-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ସରକାରୀ ମହିଳା ମହାବିଦ୍ୟାଳୟରେ ଏକଦିବସୀୟ ଜାତୀୟ ସମ୍ପାନ 

30-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଏକଦିବସୀୟ ଜାତୀୟ ସମ୍ପାନ ଅନୁଷ୍ଠିତ ହୋଇଯାଇଛି  I  ପୂର୍ବାହ୍ନ ୧୦ ଟା ରେ ସମ୍ପାନର ଉଦ୍ଘାଟନୀ ପର୍ବ ଅନୁଷ୍ଠିତ ହୋଇଥିଲା I ସୁଦୂର ବିଶ୍ଵଭାରତୀ, ଶାନ୍ତିନିକେତନରୁ ଅନ୍‌ଲାଇନ୍‌  ମୋଡ଼ରେ ଯୋଗଦେଇ ବିଷୟ ବିଶେଷଜ୍ଞ ଡ଼ଃ କଇଲାଶ ପଟ୍ଟନାୟକ ନିଜ ବକ୍ତବ୍ୟରେ ‘ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ଉପନ୍ୟାସରେ ଇତିହାସର ସ୍ୱର ଓ ସ୍ଵାକ୍ଷର’ ଶୀର୍ଷକ ଉପରେ ସାରଗର୍ଭକ ଆଲୋଚନା କରିଥିଲେ I ସମ୍ମାନିତ ଅତିଥି ଭାବରେ ସୋନପୁର ମହାବିଦ୍ୟାଳୟର 

ପ୍ରାକ୍ତନ ଅଧ୍ୟକ୍ଷ ଡ଼ଃ କେଦାରନାଥ ମିଶ୍ର ଯୋଗଦେଇ ଇତିହାସ ଓ ସାହିତ୍ୟର ସଂଜ୍ଞା ନିରୂପଣ କରି ଐତିହାସିକ ଉପନ୍ୟାସର ବୈଶିଷ୍ଟ୍ୟ ସମ୍ପର୍କରେ ବିଶଦ ଆଲୋଚନା କରିଥିବାବେଳେ ମୁଖ୍ୟବକ୍ତା ଭାବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ପ୍ରାକ୍ତନ ପ୍ରଫେସର ଡ଼ଃ ଅଶୋକ କୁମାର ଦାଶ ସାର୍ଥକ ଐତିହାସିକ ଉପନ୍ୟାସର ବିଧିବଦ୍ଧ ପରିଭାଷା, ଉଦ୍ଦେଶ୍ୟ ଓ ପରିସର ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ I ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା ଅଧ୍ୟକ୍ଷତା କରିଥିବାବେଳେ IQAC ସଂଯୋଜକ ବିଭୁତି ଭୂଷଣ ସାହୁ, ସହକାରୀ ପ୍ରଫେସର ରତିକାନ୍ତ ନାଏକ ଏବଂ ସମ୍ପାନର ଆବାହକ ଡ଼ଃ ସରୋଜ କୁମାର ଜଗଦଲା ମଞ୍ଚାସୀନ ଥିଲେ I ସ୍ନାତକୋତ୍ତର ଦ୍ଵିତୀୟ ବର୍ଷର ଛାତ୍ରୀ ଶିବାନୀ ତାଣ୍ଡି  ମଞ୍ଚ ପରିଚାଳନା କରିଥିବାବେଳେ ଅଧ୍ୟାପକ ବିପ୍ଳବ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ I ସମ୍ପାନର ସୂଚୀକ୍ରମରେ ପ୍ୟାନେଲ ଆଲୋଚନା ରେ ସାତଜଣ ଗବେଷକ ଅଧ୍ୟାପକ ଭିତ୍ତିପ୍ରବନ୍ଧ ଆଲୋଚନା କରିଥିଲେ I ଡ଼ଃ ଲିଙ୍ଗରାଜ ସାହୁ, ସହକାରୀ ପ୍ରଫେସର ଜିତେନ୍ଦ୍ରିୟ ତ୍ରିପାଠୀ, ଡ଼ଃ ମୀନକେତନ କୁମ୍ଭାର, ଡ଼ଃ କୌତୁକ ପନ୍ଦର, ସହକାରୀ ପ୍ରଫେସର ରତିକାନ୍ତ ନାଏକ, ଗବେଷକ ଡୋଳାମଣି ମାଝୀ, ଗବେଷକ ରଞ୍ଜନ ମାଝୀ ପ୍ରଭୃତି ଆଲୋଚନାରେ ଅଂଶଗ୍ରହଣ କରିଥିବାବେଳେ ସମୀକ୍ଷକ ଭାବରେ ଡ଼ଃ ଅଶୋକ କୁମାର ଦାଶ ଦାୟିତ୍ୱ ନିର୍ବାହ କରିଥିଲେ I ପରବର୍ତ୍ତୀ ସମାନ୍ତରାଳ ଆଲୋଚନାରେ ମଧ୍ୟ

ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା, ଗବେଷକ ଗବେଷିକା ତଥା ବିଭାଗୀୟ ଛାତ୍ରୀମାନେ ଅନେକ ଭିତ୍ତିପ୍ରବନ୍ଧ ପାଠ କରିଥିଲେ I  
ଉଦ୍‌ଯାପନୀ  ଉତ୍ସବରେ ଅତିଥି ଭାବରେ ଡ଼ଃ ଇତିଶ୍ରୀ ଦାଶ ଏବଂ ସହକାରୀ ପ୍ରଫେସର ଜିତେନ୍ଦ୍ରିୟ ତ୍ରିପାଠୀ ଯୋଗଦେଇଥିବାବେଳେ ସମ୍ପାନର ବିବରଣୀ ପାଠ କରିଥିଲେ ଆବାହକ ଡ଼ଃ ସରୋଜ କୁମାର ଜଗଦଲା I  ଉକ୍ତ ସମ୍ପାନରେ ପ୍ରବନ୍ଧପାଠ, ଆଲୋଚକ, ଆଲୋଚିକା ଏବଂ ଅଂଶଗ୍ରହଣକାରୀଙ୍କୁ ପ୍ରମାଣପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା  ଏବଂ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ  ଓଡ଼ିଆ ବିଭାଗର ଅଧ୍ୟାପକ ଶ୍ରୀ ଯୁଗେଶ୍ୱର ପଧାନ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like