-+91-9937148622 |
prerana_bgr@rediffmail.com |
Thursday 19th June 2025 |
R.N.I. Regd No. ODIODI/2010/46693
Breaking News
23-May-2025
ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲାରେ ରବି ଧାନ କିଣା ଚଳିତ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ର ନିଷ୍ପତ୍ତି ଅନୁସାରେ ଆଜି ଠାରୁ ଆରମ୍ଭ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଆଜି ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ଭାଲେର ପ୍ରାଥମିକ କୃଷି ସମବାୟ ସମିତି ଲିଃ ରେ ରବି ଧାନ କିଣା ର ଶୁଭାରମ୍ଭ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଚଳିତ ମଇ ମାସ ୨୩ ତାରିଖରୁ ୧୧୨ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୦ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, ସମୁଦାୟ ୧୨୨ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ରବି ଧାନ କ୍ରୟ କରାଯିବ । ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୧୧୬୫୩ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି । ସମୁଦାୟ ୨,୦୫,୭୮୦ କୁଇଣ୍ଟାଲ ଧାନ କ୍ରୟ ର ଟାର୍ଗେଟ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲା କୁ ମିଳିଛି| । ଝାଙ୍କରପାଲି ପେକ୍ସ ରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମ ଜିଲ୍ଲା ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ , ସମବାୟ ସମିତି ଉପ ନିବନ୍ଧକ ପ୍ରମୋଦ ବରିହା ଙ୍କ ସମେତ ଯୋଗାଣ ,ସମବାୟ ,ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀ ମାନେ ଉପସ୍ଥିତ ଥିଲେ ।