-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ବୈଶାଖମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି : କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ

04-May-2025



ବରଗଡ:(ନିରଞ୍ଜନ ତ୍ରିପାଠୀ) - ପଶ୍ଚିମଓଡିଶାର ପ୍ରସିଦ୍ଧ ବୈଶାଖ ମେଳା ତଥା ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଅବକାଶରେ ନିମନ୍ତ୍ରଣ ପ୍ରକ୍ରିୟା ଜାରି ରହିଛି।  ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ କରାଯାଇଛି । ମାନ୍ୟବର ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପଧାନ, ବୈଶାଖ ମେଳା କମିଟି ସଦସ୍ୟ ସଞ୍ଜୀବ ମାଝୀ ପ୍ରମୁଖ ଭୁବନେଶ୍ୱର ଯାଇ କେନ୍ଦ୍ର ହାଉସିଂ ଓ ନଗର ଉନ୍ନୟନ ମନ୍ତ୍ରୀ ଟୋଖନ ସାହୁଙ୍କୁ ହୋଟେଲ ମେଫେଆରରେ ସାକ୍ଷାତ କରି ବୈଶାଖ ମେଳାକୁ ନିମନ୍ତ୍ରଣ କରିଛନ୍ତି । ଏହି ଅବସରରେ ଶ୍ରୀ ଶ୍ରୀ ନୃସିଂହନାଥ ଓ ବୈଶାଖ ମେଳାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି । ସେହିପରି ଓଡ଼ିଶାର ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାହାରୀ, ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟ ଉନ୍ନୟନ ବିଭାଗ କମିଶନର ଅନୁ ଗର୍ଗ, ପୁରୀ ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ରାଜ୍ୟ ଶ୍ରମ ବିଭାଗ କମିଶନର ଇନ୍ଦ୍ରମଣି ତ୍ରିପାଠୀ  ତଥା ବିଭିନ୍ନ ମନ୍ତ୍ରୀ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖଙ୍କୁ ବୈଶାଖ ମେଳା ପାଇଁ ଆମନ୍ତ୍ରଣ କରାଯାଇଛି । ସୂଚନାଯୋଗ୍ୟ ଯେ କେଉଁ ଆବହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଥିବା ବୈଶାଖ ମେଳାକୁ ପ୍ରତିବର୍ଷ ଶ୍ରଦ୍ଧାଳୁ ମାନେ ଅପେକ୍ଷା  କରି ରହିଥାନ୍ତି। ଏହି ପବିତ୍ର ପୀଠର ମାହାତ୍ମ୍ୟ, ବିଶ୍ୱାସ ଓ ଭକ୍ତି ପାଇଁ ଭକ୍ତଙ୍କୁ ଟାଣି ଆଣି ଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶା ସମେତ ଛତିଶଗଡ଼ ତଥା ବିଭିନ୍ନ ରାଜ୍ୟରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଲକ୍ଷ୍ୟ କରାଯାଇଛି। ତେଣୁ ଏହି ଭାବ ଭକ୍ତି ଭରା ମହୋତ୍ସବକୁ ଆହୁରି ପ୍ରଚାର ପ୍ରସାର କରିବା ପାଇଁ ଚଳିତ ବର୍ଷ ବିଭିନ୍ନ ବର୍ଗର ଲୋକଙ୍କୁ ଆମନ୍ତ୍ରଣ କରାଯାଉଛି । ତେଣୁ ମେଳା କମିଟି ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଚାଲିଥିବାର ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like