-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବିଶ୍ବାତ୍ମ ବିଦ୍ୟାମନ୍ଦିରରେ ଶିକ୍ଷକ ପ୍ରଶିକ୍ଷଣ ଓ ବ୍ୟକ୍ତିତ୍ବ ପରିମାର୍ଜନ ଶିବିର ଉଦଯାପିତ

05-May-2025



ବଲାଙ୍ଗୀର (ଦେବାଶିଷ ବହିଦାର)

ଗତ ମେ  ୨ ରୁ ୫ ତାରିଖ ପର୍ଯ୍ୟନ୍ତ ବିଶ୍ବାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ, ବଲାଙ୍ଗିର ଠାରେ “ଶିକ୍ଷକ ପ୍ରଶିକ୍ଷଣ ଏବଂ ବ୍ୟକ୍ତିତ୍ବ ପରିମାର୍ଜନ ଶିବିର” ଅନୁଷ୍ଠିତ ହୋଇଥିଲା । ଏହି ଶିବିରର ଶୁଭଉଦ୍ଘାଟନ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ଦ୍ଵାରା ହୋଇଥିଲା।

ଉକ୍ତ ଅବସରରେ ବିଶ୍ବାତ୍ମ ଚେତନା ପରିଷଦର ସାଧାରଣ ସମ୍ପାଦକ ତଥା ବିଦ୍ୟା ମନ୍ଦିରର ବଲାଙ୍ଗୀରର ସଭାପତି ସ୍ଵାମୀ ସତ୍ୟ ବେଦାନନ୍ଦ ସରସ୍ଵତୀ, ସମ୍ପାଦକ ନବୀନ କୁମାର ବେଦବାକ, ନିର୍ଦ୍ଦେଶିକା ମାଁ ଶ୍ରଦ୍ଧାମୂର୍ତ୍ତି ସରସ୍ବତୀ, ବିଶ୍ବାତ୍ମ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଚାର୍ଯ୍ୟ ଡଃ ସୁଶାନ୍ତ କୁମାର ପ୍ରଧାନ, ପ୍ରଧାନଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀ ତଥା ପ୍ରଶିକ୍ଷଣ ଶିବିରର ସଂଯୋଜକ ଚନ୍ଦ୍ରକୁମାର ପୁରୋହିତ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ମାର୍ଗଦର୍ଶନ କରିଥିଲେ ।

ଉକ୍ତ ଶିବିରରେ ବଲାଙ୍ଗିର, ସମ୍ବଲପୁର, ଜୟପାଟଣା, ବାନେର, ଆମଜୋର, ଡୁଙ୍ଗୁରିପାଲି ଓ ସାହାଜବାହାଲ୍ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟ-ଆଚାର୍ଯ୍ୟାଗଣ ଯୋଗଦାନ କରି ପ୍ରଶିକ୍ଷଣ ପ୍ରାପ୍ତ କରିଥିଲେ ।
   ଏହି ଶିବିରରେ ପ୍ରାକ୍-ପ୍ରାଥମିକ, ପ୍ରାଥମିକ, ଉଚ୍ଚପ୍ରାଥମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ବିଭିନ୍ନ ଶୈକ୍ଷିକ ବିଷୟ ଉପରେ ଅଭିଜ୍ଞ ପ୍ରଶିକ୍ଷକମାନଙ୍କ ଦ୍ଵାରା ପ୍ରଶିକ୍ଷଣ ଦିଆ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବରେ ଡଃ ସୁଧିର ସାହୁ, ଡଃ ଅଜିତ କୁମାର ପ୍ରଧାନ,  ଅନନ୍ତ କୁମାର ନାଏକ, ମଦନ ସିଂ ମାଝି, ଦିବ୍ୟସିଂହ ସାହୁ, ସୁଶିଲ କୁମାର ମହଲା ଯୋଗଦାନକରି ଆଚାର୍ଯ୍ୟ-ଆଚାର୍ଯ୍ୟାମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ସ୍ଵାମୀ ସତ୍ୟବେଦାନନ୍ଦ ସରସ୍ଵତୀଜୀ ପ୍ରତ୍ୟହ ପ୍ରାତଃ କାଳରେ ଶିବିରାର୍ଥୀମାନଙ୍କୁ ଯୋଗାଭ୍ୟାସ ସହ ପ୍ରାର୍ଥନା ଓ 

ବୈଦିକ ମନ୍ତ୍ରର ଅଭ୍ୟାସ କରାଉଥିଲେ ଏବଂ ସାନ୍ଧ୍ୟ ସତ୍ରରେ ପୂଜ୍ଯପାଦ ସଦ୍‌ଗୁରୁଦେବ ଶ୍ରୀ ସ୍ଵାମୀଜୀ ମହାରାଜ ଶିବିରାର୍ଥୀ ମାନଙ୍କ ଜିଜ୍ଞାସାର ସମାଧାନ ତଥା ବ୍ୟକ୍ତିତ୍ଵ ପରିମାର୍ଜନ ଓ ବିକାଶ ସନ୍ଦର୍ଭରେ ମାର୍ଗଦର୍ଶନ କରିଥିଲେ ।
  ଉଦ୍‌ଯାପନୀ ଉତ୍ସବରେ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ଦ୍ଵାରା ସମସ୍ତ ପ୍ରଶିକ୍ଷକ ମାନଙ୍କୁ ସମ୍ବର୍ଧନା ତଥା ଆଚାର୍ଯ୍ୟ-ଆଚାର୍ଯ୍ୟା ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ବିଶ୍ଵାତ୍ମ ବିଦ୍ୟାମନ୍ଦିରର ସଂଯୋଜକ ସଂବିତ୍ କୁମାର ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ନବୀନ କୁମାର ବେଦବାକ୍, ଡଃ ସୁଶାନ୍ତ କୁମାର ପ୍ରଧାନ ଏବଂ ଚନ୍ଦ୍ର କୁମାର ପୁରୋହିତ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like