-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||     

HOME   ରାଜନୀତି

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଙ୍ଗୀର ଗସ୍ତ ଆସନ୍ତାକାଲି

18-Apr-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପାଇଁ ଖୁସି ଖବର। ଜିଲ୍ଲାକୁ ଦୁଇଦୁଇଟି କେନ୍ଦ୍ରିୟବିଦ୍ୟାଳୟ ମିଳିଛି । ଟିଟିଲାଗଡ ଓ ପାଟଣାଗଡରେ ଦୁଇଟି କେନ୍ଦ୍ରିୟବିଦ୍ୟାଳୟ ହେବାକୁ ଘୋଷଣା ହୋଇଥିଲା। ଗତକାଲି କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସି ଏହାର ଉଦଘାଟନ କରିବାର ଅଛି । ସେଥିପାଇଁ ବର୍ଲାଙ୍ଗୀର ଜିଲ୍ଲା ଚଳଚଞ୍ଚଳ ରହିଛି । ଶନିବାର ଦିନ ଶ୍ରୀ ପ୍ରଧାନ ଦିନ ୧୧ଟାରେ ବେଳେ ଟିଟିଲାଗଡର ରେଲୱେ କଲୋନୀରେ କେନ୍ଦ୍ରୀୟବିଦ୍ୟାଳୟକୁ ଉଦଘାଟନ କରିବେ। ସେହିପରି ୧୧.୪୫ମି.ରେ ପାଟଣାଗଡ ପହଞ୍ଚି ଇଟିଇଆଇ କେମ୍ପସରେ ମଧ୍ୟ କେନ୍ଦ୍ରିୟବିଦ୍ୟାଳୟର ଶୁଭାରମ୍ଭ କରିବେ । ଠିକ ସେହିପରି ଦିନ ୩ଟାରେ ବଲାଙ୍ଗୀର ନିକଟସ୍ଥ ବରକାନୀଠାରେ ଓଭୋଫାର୍ମର ଏଗପ୍ରୋସେସିଂ ପ୍ରକଲ୍ପର ଉଦଘାଟନ କରିବେ ବୋଲି ସୂଚନା ମିଳିଛି । ସେଥିପାଇଁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ,ପୋଲିସ ବିଭାଗ ଓ ଭାଜପାଦଳ ପକ୍ଷରୁ ପୂର୍ବପ୍ରସ୍ତୁତି ହୋଇଯାଇଛି। ନିଜେ ଜିଲ୍ଲାପାଳ ଓ ଏସପି ସଭାସ୍ଥଳଗୁଡିକୁ ପହଞ୍ଚି ସମୀକ୍ଷା କରିଛନ୍ତି। ପ୍ରକାଶ ଯେ, ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଗ୍ୟାସ ଓ ପେଟ୍ରୋଲିୟମ ମନ୍ତ୍ରୀ ଥିବା ବେଳେ ୧୧୦କୋଟି ଟଙ୍କାର  ବିପିସିଏଲ କମ୍ପାନୀର ଗ୍ୟାସ ବୋଟଲିଂ ପ୍ଲାଣ୍ଟ ଓ ବଲାଙ୍ଗୀର ସହରରେ ଏକ ଇଣ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମ ନିର୍ମାଣ କରାଇଥିଲେ। ଏବେ କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ଥିବା ବେଳେ ବଲାଙ୍ଗୀର ଜିଲ୍ଲାକୁ ଦୁଇଦୁଇଟି କେନ୍ଦ୍ରିୟ ବିଦ୍ୟାଳୟ ଦେଇଛନ୍ତି । ସେହି କାରଣରୁ ବଲାଙ୍ଗୀରବାସୀ ଖୁସି ବ୍ୟକ୍ତ କରୁଛନ୍ତି। କେନ୍ଦ୍ରର ମୋଦୀ ସରକାର ଅମଳରେ ରେଳବିଭାଗ ପକ୍ଷରୁ ବଲାଙ୍ଗୀର ଜିଲ୍ଲାର ୪ଟି ରେଳ ଷ୍ଟେସନକୁ ଅମୃତଭାରତ ଷ୍ଟେସନ ଯୋଜନାରେ ସାମିଲ କରାଯାଇ କାମ ଚାଲିଛି। ସେହିପରି କଣ୍ଟାବାଞ୍ଜିଠାରେ ଏକ ରେଳୱାଗନ ମରାମତି କାରଖାନା, ଟିଟିଲାଗଡରେ ୧୮୦ କୋଟି ଟଙ୍କାର ଏକ ଫ୍ଲାଇଓଭର ରାସ୍ତା,ବଲାଙ୍ଗୀରରେ ଜାତୀୟରାଜପଥ ବିଭାଗ ପକ୍ଷରୁ ୪୦୦କୋଟି ଟଙ୍କାର  ବାଇପାସ ରାସ୍ତାନିର୍ମାଣ ଚାଲିଥିବା ବେଳେ ଟିଟିଲାଗଡରେ ମଧ୍ୟ ଦୁଇଦିନ ତଳେ ୧୪୪କୋଟି ଟଙ୍କାର ବାଇପାସ ରାସ୍ତା ନିର୍ମାଣ ପାଇଁ ଘୋଷଣା ହୋଇଛି। ଫଳରେ ବିଜେପିସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢୁଛି। ରାଜ୍ୟର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କୁ ଏହି ଶ୍ରେୟ ଯାଉଛି ।ଗତକାଲି କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଜିଲ୍ଲାର ନେତାଗଣ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026

You Might Also Like