏସ ଇନ୍ଦ୍ରକୁମାର (ମଣିପୁରୀ), ସୁଦର୍ଶନ ଅଠାୱଲେ (ମରାଠୀ), ଚନ୍ଦନ ନେଗୀ (ପଞ୍ଜାବୀ),  ସୋହନ୍ଦନ ଚରଣ (ରାଜସ୍ଥାନୀ), ନାଜିର ହେମ୍ବ୍ରମ (ସାନ୍ତାଳି), ଶୋଭା ଲାଲଚନ୍ଦାନୀ (ସିନ୍ଧୀ), ପି. ବିମଳା (ତାମିଲ) ଏବଂ ଟି. ରାଜେଶ୍ବରୀ (ତେଲୁଗୁ)। ନେପାଳୀ ଏବଂ ସଂସ୍କୃତ ଭାଷାର ପୁରସ୍କାର ପରେ ଘୋଷଣା ହେବାକୁ ଥିବା ବେଳେ ଏଥର ଉର୍ଦ୍ଧୁ ଭାଷାରେ ପୁରସ୍କାର ଦିଆଯିବ ନାହିଁ ବୋଲି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ଜଣାଇଛନ୍ତି। ଏକ ସ୍ବତନ୍ତ୍ର ଉତ୍ସବରେ ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ସ୍ବରୂପ ୫୦ ହଜାର ଟଙ୍କାର ଅର୍ଥରାଶି ସହିତ ତାମ୍ର ଫଳକ ପ୍ରଦାନ କରାଯିବ। ୨୦୨୪ ବର୍ଷର ଅନୁବାଦ ପୁରସ୍କାର ପାଇଁ ୨୦୧୮ରୁ ୨୦୨୨ ମଧ୍ୟରେ ପ୍ରଥମେ ପ୍ରକାଶିତ ପୁସ୍ତକଗୁଡିକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026

You Might Also Like