-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

୮ ଦିନ ହେଲା ଛୁଟିରେ ସ୍ବାସ୍ଥ୍ୟ ମିଶନ କର୍ମଚାରୀ *ଜିଲ୍ଲାରେ ସ୍ୱାସ୍ଥ୍ୟସେବପ୍ରଭାବିତ*

17-Mar-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )  ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରୀ ସ୍ଥାୟୀକରଣ ଦାବିରେ ଜାତୀୟ ସ୍ୱାସ୍ଥ୍ୟ ମିଶନରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଆନ୍ଦୋଳନ ଆଜି ଅଷ୍ଟମ ଦିନରେ ପହଞ୍ଚିଥିଲା ବେଳେ ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗରେ ନାନା ସମସ୍ୟା ପରିଲକ୍ଷିତ ହୋଇଛି। ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟ ଏବେ ସମ୍ପୂର୍ଣ ଠପ ହୋଇଯାଇଛି। ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରୁ ଏନଏଚଏମ ଠିକା କର୍ମଚାରୀ ମାନେ ଛଅ ଦିନ ଧରି ଭୁବନେଶ୍ୱରରେ ଧାରଣା ଦେଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରୁ ୮୦ ରୁ ଅଧିକ ଠିକା କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଫଳରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏନଏଚଏମ କାର୍ଯ୍ୟାଳୟରେ ତାଲା ପଡ଼ିଥିବା ଦେଖିବାକୁ ମିଳିଛି। ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା ୨୭ରୁ ଅଧିକ ବିଭିନ୍ନ ସ୍ୱାସ୍ଥ୍ୟ ଯୋଜନା ପରିଚାଳନା କ୍ଷେତ୍ରରେ ଏବେ ନାନା ସମସ୍ୟା ଦେଖା ଦେଇଛି। ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନ୍ତର୍ଗତ ଜନ୍ମରୁ ୧୮ ବର୍ଷ ଶିଶୁ ମାନେ ଉନ୍ନତମାନର ଚିକିତ୍ସା ପାଇଁ ଜିଲ୍ଲା ବାହାରକୁ ଯାଇପାରୁ ନାହାନ୍ତି। ରେଫେରାଲ ମେନେଜମେଣ୍ଟ, ଟିକାକରଣ ବାଧାପ୍ରାପ୍ତ ହୋଇଛି। ଅମ୍ଲାନ କାର୍ଯ୍ୟକ୍ରମ ଅନ୍ତର୍ଗତ ରକ୍ତହୀନତାର ଚିହ୍ନଟିକରଣ ହୋଇପାରୁନାହିଁ। 50 ରୁ ଉର୍ଧ୍ଵ ହିମୋଗ୍ଲୋବିନ ମିଟର ଅଚଳ ହୋଇ ଜିଲ୍ଲାରେ ପଡ଼ିରହିଛି। ମେନେଜମେଣ୍ଟ କର୍ମଚାରୀମାନେ ଧାରଣା ରେ ଥିବାରୁ ଅଚଳ ମେସିନ ଗୁଡିକର ମରାମତି କାର୍ଯ୍ୟ ହୋଇପାରୁନାହିଁ। ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ନିୟୋଜିତ କର୍ମଚାରୀମାନେ (STS )  ଧାରଣାରେ ଥିବାରୁ ଜିଲ୍ଲାରେ ଥିବା ୨୬୨ ଜଣ ଯକ୍ଷ୍ମା ରୋଗୀଙ୍କୁ ପ୍ରତ୍ୟେକ ମାସ ଦିଆଯାଉଥିବା  ଏକହଜାର ଲେଖାଏଁ ପୋଷଣ ରାଶି ପ୍ରଦାନ କରାଯାଇପାରୁନାହିଁ। ଜିଲ୍ଲାରେ ଏହି ସମୟ ମଧ୍ୟରେ ୧୧୨ ରୁ ଅଧିକ ପ୍ରସବ ହୋଇଥିବା ବେଳେ ପ୍ରସୂତି ମହିଳା ମାନଙ୍କୁ ଜନନୀ ଶିଶୁ ସୁରକ୍ଷା ଅଧୀନ ୧୪୦୦ ଟଙ୍କା ଓ ଗସ୍ତ ଖର୍ଚ୍ଚ ୫୦୦ ଟଙ୍କା ପ୍ରଦାନ କରାଯାଇ ପାରୁନାହିଁ। ଜିଲ୍ଲାରେ ୧୬ଟି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଧିମେଇ ଯାଇଛି। ଆଉଟ ସୋର୍ସିଙ୍ଗରେ ନିୟୋଜିତ ଥିବା ସଫେଇ କର୍ମଚାରୀ, ସୁରକ୍ଷାକର୍ମୀ, ଆଟେଣ୍ଡାଣ୍ଟ ମାନଙ୍କର ମାସିକ ପାରିଶ୍ରମିକ ବନ୍ଦ ରହିଛି ଯାହା ଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସ୍ୱାସ୍ଥ୍ୟ ବିଭାଗର ୨୭ରୁ ଅଧିକ ପୋର୍ଟାଲରେ ଡାଟା ଏଣ୍ଟ୍ରି ହୋଇପାରୁନାହିଁ। ଜିଲ୍ଳା ରେ ଥିବା ହେପାଟାଇଟିସ ରୋଗୀଙ୍କୁ ଔଷଧ ସହ ଚିକିତ୍ସାରେ ବାଧା ପ୍ରାପ୍ତ ଦେଖା ଦେଲାଣି l କର୍ମଚାରୀ ମାନଙ୍କ ଆପତ୍ତି ଅନୁସାରେ ୨୦୦୫ ମସିହାରୁ ଏହି ଠିକା କର୍ମଚାରୀମାନେ ଅଳ୍ପ ବେତନରେ କାର୍ଯ୍ୟ କରିଆସୁଛନ୍ତି। ବାରମ୍ବାର ଦାବି ସତ୍ୱେ ସେମାନଙ୍କୁ ନିୟମିତ କରାଯାଇନାହିଁ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like