-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ସିଙ୍ଗାପୁରଠାରେ ଫାଇଫ ଷ୍ଟାର ଓଲିଉଡ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି

05-May-2025



ଭୁବନେଶ୍ବର(ପ୍ରେରଣା ଖବର): ସିଙ୍ଗାପୁରଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଫାଇଫ ଷ୍ଟାର ଓଲିଉଡ ପୁରସ୍କାରକୁ କେନ୍ଦ୍ର କରି ଜୋରଦାର ପ୍ରସ୍ତୁତି ପର୍ବ ଚାଲିଥିବା ଲକ୍ଷ୍ଯ କରାଯାଉଛି। ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଦ୍ଵିତୀୟ ଥର ପାଇଁ ଦେଶ ବାହାରେ ଆର. ଆର ଇଭେଣ୍ଟସ ଏଣ୍ଡ ସିନେ ପ୍ରଡକ୍ସନ ( ଆର. ଆର. ଇ. ସି. ପି.) ଏବଂ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ମିଳିତ ଉଦ୍ୟମରେ ଏହି ଚଳଚ୍ଚିତ୍ର ମହୋତ୍ସବ ଆୟୋଜିତ ହେବାକୁ ଯାଉଛି। ଓଲିଉଡ ପୁରସ୍କାରକୁ ଭାରତ ବାହାରକୁ ନେଇ ଏହାକୁ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ଓ ସମ୍ମାନ ପ୍ରଦାନ କରିବା ପାଇଁ ଆର. ଆର. ଇଭେଣ୍ଟସ ଓ ସିନେ ପ୍ରଡକନ୍ସର ପ୍ରତିଷ୍ଠାତା ରମେଶ ବାରିକଙ୍କର ମହତ ଆକାଂକ୍ଷା ରହିଥିବା ଜଣାଯାଇଛି।  ଏହା ପୂର୍ବରୁ ଦେଶ ବାହାରେ ପ୍ରଥମ ଥର ପାଇଁ ଆର. ଆର. ଇ. ସି. ପି. ଦୁବାଇଠାରେ ଗତ ବର୍ଷ ଏହି ପୁରସ୍କାର ସମାରୋହ ବ୍ୟାପକ ସଫଳତାର ସହ ଆୟୋଜନ କରିଥିଲା।

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ-୨୦୨୫ ସିଙ୍ଗାପୁର ନାମରେ ନାମିତ ଏହି ରଙ୍ଗାରଙ୍ଗ ଉତ୍ସବରେ ଓଡ଼ିଶାର ଉତ୍କୃଷ୍ଟ କଳା, ଉନ୍ନତ ସଂସ୍କୃତି ଓ ଉଚ୍ଚକୋଟୀର ଚଳଚ୍ଚିତ୍ରର ଅନନ୍ୟ ଓ ନିଆରା ପ୍ରଦର୍ଶନ ଦେଖିବାକୁ ମିଳିବ ବୋଲି ଆୟୋଜକଙ୍କ  ସୂତ୍ରରୁ ପ୍ରକାଶ।  ଏହି ଭବ୍ୟ ଓ ଦିବ୍ୟ ଉତ୍ସବରେ ଓଡ଼ିଶାର ହସ୍ତତନ୍ତ ପ୍ରଦର୍ଶନୀ,  ବୟନିକା ପକ୍ଷରୁ ଫ୍ୟାଶନ ସୋ,  ମନଲୋଭା ଓଡ଼ିଶୀ ନୃତ୍ୟ ଏବଂ ସୁଲଳିତ ସଙ୍ଗୀତର ମଧୁର ମୂର୍ଚ୍ଛନା ମଧ୍ଯ ସ୍ଥାନ ପାଇବାକୁ ଯାଉଛି।

ସିଙ୍ଗାପୁରର ୱାନ୍ ୱାର୍ଲଡ ଇଣ୍ଟରନେସନାଲ ସ୍କୁଲର କ୍ୱାଣ୍ଟମ ଏରେନା ପ୍ରେକ୍ଷାଳୟଠାରେ ଆସନ୍ତା ୧୦ ତାରିଖର ଅପରାହ୍ନରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ମହାକୁମ୍ଭରେ, ସିଙ୍ଗାପୁରରେ ଅବସ୍ଥାନ କରୁଥିବା ସହସ୍ରାଧିକ ମାନ୍ୟଗଣ୍ୟ ଓଡ଼ିଆ,  ଓଲିଉଡ ପ୍ରେମୀ ଜନସାଧାରଣ ଏବଂ ଓଡ଼ିଆ ତାରକାମାନଙ୍କର ପ୍ରଶଂସକ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। 

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ ଉତ୍ସବରେ ଭାଗ ନେବା ପାଇଁ ଓଡ଼ିଶାର ଚଳଚ୍ଚିତ୍ର, ନୃତ୍ୟ ଓ ସଙ୍ଗୀତ ଜଗତର ପ୍ରାୟ ୧୦୦ ଜଣ ନାମଦାମୀ କଳାକାର ଭୁବନେଶ୍ବରରୁ ସିଙ୍ଗାପୁର ଅଭିମୁଖେ ବିମାନ ଯାତ୍ରା କରିବାକୁ ଯାଉଥିବା ଜଣାପଡ଼ିଛି।

ଏହି ଦ୍ଵିତୀୟ ଅନ୍ତର୍ଜାତୀୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଅତିଥି ଭାବରେ ଭାରତୀୟ ହାଇକମିଶନର ପ୍ରଥମ ଅଫିସର ସାନିୟାନ ଯୋଶୀ , ବିଶିଷ୍ଟ ଉଦ୍ୟୋଗପତି କେ. ରାମମୂର୍ତ୍ତି, ବିଧାୟକ ଆକାଶ ଦାସ ନାୟକ, ପ୍ରଶାନ୍ତ ଜୟଦେବ, ଅଗସ୍ତି ବେହେରା, ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

 ବିଜେତାମାନଙ୍କୁ ଚୟନ କରିବା ପାଇଁ ଉଦ୍ଦିଷ୍ଟ କମିଟିର ଅଧ୍ୟକ୍ଷ ଭାବରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ରହିଛନ୍ତି। ଓଡ଼ିଆ ସିନେମାର ଗୁଣବତ୍ତା ଓ ପାରଦର୍ଶିତାକୁ ବିଶ୍ଵ ଦରବାରରେ ପରିଚିତ ଓ ପ୍ରତିଷ୍ଠିତ କରାଇବା ଏହି ଉତ୍ସବର ମୁଖ୍ଯ ଉଦ୍ଦେଶ୍ଯ ବୋଲି ଆୟୋଜକ ରମେଶ ବାରିକ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ସମାରୋହର ସହ ଆୟୋଜକ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ସଭାପତି ସୁବ୍ରତ ନାୟକ, ଓଡ଼ିଶାର ଅନାବିଷ୍କୃତ କଳା, ସଂସ୍କୁତି, ପର୍ଯ୍ଯଟନ, ବ୍ୟଞ୍ଜନ, ପରିପାଟି, ଭାସ୍କର୍ଯ୍ୟ ଓ  ହସ୍ତଶିଳ୍ପ ଆଦି ସମ୍ପର୍କରେ ସିଙ୍ଗାପୁରରେ ଜନ ସଚେତନତା ସୃଷ୍ଟି କରିବା ଓ ଏସବୁ କ୍ଷେତ୍ରରେ ବିଦେଶୀ ପୁଞ୍ଜି ନିବେଶକୁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ଅସଲ ଉଦ୍ଦେଶ୍ୟ ବୋଲି ଦର୍ଶାଇଛନ୍ତି। ମହୋତ୍ସବର ମୁଖ୍ୟ ଉପଦେଷ୍ଟା ତଥା ୱାର୍ଲଡ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ,  ଓଡ଼ିଆ ସିନେମାର ପ୍ରତିଭାବାନ କଳାକାରମାନଙ୍କୁ ସିଙ୍ଗାପୁରର ବୈଶିକ ମଞ୍ଚରେ ପୁରସ୍କୃତ କରିବା ପାଇଁ ଆର. ଆର. ଇଭେଣ୍ଟସ ସିନେ ପ୍ରଡକନ୍ସର ଏଭଳି ସାଧୁ ଉଦ୍ୟମ ନିଶ୍ଚିତ ଭାବରେ ପ୍ରଶଂସନୀୟ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like