-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

+୨ବିଜ୍ଞାନରେ ଆଞ୍ଚଳ ଆଚାର୍ଯ୍ୟ ଏବଂ +୨ କଳାରେ ରୋଜାଲିନ ପ୍ରଧାନ ବ୍ଳକ ଟପ୍ପର

24-May-2025



ଗଣିଆ: ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ବିଜ୍ଞାନରେ ସାମନ୍ତରାୟ ମହାବିଦ୍ୟାଳୟର ଆଞ୍ଚଳ ଆଚାର୍ଯ୍ୟ ୫୪୩ ନମ୍ବର ରଖି ବ୍ଳକ ଟପ୍ପର ହୋଇଥିବା ବେଳେ କଳାରେ ଗଣିଆ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୋଜାଲିନ ପ୍ରଧାନ ୫୩୫ ନମ୍ବର ରଖି ବ୍ଳକ ଟପ୍ପର ହୋଇଛନ୍ତି । ଗଣିଆର ୩ଟି ମହାବିଦ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଆରସି ସାମନ୍ତରାୟ ମହାବିଦ୍ୟାଳୟରେ ବିଜ୍ଞାନରେ ୨୩୪ ଜଣ ପରୀକ୍ଷା ଦେଇଥିବା ବେଳେ ୧୫୮ ଜଣ ପ୍ରଥମ,୬୩ ଜଣ ଦ୍ବିତୀୟ,୬ ଜଣ ତୃତୀୟ ସ୍ଥାନ ଲାଭ କରିଥିବା ବେଳେ ୭ ଜଣ ଅନୁପସ୍ଥିତ ଥିଲେ । ସଫଳତାର ଶୀର୍ଷରେ ରହୁଥିବା ଆରସି ସାମନ୍ତରାୟ ମହାବିଦ୍ୟାଳୟର ୭ ଜଣ ଛାତ୍ର ଛାତ୍ରୀ ୫ ଶହରୁ ଅଧିକ ନମ୍ବର ରଖିଥିବା ଜଣାପଡିଛି । ସେହିପରି କଳା ବିଭାଗରେ ସାମନ୍ତରାୟ ମହାବିଦ୍ୟାଳୟର ୯୩ ଜଣ ପରୀକ୍ଷା ଦେଇଥିବା ବେଳେ ୨୧ ଜଣ ପ୍ରଥମ,୩୯ ଜଣ ଦ୍ବିତୀୟ,୩୦ ଜଣ ତୃତୀୟ ଏବଂ ୩ ଜଣ ପରୀକ୍ଷାର୍ଥୀ ଫେଲ୍ ହୋଇଥିବା ଜଣାପଡିଛି । ସେହିପରି ବନମାଳୀ ବାରିକି ମହାବିଦ୍ୟାଳୟ ଆଡକଟାର ବିଜ୍ଞାନ ବିଭାଗରେ ୮୨ ଜଣ ପରୀକ୍ଷା ଦେଇଥିବା ବେଳେ ୫୮ ଜଣ ପ୍ରଥମ,୧୮ ଜଣ ଦ୍ବିତୀୟ,୫ ଜଣ ତୃତୀୟ ଏବଂ ଜଣେ ଫେଲ୍ ହୋଇଥିବା ଜଣାପଡିଛି । କଳାରେ ୧୨୨ ଜଣ ପରୀକ୍ଷା ଦେଇଥିବା ବେଳେ ୨୨ ଜଣ ପ୍ରଥମ,୩୧ ଜଣ ଦ୍ବିତୀୟ,୫୦ ଜଣ ତୃତୀୟ ଏବଂ ୧୯ ଜଣ ଫେଲ୍ ହୋଇଥିବା ଜଣାପଡିଛି । ଗଣିଆ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୧୫ ଜଣ ପରୀକ୍ଷା ଦେଇଥିବା ବେଳେ ୪୨ ଜଣ ପ୍ରଥମ,୨୨ ଜଣ ଦ୍ବିତୀୟ,୯୮ ଜଣ ତୃତୀୟ ଏବଂ ୪୧ ଜଣ ଫେଲ ହୋଇଥିବା ଜଣାପଡିଛି । ରୋଜାଲିନ ପ୍ରଧାନ ୫୩୫ ନମ୍ବର ରଖି ବ୍ଳକ ଟପ୍ପର ହୋଇଥିବା ବେଳେ ୫ ଜଣ ୫ ଶହରୁ ଅଧିକ ନମ୍ବର ରଖିଛନ୍ତି । ବିଜ୍ଞାନରେ ସଫଳତା ଲାଭ କରିଥିବା ଆଞ୍ଚଳ ଆଚାର୍ଯ୍ୟ ମହାବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ବେଳେ ନିଜର ସଫଳତା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ମଳୟ କୁମାର ପଣ୍ଡା ଏବଂ ଅଧ୍ୟାପକଙ୍କୁ ଦେଇଥିବା ବେଳେ କଳାରେ ବ୍ଳକ ଟପ୍ପର ହୋଇଥିବା ରୋଜାଲିନ ପ୍ରଧାନ ପଢୁଥିବା ଅରୋମିରା କୋଚିଙ୍ଗ ସେଣ୍ଟରର ପରିଚାଳିକା ବିଜୟ ଲକ୍ଷ୍ମୀ ରାଉତଙ୍କୁ ପ୍ରଦାନ କରିଛନ୍ତି । କୃତିତ୍ବ ଅର୍ଜନ କରିଥିବା ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ୩ଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭେଚ୍ଛା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like