-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ

15-Mar-2025



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି ଏକ ଦୁର୍ଗମ ଅପହଞ୍ଚ ଇଲାକାକୁ ଯାଇ ଲୋକଙ୍କୁ ଭେଟିଛନ୍ତି ରାଇକିଆ ବଡିଓ ସବ୍ୟସାଚୀ ସାହୁ । ରାସ୍ତା ଠାରୁ ଆରମ୍ଭ କରି ଶିକ୍ଷା, ସ୍ବାାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଏହି ଗ୍ରାମବାସୀ। ଗାଁରେ ପ୍ରାଥମିକ ବିଦ୍ୟାଳୟ ନାହିଁ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ । ଗାଁ ରେ ଏକାଧିକ ପିଲା ବିଦ୍ୟାଳୟରେ ନାମ ଲେଖେଇ ନ ପାରି ଅଧାରୁ ପାଠ ଛାଡୁଛନ୍ତି । ସର୍ବନିମ୍ନ ସ୍ବାସ୍ଥ୍ୟ ସେବା ପାଇବାକୁ ହେଲେ ୨୫ କିମି ଦୂର ରାଇକିଆ ସହର ଉପରେ ସମସ୍ତେ ନିର୍ଭରଶୀଳ । ଏ ସବୁ ସମସ୍ୟା ଭିତରେ ସବୁଠାରୁ ବଡ ଚାଲେଞ୍ଜ ଭାବେ ଦେଖାଦେଇଛି। ରାସ୍ତାକାମ ଅଧାପନ୍ତରିଆ ରହି ଯାଇ ଥିବାରୁ ଗାଆଁକୁ ଦୁଇ ଚକିଆ ଯାନ ମଧ୍ୟ ଯାଇ ପାରୁନାହିଁ । ୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି ଓ କଚା ଘର । ରାସ୍ତା ନ ଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି କରିପାରୁ ନାହାନ୍ତି । ଗାଁ ରେ ଥିବା ଏକ ମାତ୍ର ଚୂଆ ଓ ଝରଣା ପାଣିକୁ ବ୍ୟବହାର କରୁଛନ୍ତି ଗ୍ରାମବାସୀ। ଖରା ଦିନେ ଝରଣା ଶୁଖିଗଲେ ଦୁଇ କିମି ପାହାଡ ଚଢି ପାଣି ଆଣିବାକୁ ପଡୁଛି । ଏସବୁ ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ । ଏକ ସପ୍ତାହ ତଳେ ନୂତନ ବିଡିିଓ ଭାବେ ଯୋଗ ଦେଇ ଥିବା ସବ୍ୟସାଚୀ ସାହୁ ଏହି ଗ୍ରାମକୁ ଗସ୍ତ କରି ଲୋକଙ୍କ ସମସ୍ୟାକୁ ବୁଝିବା ସହ ସ୍ଥାନୀୟ ଲୋକେ କିପରି ତ୍ୱରିତ ସେବା ପାଇ ପାରିବେ ସେ ନେଇ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏହି ଗ୍ରାମରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଦୁଇଟି କୂପ ଖୋଳା ଯାଇଛି। ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେପରି ସମସ୍ତେ ଗୃହ ପାଇ ପାରିବେ ତାକୁ ପ୍ରାଥମିକତା ଭିତ୍ତିରେ କରାଯିବା ସହ ଅଧାପନ୍ତରିଆ ରାସ୍ତାକୁ ଜିଲା ପ୍ରଶାସନ ସହ ଆଲୋଚନା କରି ଯେପରି ଯାନ ବାହାନ ଚଳାଚଳ ଉପଯୋଗୀ ହୋଇପାରିବ ସେ ଦିଗରେ ପ୍ରାଥମିକତା ଦିଆଯିବ ବୋଲି ବିଡିଓ ଶ୍ରୀସାହୁ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like