-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଦେଶର ଜାଗ୍ରତ ପ୍ରହରୀ ସାମ୍ବାଦିକ, ବିଶ୍ଵ ପ୍ରେସ ସ୍ଵାଧୀନତା ଦିବସ ପାଳିତ

03-May-2025



(ଚିନ୍ତାମଣି ନାଏକ)
 ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ଗଣମାଧ୍ୟମ। ଯଦିଓ ଭାରତୀୟ ଗଣତନ୍ତ୍ରରେ ସମ୍ବିଧାନରେ ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ଥମ୍ଭ ଭାବରେ କୌଣସି ଲିଖିତ ଦସ୍ତାବେଜ ନାହିଁ, ତେବେ ୧୪୦ କୋଟି ଭାରତୀୟ ନାଗରିକ ସେମାନଙ୍କ ହୃଦୟରେ ଗଣ ମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ଥମ୍ଭର ମାନ୍ୟତା ଦେଇଛନ୍ତି ଓ ସେତିକି  ଭରସା କରୁଛନ୍ତି ଓ ଦେଶ ନିର୍ମାଣରେ ଗଣମାଧ୍ୟମର ଭୂମିକାକୁ ସବୁବେଳେ ପ୍ରଶଂସା କରୁଛନ୍ତି ବୋଲି ଆଜି ଭବାନୀପାଟଣା ସ୍ଥିତ ହୋଟେଲ ଭାଗିରଥି ଇନ୍ ଠାରେ କଳାହାଣ୍ଡି ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ବିଶ୍ୱ ପ୍ରେସ ସ୍ଵାଧୀନତା ଦିବସ ପାଳନ ଅବସରରେ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି। ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଲୋକସଭା ସାଂସଦ ଶ୍ରୀମତୀ ମାଳବିକା ଦେବୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ବରିଷ୍ଠ ସାମ୍ୱାଦିକ ଉମା ଶଙ୍କର କର ମୁଖ୍ୟବକ୍ତା ଓ ସମ୍ମାନିତ ଅଥିତି ଭାବରେ ପଦ୍ମଶ୍ରୀ ପଟ୍ଟାୟଟ ସାହୁ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶାନ୍ତନୁ କୁମାର ବେହେରା, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଯୋଗ ଦେଇଥିଲେ। ପ୍ରାରମ୍ଭରେ ସମଗ୍ର ବିଶ୍ଵରେ ସମ୍ବାଦ ସଂଗ୍ରହ ଓ ପରିବେଷଣ ସମୟରେ ଯୁଦ୍ଧ କିମ୍ବା ଆତଙ୍କବାଦୀ ଆକ୍ରମଣ ରେ ଶହୀଦ ହୋଇଥିବା ଦିବଙ୍ଗତ ସାମ୍ବାଦିକ ମାନଙ୍କ ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। କଳାହାଣ୍ଡିର ସାମ୍ବାଦିକ ଭାଇ ମାନଙ୍କ ପାଇଁ ସହରରେ ଏକ ସାମ୍ବାଦିକ ଭବନ ନିର୍ମାଣ ନିମନ୍ତେ ମୁଖ୍ୟ ଅତିଥି ସାଂସଦ ମାଳବିକା ଦେବୀ ସାଂସଦ ଅନୁଦାନ ପାଣ୍ଠିରୁ ଦୁଇ ବର୍ଷରେ ୨୦ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲେ। ସେହିପରି ଧର୍ମଗଡ ବ୍ଲକ୍ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ସାମ୍ବାଦିକ ଭବନ ନିମନ୍ତେ ସରକାରୀ ଜମି ଲିଜ ପ୍ରିମିୟମ ପୈଠ ପାଇଁ ଏକ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଥିଲେ। ଏହି ଅବସରରେ ବରିଷ୍ଠ ସାମ୍ୱାଦିକ ତଥା ମସିହାର ସମ୍ପାଦକ ସୁନୀଲ ଚନ୍ଦ୍ର ନାୟକଙ୍କୁ ସାମ୍ବାଦିକ ଗୌରବ ସମ୍ମାନ ଓ ଓଟିଭି ସାମ୍ବାଦିକ  ଧର୍ମଗଡ ଇଙ୍ଗିତ କୁମାର ପଣ୍ଡାଙ୍କୁ ସାମ୍ବାଦିକ ସୌରଭ ସମ୍ମାନ ପ୍ରଦାନ କରାଯାଇଥିଲା। କଳାହାଣ୍ଡି ପେଶାଦାର ସାମ୍ବାଦିକ ସଂଘର ସଭାପତି ରଜନୀକାନ୍ତ ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଯୁବ ସାମ୍ବାଦିକ ଚନ୍ଦ୍ରାଂଶୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଯୁବ ସାମ୍ବାଦିକ ତାପସ ମହାନ୍ତି, ଅମରେଶ ପାଢୀ, ଚିତ୍ତ ବିଶି, ଦୀପକ ସାହୁ, ଶିବ ନାଏକ, ହେମନ୍ତ ରାୟ, ବିଜୟ ଦାସ, ଅମିୟ ସାହୁ, ଭାରତ ବିଶି ଓ ଉମେଶ ଦୋରା  ଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା। କଳାହାଣ୍ଡି ଓକିଲ ସଂଘ ସଭାପତି ସୁଧାଂଶୁ ନନ୍ଦ, ଅମଲା ସଂଘର ରୂପ କେଶରୀ ଦଳେଇ, ଅନ୍ତୋଦୟର ଦିଲ୍ଲୀପ ଦାଶ, ବିଶିଷ୍ଠ ଶିକ୍ଷାବିତ୍ ଡ଼ ଅଜୟ ମିଶ୍ର, ଛାତ୍ରନେତା ଅବିନାଶ ଠାକୁର, ବ୍ରାହ୍ମଣ ସମାଜ ପର୍ଶୁରାମ ସେନା ଜିଲ୍ଲା ସଂଯୋଜକ ପ୍ରଶାନ୍ତ ଠାକୁର, ବରିଷ୍ଠ ଆଇନଜୀବି ଛବିଲାଲ ନିଆଲ୍, ଯୁବନେତା ପ୍ରଦୀପ ଦାଶ ପ୍ରମୁଖ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ବହୁ ସାମ୍ବାଦିକ ଓ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା