-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ନୃସିଂହନାଥ ବୈଶାଖମେଳା ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ,,,,,,,,, ବୈଶାଖ ମେଳା ପାଇଁ ସହାୟତା ପ୍ରତିଶୃତି

18-Apr-2025



   ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରସିଦ୍ଧ ବୈଶାଖ ମେଳା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ଅଧିକ ସରସ ସୁନ୍ଦର କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଜଣାପଡିଛି । ମାନ୍ୟବର ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ବୈଶାଖ ମେଳା କମିଟିର ଏକ ପ୍ରତିନିଧି ଦଳ ଭୁବନେଶ୍ବରରେ ପହଞ୍ଚି ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମ୍ ପତିଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଅନ୍ୟତମ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତଥା ମନ୍ତ୍ରିମଣ୍ଡଳର ବିଭିନ୍ନ ମନ୍ତ୍ରୀ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖଙ୍କୁ ବୈଶାଖ ମେଳା ପାଇଁ ଆମନ୍ତ୍ରଣ କରାଯାଇଛି । ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ କାର୍ଯ୍ୟାଳୟରେ ନୃସିଂହନାଥ ପୀଠର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ସୂଚନା ଯୋଗ୍ୟଯେ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପାହାଡ଼ର ଗୋଟିଏ ପଟରେ ଅବସ୍ଥିତ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ବିରଳ ପରିକଳ୍ପନା ନେଇ ଭଗବାନ ବିଷ୍ଣୁ ମାର୍ଜାର କେଶରୀ ବେଶରେ ପୂଜା ପାଉଥିବା ବେଳେ ଅନ୍ୟ ପଟରେ ଅବସ୍ଥିତ ହରିଶଙ୍କର ମନ୍ଦିରରେ ହର ପୂଜା ପାଉଛନ୍ତି ।

ଏକଦା ଗନ୍ଧମାର୍ଦ୍ଦନରେ ବୌଦ୍ଧ ବିହାର ରହିଥିବା ବେଳେ ହୁଏନସାଂ ପରିଭ୍ରମଣରେ ଆସିଥିଲେ । ଏଠାରେ ବୈଷ୍ଣବ, ବୌଦ୍ଧ, ଶୈବ, ଶାକ୍ତ ତଥା ତନ୍ତ୍ର ମତବାଦର ସହାବସ୍ଥାନ ଦେଖିବାକୁ ମିଳିଥାଏ । ବରଗଡ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲା ସଂଲଗ୍ନ ଏହି ଗନ୍ଧମାର୍ଦ୍ଦନ ପାହାଡ଼ ପ୍ରାକୃତିକ ପରିବେଶ, ଜୈବ ବିବିଧତା ଓ ଔଷଧୀୟ ବୃକ୍ଷଲତା ପାଇଁ ପ୍ରସିଦ୍ଧ ଅଟେ । ବିଭିନ୍ନ ସଂସ୍କାର କାମ ତଥା ପାପ ହାରିଣୀ ଝରଣାରେ ବୁଡ ପକାଇବା ପାଇଁ ଓଡ଼ିଶା, ଛତିଶଗଡ଼ ତଥା ବିଭିନ୍ନ ରାଜ୍ୟରୁ ଲକ୍ଷାଧିକ ଲୋକ ଏହି ପୀଠକୁ ଆସିଥାନ୍ତି। ତେଣୁ ଏହି ପୀଠର  ବିକାଶ ପାଇଁ ଆଗାମୀ ଦିନରେ ବଡ ଯୋଜନା ହାତକୁ ନିଆଯିବ ବୋଲି ସୂଚନା ମିଳିଥିବା ଜଣାଯାଇଛି । ଖୁବ୍ ଶୀଘ୍ର ଏକ ଆଭସୀ ବୈଠକ ମାଧ୍ୟମରେ ବୈଶାଖ ମେଳାର ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା କରିବେ ବୋଲି ମନ୍ତ୍ରୀ ଶ୍ରୀମାନ ସୁରଜ କହିଛନ୍ତି । ଉକ୍ତ ବୈଠକରେ ସାଂସଦ ଶ୍ରୀମାନ ପୁରୋହିତଙ୍କ ସମେତ ମନ୍ଦିରର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମାନ ପୁରୁଷୋତ୍ତମ ପଧାନ, ମନ୍ଦିର ସହିତ ସଂପୃକ୍ତ ଥିବା ରାଜକିଶୋର ସାହୁ, ସୁଶାନ୍ତ ମିଶ୍ର, ସଞ୍ଜୀବ ମାଝୀ ପ୍ରମୁଖ ଉପସ୍ଥିତ ହୋଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରାଚୀନ ପୀଠର ବିକାଶ ପାଇଁ ଆଗକୁ ଆହୁରି ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଶ୍ରୁତି ଦେଇଛନ୍ତି । ପର୍ଯ୍ୟଟନ ବିଭାଗ ପକ୍ଷରୁ 
ନୃସିଂହନାଥ ମନ୍ଦିରର ସୁରକ୍ଷା ଓ ପରିମଳ ପାଇଁ ୪୭.୫ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରିଥିବା ବେଳେ ପାପହାରିଣୀ ଝରଣାର ସୌନ୍ଦର୍ଯ୍ୟକରଣ ପାଇଁ ୧କୋଟି ଟଙ୍କା ଅନୁଦାନ ଅନୁମୋଦନ ପର୍ଯ୍ୟାୟରେ ରହିଛି ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like