-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ଜିଲ୍ଲା

ବନ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି*-- *ସମସ୍ତ ବିଭାଗ କୁ ସଜାଗ ରହିବାକୁ ପରାମର୍ଶ କଲେ ଜିଲ୍ଲାପାଳ*

10-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଜରୁରୀକାଳୀନ ଶାଖା ଦ୍ଵାରା ଆହୂତ  ଏହି ବୈଠକରେ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଓ କାର୍ଯ୍ୟକାରିତା ଉପରେ ବିଭିନ୍ନ ବିଭାଗ ବନ୍ୟା ପୂର୍ବରୁ,ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ  ପଦକ୍ଷେପ ଉପରେ ବିଭାଗୀୟ କାର୍ଯ୍ୟକ୍ରମର ବିସ୍ତୃତ ତଥ୍ୟ ଉପସ୍ଥାପନା କରାଯାଇଥିଲା l ଜିଲ୍ଲାପାଳ ଶ୍ରୀମତୀ ଦାସ ବିଭାଗ ମାନଙ୍କ ଦ୍ୱାରା କାର୍ଯ୍ୟନ୍ୱୟନର ତଥ୍ୟ ଗୁଡିକର  ପ୍ରତ୍ୟେକଟି ବିନ୍ଦୁ ଉପରେ ବିଷଦ ଭାବରେ ଆଲୋଚନା କରି ସମ୍ଭାବ୍ୟ ବନ୍ୟାର ସଠିକ ଓ ସଫଳ ମୁକାବିଲା ନିମନ୍ତେ ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇଥିଲେ। ପୁନଶ୍ଚ ବନ୍ୟା ଆଶ୍ରୟ ସ୍ଥଳୀ ମାନଙ୍କରେ ସମୟ ପୂର୍ବରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ସହିତ ବନ୍ୟା ସମ୍ୱନ୍ଧୀୟ ଯେ କୌଣସି ପୂର୍ବ ସୂଚନାର ବ୍ୟାପକ ଜନ ସଚେତନତା ଉପରେ  ଗୁରୁତ୍ୱାରୋପ କରିଥିଲେ I ବୈଠକରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ଜିଲ୍ଲାର ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସୁ-ସମ୍ପର୍କ ରକ୍ଷା ପୂର୍ବକ କାର୍ଯ୍ୟକରି ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେବାକୁ ଅଧିକାରୀଙ୍କୁ ପରାମର୍ଶ ଦେବା ସହିତ ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ଜିଲ୍ଲାର ସମ୍ପୃକ୍ତ ପ୍ରତ୍ୟେକ ଅଧିକାରୀ ତଥା କର୍ମଚାରୀ  ସମ୍ପୂର୍ଣ ପ୍ରସ୍ତୁତ ରହି ସ୍ଥିତିକୁ ଦେଖି ତ୍ୱରିତ ପଦକ୍ଷେପ ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଛନ୍ତି l କାର୍ଯ୍ୟର ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଜିଲ୍ଲା,ଉପଖଣ୍ଡ ସହ ବ୍ଲକ ସ୍ତର ତଥା ସମ୍ପୃକ୍ତ ବିଭିନ୍ନ ବିଭାଗର କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ କାର୍ଯ୍ୟକ୍ଷମକୁ ନିରନ୍ତର ସୁନିଶ୍ଚିତ କରିବାକୁ ଅଧିକାରୀ ତଥା ବିଡ଼ିଓ ମାନଙ୍କୁ ବୈଠକରେ ନିର୍ଦେଶ ପ୍ରଦାନ କରାଯାଇଛି l ଜିଲ୍ଲା କାର୍ଯ୍ୟାଳୟର କଣ୍ଟ୍ରୋଲ ରୁମ ଯୋଗାଯୋଗ ନମ୍ବର ୦୬୬୫୪- ୨୯୧୩୭୪ ରହିଥିବା ବେଳେ ଟୋଲ ଫ୍ରି ନମ୍ବର ୧୦୭୭ ରହିଥିବା ସୂଚନା ପ୍ରଦାନ କରାଯାଇଛି। ଜିଲ୍ଲାରେ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ମାନେ ବିଗତ ବର୍ଷର ଅଭିଜ୍ଞତାକୁ ନେଇ ନିଜ ବିଭାଗ ସମ୍ପୃକ୍ତ ସମ୍ବେଦନଶୀଳ କାର୍ଯ୍ୟକୁ ସମୟ ପୂର୍ବରୁ ବ୍ୟବସ୍ଥିତ କରିବା ଉପରେ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ତଥା ଅଧ୍ୟକ୍ଷା। ଏହି ପରିପ୍ରେକ୍ଷୀରେ ସମସ୍ତ ବ୍ଲକସ୍ତର ସହ  ପୌରପରିଷଦ ସୋନପୁର,ଏନଏସି ବିନିକା ଓ ତରଭା ତଥା ସମ୍ପୃକ୍ତ ବିଭିନ୍ନ ବିଭାଗ ଚଳିତ ମାସ ଶେଷ ସୁଦ୍ଧା ନିଜ ନିଜ ସ୍ତରରେ ଆବଶ୍ୟକ ପ୍ରାକ ପ୍ରସ୍ତୁତିର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି l ପୁନଶ୍ଚ ପ୍ରତ୍ୟେକ ବିଭାଗ ନିଜ ସ୍ତରରେ ମାଇକ୍ରୋ ପ୍ଲାନିଂ କରି ବିଭାଗୀୟ କାର୍ଯ୍ୟ ସମ୍ପାଦନର ଦାୟିତ୍ୱ ବଣ୍ଟନକୁ ନିଶ୍ଚିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ପ୍ରଦାନ କରାଯାଇଛି। ସମ୍ଭାବ୍ୟ ବନ୍ୟାର ସଫଳ ମୁକାବିଲା କୁ ସୁନିଶ୍ଚିତ ତଥା ବ୍ୟବସ୍ଥିତ କରିବା ନିମନ୍ତେ ତୃଣମୂଳ ସ୍ତରରେ ସମସ୍ତ ପି ଆର ଆଇ ସଦସ୍ୟ ସଦସ୍ୟା, ସ୍ବେଛାସେବୀ ଅନୁଷ୍ଠାନ, ସିଭିଲ ସୋସାଇଟି ସଦସ୍ୟ ପ୍ରଭୁତିଙ୍କୁ ସାମିଲ କରିବା ସହ ଆବଶ୍ୟକ ଯୋଗାଯୋଗ ପୂର୍ବକ କାର୍ଯ୍ୟ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ଜିଲ୍ଲାସ୍ଥିତ ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ବ୍ୟବସ୍ଥିତ କରାଯିବା ସହ ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ଆବଶ୍ୟକମତେ କଲ୍ୟାଣ ମଣ୍ଡପ ପ୍ରଭୁତିକୁ ମଧ୍ୟ ବ୍ୟବସ୍ଥିତ କରିବାକୁ ପରାମର୍ଶ ଦିଆଯାଇଛି।  ଅନୁଷ୍ଠିତ ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା,  ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ବଲାଙ୍ଗୀର ଲୋକସଭା ସାଂସଦଙ୍କ ପ୍ରତିନିଧି ଶରତ ଶତପଥୀ ପ୍ରମୁଖ ଯୋଗଦାନ କରି ନିଜ ନିଜର ସୁ ଚିନ୍ତିତ ମତବ୍ୟକ୍ତ କରି ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଲା ନିମନ୍ତେ ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଆନ୍ତରିକତା ସହ କାର୍ଯ୍ୟ କରିବା ଉପରେ ମତବ୍ୟକ୍ତ କରିଥିଲେ l ବୈଠକ ଅବସରରେ ସି ଡି ଏମ ଓ ଡା. ପ୍ରଦୀପ କୁମାର ଗୁରୁ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପଲ୍ଲବୀ ରାଣୀ ରାଜ , ଉପ ଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ , ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି, ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟର ଅଧିକାରୀ , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ ମ୍ୟୁନିସିପାଲିଟି ସୋନପୁର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ଓ ତରଭା ପ୍ରମୁଖ ଙ୍କ ସହ ଜିଲ୍ଲା ଜରୁରୀ ଶାଖା ଅଧିକାରୀ ସଂଗ୍ରାମ କେଶରୀ ଜେନା,ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜରୁରୀ ଶାଖା ବିଶ୍ୱନାଥ ନାୟକ ତଥା ବିଭିନ୍ନ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିଲେ।  ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like