-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ହଳଧର ସାହିତ୍ୟ ଅସ୍ମିତାର ଆବାହନ ଅଟେ

31-Mar-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପଦ୍ମଶ୍ରୀ ଲୋକକବିରତ୍ନ ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦ୍ଘାଟନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା) ହାଇଦ୍ରାବାଦ ଆୟୋଜନରେ ଏବଂ କୋଶଳ ଛାତ୍ର ସଂଗଠନ ଓ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ  
ସହଯୋଗରେ ଅନ୍ନପୂର୍ଣ୍ଣା ହୋଟେଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳ
ର ବିଭିନ୍ନ ପ୍ରାନ୍ତରୁ କବି, ସାହିତ୍ୟିକ, ଲେଖକ ମାନେ ଯୋଗଦାନ କରିଥିଲେ । ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଛା ଜ୍ଞାପନ କରାଯାଇଥିଲା । ଏହାପରେ କବି ନାଗଙ୍କ ଗରିମାମୟ ଉପସ୍ଥିତିରେ ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍ଘାଟନୀ ସମାବେଶରେ ଡ.ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୁଜାହାରୀ ଯୋଗଦାନ କରିଥିଲେ । ହଳଧର ସାହିତ୍ୟ ଆର୍ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ ଶୀର୍ଷକରେ ଆଲୋଚନା କରାଯାଇଥିଲା । ଦ୍ଵିତୀୟ ଅଧିବେଶନରେ ଗୋରେଖନାଥ ସାହୁ,  ଡ.ସୁବାସ ମେହେର, ଡ.ଲୋହିତକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ । ସେହିପରି ହଳଧରଙ୍କ ସ୍ୱାଭିମାନକୁ ଅନୁକରଣ କରିବା ସହିତ ସାଂଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର,   ଅଶୋକ କୁମାର ପୁଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ । ଅଧ୍ୟାପକ ମୋହନ ସାହୁ, ଡ. ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନା ଚକ୍ରକୁ ସଞ୍ଚାଳନ କରିଥିଲେ । ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ । ବହୁ ସଂଖ୍ୟାରେ କବିମାନେ କବିତା ପାଠ କରିଥିଲେ । ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସନ୍ଧ୍ୟାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ
ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀ, ପୂର୍ବତନ କୁଳସଚିବ ସାଧୁଚରଣ ପଣ୍ଡା, କେ. ତମ୍ମନା ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like