-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ନବପ୍ରଭାତ ବିଦ୍ୟାୟତନର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

31-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ନବପ୍ରଭାତ ବିଦ୍ୟାୟତନ ନୂଆପାଲି ଠାରେ ବିଦ୍ୟୟତନର ସପ୍ତମ ବାର୍ଷିକ ଉତ୍ସବ ଅତ୍ୟନ୍ତ ଭବ୍ୟତାର ସହ ଅନୁଷ୍ଠିତ ହୋଇ ଯାଇଛି। ନବପ୍ରଭାତ ବିଦ୍ୟାୟତନ ୨୦୧୮ ମସିହାରେ ହିନ୍ଦୁ ନବବର୍ଷ ଦିନ ସ୍ଥାପିତ ହୋଇଥିଲା ତେଣୁ ସେହି ଉଦ୍ଦେଶ୍ୟରେ ପ୍ରତ୍ୟେକ ବର୍ଷ ଏହି ଦିନରେ ହିଁ ବାର୍ଷିକ ଉତ୍ସବ ପାଳନ କରାଯାଏ l ସନ୍ଧ୍ୟା ପାଞ୍ଚଟା ରୁ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବୈଦିକ ଯଜ୍ଞ ପୂର୍ବକ ବାର୍ଷିକ ଉତ୍ସବକୁ ଆରମ୍ଭ କରାଯାଇଥିଲା। ପରେ ଉତ୍ସବ ସ୍ଥଳକୁ ଅତିଥି ମାନଙ୍କୁ ଶଙ୍ଖ, ଘଣ୍ଟ ଓ ମନ୍ତ୍ର ଧ୍ୱନି ତଥା ପୁଷ୍ପାର୍ପଣ ସହିତ ସ୍ୱାଗତ କରି ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଉକ୍ତ ସଭାରେ ମୁଖ୍ୟଅତିଥି ଭାବରେ ଟେକଚାନ୍ଦ ଦୁଆନ ଅବସର ପ୍ରାପ୍ତ ଅଧ୍ୟକ୍ଷ ସୋହେଲା ଡ଼ିଗ୍ରୀ ମହାବିଦ୍ୟାଳୟ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଅଜିତ ଶତପଥି ବରିଷ୍ଠ ଆଇନ ଜିବୀ,ସମ୍ମାନୀତ ଅତିଥି  ଶ୍ରୀଯୁକ୍ତ ତେଜରାଜ ସାହୁ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ,ନବପ୍ରଭାତ ଚାରିଟେବଲ ଟ୍ରଷ୍ଟ ର ଅଧ୍ୟକ୍ଷ ଆଚାର୍ଯ୍ୟ ଭଗବାନ ଦେବ, ନବପ୍ରଭାତ ବୈଦିକ ବିଦ୍ୟାପୀଠର ପ୍ରଧାନ ଆଚାର୍ଯ୍ୟ ବୃହସ୍ପତି ଶାସ୍ତ୍ରୀ,ଶ୍ରୀଯୁକ୍ତ ପ୍ରେମପ୍ରକାଶ ଶାସ୍ତ୍ରୀ, ଶ୍ରୀଯୁକ୍ତ ପୁରନ୍ଦର ଶାସ୍ତ୍ରୀ, ଭାରତୀ ନନ୍ଦନ ବନ୍ଧୁ ଏବଂ ମହୀପାଳ ସ୍ୱାଇଁ ଯୋଗ ଦେଇଥିଲେ l

ଏହି ଅବସରରେ ୨୦୨୪-୨୦୨୫ ଶିକ୍ଷା ବର୍ଷରେ ପ୍ରତ୍ୟକ ଶ୍ରେଣୀରେ ସର୍ବୋତ୍ତମ ସ୍ଥାନ ଅଧିକୃତ କରିଥିବା କୃତି ଛାତ୍ରଛାତ୍ରୀ ତଥା  ସର୍ବାଧିକ ଉପସ୍ଥାନ ଥିବା ଛାତ୍ରଛାତ୍ରୀ ଏବଂ ଶିକ୍ଷକ ମାନଙ୍କୁ  ପୁରସ୍କୃତ କରାଯାଇଥିଲା।ପୁରସ୍କାର ବିତରଣ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଛାତ୍ରଛାତ୍ରୀ ମାନେ ତାଙ୍କର ଭବ୍ୟ କଳା ପ୍ରଦର୍ଶନ କରିଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନିରଞ୍ଜନ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷୟିତ୍ରୀ କୁମାରୀ ସ୍ମୃତିଶିଖା ପ୍ରଧାନ ଏବଂ ଶ୍ରୀମତୀ ସୁଧାରାଣୀ ଦୋରା ମଞ୍ଚ ପରିଚାଳନା କରିଥିଲେ । ଶ୍ରୀ ଦୀପକ କୁମାର ଭୋଇଙ୍କ ରଚିତ ଏବଂ ଶ୍ରୀଯୁକ୍ତ ମାଧବସିଂ ବରିହାଙ୍କ ନିର୍ଦ୍ଧେଶିତ ନାଟିକା 'ଅନ୍ଧୀ ଜନତା ନିଷ୍ଠୁର ନେତା ' ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ତଥା ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ହେମନ୍ତ ସାହୁ , ଶ୍ରୀଯୁକ୍ତ ପ୍ରବୀଣ କୁମାର ଦେବତା, ଶ୍ରୀଯୁକ୍ତ ଦୁଷ୍ମନ୍ତ ପଧାନ, ନେତ୍ରାନନ୍ଦ ମହାପାତ୍ର, ପ୍ରବୀଣା ବରାଲ, ରଶ୍ମିତା ପଣ୍ଡା, ସୋନାଲି ମେହେର, ସୁନିତା ସାହୁ, ବର୍ଷା ଭୋଇ, ବିଜୟିନୀ ବିଶ୍ୱାଳ ,ଲଷ୍ମୀକାନ୍ତି ଭୋଇ, ରଶ୍ମିରେଖା ଥାପା, ସେବତୀ ସାହୁ, ଜାଜ୍ଞସେନି ସାହୁ, ରତ୍ନା ନାୟକ, ସଜ୍ଞା ବେହେରା, ଶ୍ରେୟା ପୂଜାରୀ,ଏବଂ ଇଲାବତୀ ସାହୁ କାର୍ଯ୍ୟକ୍ରମ ରେ ସହଯୋଗ ପ୍ରଦାନ କରିଥିଲେ। ଶ୍ରୀ ଦେବାଶିଷ ନାୟକ କାର୍ଯ୍ୟକ୍ରମ ସଂଚାଳନ ର ଦାୟିତ୍ୱ ବହନ କରିଥିବା ବେଳେ ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ତଥା ଅବିଭାବକ ଗଣ ମଧ୍ୟ ସହଯୋଗ ପ୍ରଦାନ କରିଥିଲେ। ପରିଶେଷରେ ବିଦ୍ୟାଳୟର ପରିଚାଳକ ନିର୍ଦ୍ଦେଶକ ଶ୍ରୀଯୁକ୍ତ ରବି ଶଙ୍କର ପଧାନ ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସାଙ୍ଗ କରିଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like