-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ।

14-Apr-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଭାରତ ରତ୍ନ ଡ଼ ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି I ଏହି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତ ରତ୍ନ ଡ଼ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସା ଅଧିକାରୀ ଡ ପ୍ରଦୀପ କୁମାର ଗୁରୁ, ଉପଜିଲ୍ଲାପାଳ ସୋନପୁର ଡ ସୌମ୍ୟାରୁପା ରଥଙ୍କ ସହ ପ୍ରଶାସନର ବରିଷ୍ଠ ଅଧିକାରୀ,ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ଜିଲ୍ଲା ଆମ୍ବେଦକର ସ୍ୱେଚ୍ଛାସେବୀ ସଂଗଠନର  କର୍ମକର୍ତ୍ତା, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ କମିଟି କର୍ମକର୍ତ୍ତା ତଥା ବିଭିନ୍ନ ସ୍ବେଛାସେବୀ, ସମାଜସେବୀ, ଆମ୍ବେଦକର ପ୍ରେମୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ପରେ ପରେ ସୋନପୁର ବ୍ଲକ  କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା l ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ସମ୍ମାନିତ ଅତିଥିଭାବେ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ପ୍ରତୀକ କର, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ଋଷି ମାଝୀ ପ୍ରମୁଖ ଯୋଗଦେଇଥିଲେ l ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ଇଂରାଜୀ ବିଭାଗ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ ମଦନ ସୁନ୍ଦର ଖେତୀ ଯୋଗଦେଇ ସମାଜ ପ୍ରତି ଭାରତ ରତ୍ନ ବାବାସାହେବ ଡ଼ଃ ଆମ୍ବେଦକରଙ୍କ ଯୋଗଦାନ ତଥା ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ I ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମାରୋହ ଅବସରରେ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ଦିବସ ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକୃତା  ପ୍ରତିଯୋଗିତରେ ଅସ୍ମିତା ଭୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଗବର-ପ୍ରଥମ, ପମି ନାଗ, ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସୋନପୁର - ଦ୍ଵିତୀୟ, ପ୍ରିୟାଂଶ ପ୍ରଧାନ, ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନ - ତୃତୀୟ, ଇଂରାଜୀ ବକୃତାରେ ୟଶରାଜ ମହାକୁର, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଥମ, ସତୀଶ କୁମାର ନାୟକ,କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର- ଦ୍ଵିତୀୟ, ସ୍ମିତା ରାଣୀ ଦାସ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖାରୀ-ତୃତୀୟ ହୋଇଛନ୍ତି l

ସେହିପରି ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଅନୁଷ୍ଠିତ ଓଡ଼ିଆ ବକୃତାରେ ସିଦ୍ଧାର୍ଥ ଖମାରୀ, ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ ସୋନପୁର- ପ୍ରଥମ, ସଂଗୀତା ମହାକୁର ସାହାରା ଟ୍ରଷ୍ଟ ହାଇସ୍କୁଲ ସୋନପୁର- ଦ୍ଵିତୀୟ, ଜ୍ୟୋତିର୍ମୟୀ ଦାସ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୋନପୁର- ତୃତୀୟ ଭାବେ ପୁରସ୍କୃତ ହୋଇଛନ୍ତି l ସେହିପରି ଇଂରାଜୀ ବକୃତାରେ ଅଭିଜ୍ଞ ପଣ୍ଡା ସେଣ୍ଟଆନୀ କନଭେଣ୍ଟ ସ୍କୁଲ ସୋନପୁର -ପ୍ରଥମ, ପ୍ରତୀକ କୁମାର ସାହୁ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର-ଦ୍ଵିତୀୟ ଓ ନୂତନ ପ୍ରଧାନ ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ-ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି  l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ବାବା ସାହେବ ଆମ୍ବେଦକର ସ୍ବେଛାସେବୀ ଅନୁଷ୍ଠାନର ସଭାପତି ରବିନ୍ଦ୍ର କୁମ୍ଭାର ଅନୁଷ୍ଠିତ ସଭାରେ ଆମ୍ବେଦକର ଙ୍କ ଜୀବନ ଦର୍ଶନ ଉପରେ ଆଧାରିତ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଉପସ୍ଥିତ ସମସ୍ତଙ୍କୁ ମନ୍ତ୍ର ମୁଗ୍ଧ କରିଥିଲା। ଜୟନ୍ତୀ ସଭାରେ ଜିଲ୍ଲାର ବିଭିନ୍ନ  ବିଭାଗର ଅଧିକାରୀ , ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ  ସମାଜର  ଗନ୍ୟମାନ୍ୟ  ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ  ଶତାଧିକ ଛାତ୍ର ଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ  ଗଣମାଧ୍ୟମର ପ୍ରତିନିଧି ଯୋଗଦେଇ ଡ଼ଃ ଆମ୍ବେଦକରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like