-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳିତ

14-Apr-2025



ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ-ଅତିରିକ୍ତ ଜିଲ୍ଲାପାଳ

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର  ଜିଲ୍ଲା ସଦର ମହକୁମାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି । ଏହି ଉପଲକ୍ଷେ ପୂର୍ବାହ୍ନରେ ପଥରଚେପା ସ୍ଥିତ  ଅନ୍ଵେଷା ଛାତ୍ରବାସ ହଲ ରେ  ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା ଯୋଗଦେଇ ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅତୁଳନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ତାଙ୍କର ଆଦର୍ଶ, ତ୍ୟାଗ, ଶ୍ରେଣୀବିହୀନ ସମାଜ ଗଠନ, ସମାଜର ଦଳିତ ଅବହେଳିତ ଲୋକମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ନିରନ୍ତର ସଂଗ୍ରାମ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ । ସମାଜରୁ ଭେଦଭାବ, ଛୁଆଁ ଅଛୁଆଁ ମନୋଭାବ ଦୂର କରିବା ପାଇଁ ଡକ୍ଟର ଆମ୍ବେଦକରଙ୍କ ଅବଦାନ ସମାଜ ତାଙ୍କ ନିକଟରେ କୃତଜ୍ଞ ରହିବ । ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦେଶକ ତରଣୀ ସୁନା ଡ଼ଃ ଆମ୍ବେଦକରଙ୍କ ବ୍ୟକ୍ତିତ୍ୱ, ଦକ୍ଷତା, ଜ୍ଞାନ ଗାରିମା ଏବଂ

ସମାଜ ସଂସ୍କାର ସବୁବେଳେ ଉତରପୀଢିଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଥିଲେ । ନିଜ ଅଭିଭାଷଣରେ କହିଥିଲେ ଯେ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତ ପାଇଁ ସମ୍ବିଧାନ ପ୍ରଣୟନରେ ଡଃ ଆମ୍ବେଦକର ଯେଉଁ ନିଷ୍ଠା, ପରାକାଷ୍ଠା ଓ ଦୂରଦୃଷ୍ଟି ପ୍ରତିପାଦନ କରିଛନ୍ତି ତାହା ଭାରତ ଏବଂ ଭାରତର ସମ୍ବିଧାନକୁ ଅନନ୍ୟ କରିଛି । ବିଶେଷ କରି ଭାରତୀୟ ସମ୍ବିଧାନରେ ପ୍ରଦତ୍ତ ମୌଳିକ ଅଧିକାର, ସମତା, ଭ୍ରାତୃତ୍ୱ ଏବଂ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ନ୍ୟାୟ

ଭାରତୀୟ ସମ୍ବିଧାନର ବିଶେଷତ୍ୱ ପାଲଟିଛି ବୋଲି କହିଥିଲେ । ସେହିପରି ଅନ୍ୟତମ ଵକ୍ତା ଭାବେ ଆସିଷ୍ଟାଣ୍ଟ ଡ଼ାଇରେକ୍ଟର ସଞ୍ଜୟ ଦୀପ ଆଧୁନିକ ଭାରତରେ ଡ଼ଃ ଆମ୍ବେଦକରଙ୍କ ଜୀବନାଦର୍ଶର ପ୍ରାସଙ୍ଗିକତା ଉପରେ ଆଲୋଚନା କରିଥିଲେ । ସୁସ୍ଥ ସମାଜ ଓ ସମୃଦ୍ଧ ଦେଶ ଗଠନ ପାଇଁ ଡକ୍ଟର ଆମ୍ବେଦକରଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବାକୁ ସେ ଆହ୍ୱାନ ଜଣାଇଥିଲେ । ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଡ଼ଃ ଆମ୍ବେଦକର ଜୟନ୍ତୀ ପାଳନ ଅବସରରେ ସକାଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅବସ୍ଥାପିତ ସମ୍ବିଧାନର ପ୍ରଣେତା ଡ଼ଃ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ଅତିରିକ୍ତ ଜିଲ୍ଲାପାଳ ମାଲ୍ୟାର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like