-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ମହାନ କବି ରମାକାନ୍ତ ରଥଙ୍କୁ ଶ୍ରଦ୍ଧାଞ୍ଜଳି

17-Mar-2025



ଡେଲାଙ୍ଗ(ଦିଲୀପ କୁମାର  ଧାଉଡିଆ): ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ  କବି ପଦ୍ମଶ୍ରୀ ରମାକାନ୍ତ ରଥଙ୍କ ପରଲୋକ ଓଡ଼ିଆ ସାହିତ୍ଯ ଜଗତ ପାଇଁ ଅପୂରଣୀୟ କ୍ଷତି।  ଆଧୁନିକ ଓ ଆଧିଭୌତିକ ଚେତନାର  କାବ୍ୟ ସ୍ରଷ୍ଟା ମହାନ କବି ପଦ୍ମଭୂଷଣ ରମାକାନ୍ତ ରଥ ୯୧ ବର୍ଷ ବୟସରେ ତାଙ୍କ ଭୁବନେଶ୍ଵର ସ୍ଥିତ ଖାରବେଳନଗର ଠାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ସମଗ୍ର ସାରସ୍ବତ ଜଗତ ସ୍ତବ୍ଧ ଓ ମ୍ରିୟମାଣ। ତାଙ୍କ ବିୟୋଗରେ ଆଧୁନିକ କାବ୍ୟ ଜଗତରେ ସବୁଦିନ ପାଇଁ ଏକ ବିରାଟ ଶୂନ୍ୟ ସ୍ଥାନ ସୃଷ୍ଟି ହେଲା ଯାହା ଅପୂରଣୀୟ।ଏହି ମହାନ କବି ୧୯୩୪ ମସିହାରେ କଟକ ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୈତୃକ ଗ୍ରାମ ପୁରୀ ସଦର  ଅଞ୍ଚଳର ପ୍ରସିଦ୍ଧ ବ୍ରାହ୍ମଣ ଗ୍ରାମ ଶାସନ ଦାମୋଦରପୁର । ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହେବାପରେ ସେ ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ବହୁ ଗୁରୁତ୍ୱପୁର୍ଣ୍ଣ ବିଭାଗରେ କାର୍ଯ୍ୟ କରିଥିଲେ।୧୯୯୨ ମସିହାରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥାଇ ସେ କାର୍ଯ୍ୟ ରୁ ଅବସର ଗ୍ରହଣ କରିଥିଲେ।ସେ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ ସଭାପତି ଓ ସଭାପତି ପଦବୀ ମଣ୍ଡନ କରିଥିଲେ।ବହୁ ସମ୍ମାନ ର ଅଧିକାରୀ ଥିଲେ କବି ରମାକାନ୍ତ ରଥ। ୧୯୭୮ ମସିହାରେ *ସପ୍ତମ ଋତୁ* ପୁସ୍ତକ ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ।"ସଚିତ୍ର ଅନ୍ଧାର" ପୁସ୍ତକ ନିମନ୍ତେ,୧୯୮୪ ମସିହାରେ ସେ ପାଇଥିଲେ ସାରଳା ପୁରସ୍କାର।୧୯୯୧ ରେ ପ୍ରଜାତନ୍ତ୍ର ବିଷୁବ ପୁରସ୍କାର,୧୯୯୨ ରେ ସମ୍ମାନଜନକ ସରସ୍ଵତୀ ସମ୍ମାନ,୨୦୧୮ ମସିହାରେ ଅତିବଡ଼ି ସମ୍ମାନ,୨୦୦୬ ରେ ସାହିତ୍ୟ ଭାରତୀ ସମ୍ମାନ,୨୦୦୯ ରେ ଫେଲୋସିପ ସମ୍ମାନ ଆଦି ପାଇବା ସହିତ ୨୦୦୬ ରେ ତାଙ୍କୁ ପଦ୍ମଭୂଷଣ ସମ୍ମାନ ରେ ସମ୍ମାନିତ କରିଥିଲେ ରାଷ୍ଟ୍ରପତି ମହୋଦୟ।ଏହି ମହାନ କବିଙ୍କର ଅନେକ ଆଧୁନିକ କାବ୍ୟ ଓ ପ୍ରମୁଖ ସାରସ୍ବତ ସୃଷ୍ଟି ମଧ୍ୟରେ *ଶ୍ରୀରାଧା*,*ପଳାତକ*, *ସପ୍ତମ ଋତୁ*, *ସଚିତ୍ର ଅନ୍ଧାର*, *ଧର୍ମପଦର ଆତ୍ମହତ୍ୟା* ,*ସନ୍ଦିଗ୍ଧ ମୃଗୟା* ଆଦି ଖୁବ୍ ପାଠକୀୟ ଶ୍ରଦ୍ଧା ଓ ସମ୍ମାନ ପାଇଛି। ତାଙ୍କ ସମଗ୍ର ସାରସ୍ବତ ସୃଷ୍ଟି ଆଧୁନିକତା, ଆଧ୍ୟାତ୍ମିକତା ଓ ଆଧିଭୌତିକତାର ତ୍ରିବେଣୀ ସଙ୍ଗମ। ଆଧୁନିକ ଓଡ଼ିଆ କାବ୍ୟ ସାହିତ୍ୟକୁ ରମାକାନ୍ତ ଙ୍କ ଅବଦାନ ଅତୁଳନୀୟ। ଆଗାମୀ ପିଢ଼ିର ସାହିତ୍ୟିକ ମାନଙ୍କ ପାଇଁ ତାଙ୍କ କାବ୍ୟ ସମୁହ ଗୋଟିଏ ଗୋଟିଏ ସାର୍ଥକ ମାର୍ଗଦର୍ଶକ ଭାବେ ଠିଆ ହେବ ଏଥିରେ ସନ୍ଦେହ ନାହିଁ। ରମାକାନ୍ତ ରଥ କେବଳ ଓଡ଼ିଶାର ନୁହନ୍ତି ସମଗ୍ର ଦେଶର ଗର୍ବ ଓ ଗୌରବ।ସେ ମରି ମଧ୍ୟ ଅମର।ଏହି ବରପୁତ୍ରଙ୍କ ଅମର ଆତ୍ମା ପ୍ରତି ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।  ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରାର୍ଥନା ଜଣାଉଛି ସମ୍ପାଦକ,ଦିଲ୍ଲୀପ କୁମାର ଧାଉଡ଼ିଆ ,  ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ , ଘୋରଡ଼ିଆ , ଡେଲାଙ୍ଗ ପୁରୀ  !


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like