-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ରାଜ୍ୟ

କବି ରମାକାନ୍ତ ରଥଙ୍କ  ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀର ଶୋକ

16-Mar-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ପ୍ରଖ୍ୟାତ କବି ରମାକାନ୍ତ ରଥଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ଶୋକବାର୍ତ୍ତାରେ କହିଛନ୍ତି ଯେ, "ପ୍ରସିଦ୍ଧ ଓଡ଼ିଆ କବି, ବିଦ୍ୱାନ ଏବଂ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ମହତ୍ତର ସଦସ୍ୟ ଶ୍ରୀ ରମାକାନ୍ତ ରଥ ଆଉ ନାହାନ୍ତି ବୋଲି ଜାଣି ଖୁବ୍ ଦୁଃଖ ଲାଗୁଛି। ତାଙ୍କ କବିତା ଅଗଣିତ ବ୍ୟକ୍ତିଙ୍କୁ ଗଭୀର ଭାବରେ ଆତ୍ମନିରୀକ୍ଷଣ କରିବାକୁ ତଥା ଭୌତିକ ଜଗତ ବାହାରେ ଜୀବନ, ମୃତ୍ୟୁ, ଅସ୍ତିତ୍ୱ ବିଷୟରେ ଜିଜ୍ଞାସା କରିବାକୁ ସାହାଯ୍ୟ କରିଥିଲା। ଏଥିସହିତ ଅନେକଙ୍କୁ ନିଜ ନିଜର ସାଂସ୍କୃତିକ ମୂଳକୁ ପୁନର୍ବାର ଖୋଜିବା ଏବଂ ପୁନଃଆବିଷ୍କାର କରିବାକୁ ଶକ୍ତି ଦେଇଥିଲା। "ଶ୍ରୀରାଧା" ଏବଂ "ସପ୍ତମ ଋତୁ" ଭଳି ତାଙ୍କର ପ୍ରସିଦ୍ଧ ଏବଂ ଅମର କୃତିଗୁଡିକ ଆତ୍ମ-ଆବିଷ୍କାରର ଯାତ୍ରାରେ ସର୍ବଦା ସାହାଯ୍ୟ କରୁଥିବେ।"
ସୂଚନାଯୋଗ୍ୟ ଯେ, ରମାକାନ୍ତ ରଥ ଓଡ଼ିଆ କବିତାରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ।  ଆଧୁନିକତାବାଦୀ ଏବଂ ଦାର୍ଶନିକ ଆଭିମୁଖ୍ୟ ପାଇଁ ସେ ସର୍ବଭାରତୀୟ ସ୍ତରରେ ସୁପରିଚିତ । ତାଙ୍କର  କବିତା ସଂକଳନଗୁଡ଼ିକ ମଧ୍ୟରେ ରହିଛି କେତେ ଦିନର, ସଂନ୍ଦିଗ୍ଧ ମୃଗୟା , ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ଏବଂ ଶ୍ରୀ ପଳାତକ ଇତ୍ୟାଦି। ମହାନ କୃତି ‘ଶ୍ରୀରାଧା’ ପାଇଁ ୧୯୯୨ ମସିହାରେ ତାଙ୍କୁ  ସରସ୍ୱତୀ ସମ୍ମାନ ପ୍ରଦାନ କରାଯାଇଥିଲା। ତାଙ୍କର କୃତିଗୁଡ଼ିକ ଇଂରାଜୀ ସମେତ ଅନେକ ଭାରତୀୟ ଭାଷାରେ ଅନୂଦିତ ହୋଇଛି।    ସେ ୧୯୭୭ରେ ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୪ରେ ଶାରଳା ପୁରସ୍କାର, ୧୯୯୦ରେ ବିଷୁବ ସମ୍ମାନ ଲାଭ କରିଥିଲେ ଏବଂ ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀର ମହତ୍ତର ସଦସ୍ୟ ଭାବରେ ସମ୍ମାନିତ କରାଯାଇଥିଲା। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସହିତ ଶ୍ରୀ ରଥ ଓଡ଼ିଶାର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ବିଭିନ୍ନ ବିଭାଗରେ ସଚିବ ଏବଂ ଓଡ଼ିଶାର ମୁଖ୍ୟ ସଚିବ ଭାବରେ କାର୍ଯ୍ୟ କରିଥିଲେ। ୨୦୦୬ ମସିହାରେ ତାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଥିଲା।
ଆସନ୍ତାକାଲି ସାହିତ୍ୟ ଏକାଡେମୀର ସମସ୍ତ କାର୍ଯ୍ୟାଳୟରେ ଶୋକ ସଭା ଅନୁଷ୍ଠିତ ହେବ ଏବଂ ତାଙ୍କ ସମ୍ମାନାର୍ଥେ ଦ୍ବିତୀୟାର୍ଦ୍ଧରେ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like