-+91-9937148622 |
prerana_bgr@rediffmail.com |
Sunday 9th November 2025 |
R.N.I. Regd No. ODIODI/2010/46693
Breaking News
20-Mar-2025
ବୌଦ୍ଧ (ଜୟାନନ୍ଦ ମିଶ୍ର): ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଜିଲ୍ଲା ଷ୍ଟିଅରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସl ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଅତିରିକ୍ତ ଜିଲ୍ଲା ଚିକତ୍ସା ଅଧିକାରୀ ଡାକ୍ତର କିଶୋର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେରଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ମାନେ ଯୋଗ ଦେଇଥିଲେ | ଜନ ଆରୋଗ୍ୟ କାର୍ଡ ବଣ୍ଟନ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା |