-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଗଣଶିକ୍ଷା ବିଭାଗ ର ଅଜବ ନିର୍ଦେଶାନାମା ଅବସର ଦ୍ୱାରଦେଶରେ ଥିବା ଶିକ୍ଷକ ଓଟିଇଟି ପାସ ନ କଲେ ପଦୋନ୍ନତି ମନା

27-May-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ)-2011 ମସିହା ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକ ଙ୍କୁ ପଦୋନ୍ନତି ପାଇବାକୁ ହେଲେ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଦେବାକୁ ପଡିବ lଏପରିକି ଅବସର ର ଦ୍ୱାର ଦେଶରେ ଥିବା ପ୍ରାଥମିକ ଶିକ୍ଷକ ଙ୍କ ପାଇଁ ମଧ୍ୟ ଓଟିଇଟି ବିନା ପଦୋନ୍ନତି ମନା l ଏହିପରି ଏକ ନିର୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର  ଯାହାକୁ ନେଇ ସାରା ଓଡ଼ିଶାରେ ଶିକ୍ଷକ ମହଲ ରେ ଅସନ୍ତୋଷ ର ବାତାବରଣ ସୃଷ୍ଟି ହୋଇଛି l ଓଟିଇଟି ପାସ ସାର୍ଟିଫିକେଟ ନ ଥିଲେ ଲେବୁଲ-V(A) ରେ ଥିବା ଶିକ୍ଷକଙ୍କୁ ଲେବୁଲ -V(B) କୁ ପଦୋନ୍ନତି ମନା l ସରକାରଙ୍କ ଏହି ପରି ନିର୍ଦେଶ ପ୍ରକାଶ ପାଇବାପରେ ରାଜ୍ୟ ରେ କାର୍ଯ୍ୟରତ ଶିକ୍ଷକ ମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l  କାରଣ RTE Act-2009 କୁ ଭିତ୍ତିକାରୀ କେନ୍ଦ୍ର ସରକାର ଙ୍କ ତରଫରୁ NCTE  ତା 23/08/2010ରିଖ ରେ notification ମାଧ୍ୟମରେ ପାରା -04 ରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି ଯେ ଯେଉଁମାନେ 2001 ମସିହା ପୂର୍ବରୁ କିମ୍ବା 2001 ମସିହାରେ ପ୍ରକାଶିତ NCTE ନୋଟିଫିକେସନ ଆଧାରରେ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସହ ନିଯୁକ୍ତି ପାଇଛନ୍ତି ସେମାନଙ୍କ କ୍ଷେତ୍ରରେ ଓଟିଇଟି ଲାଗୁ ହେବ ନାହିଁ l ପୁନର୍ବାର  NCTE ତା 11/02/2011 ଏବଂ 29/07/2011 ରେ ନୋଟିଫିକେସନ ମାଧ୍ୟମରେ ତଥା ଓଡିଶା ସରକାର ଏଲିମେଂଟାରୀ ଶିକ୍ଷା ନିୟମ-2019 ରେ ସ୍ପଷ୍ଟ ଉଲ୍ଲେଖ କରିଛନ୍ତି ଯେ ତା 11/02/2011ରିଖ ପୂର୍ବରୁ ନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ଓଟିଇଟି ଲାଗୁ ହେବନାହିଁ l ଏହା ସତ୍ୱେ “11/02/2011 ପୂର୍ବରୁ ନିଯୁକ୍ତ ଶିକ୍ଷକ ଓଟିଇଟି ବିନା ପଦୋନ୍ନତି ମନା”  ସରକାରଙ୍କ ଏହି ନିର୍ଦେଶାନାମା କୁ ଚ୍ୟାଲେଞ କରି କିଛି ଶିକ୍ଷକ ହାଇକୋର୍ଟ ର ଦ୍ୱାରସ୍ଥ ହୋଇଥିବା ବେଳେ କିଛି ଶିକ୍ଷକ ସଂଗଠନ ଆନ୍ଦୋଳନ କରିବା ପାଇଁ ସଜବାଜ ଆରମ୍ଭ କରିଦେଲେଣି l ଓଡିଶା ସରକାରଙ୍କ ଏହି ନିର୍ଦେଶନାମା ଫଳରେ ଓଡିଶା ରେ କାର୍ଯ୍ୟରତ ଗଣଶିକ୍ଷକ, ଅଣ ଅନୁଦାନ /ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ର ଶିକ୍ଷକ ଏବଂ ଯେଉଁ ଏଲିମେଂଟାରୀ ଶିକ୍ଷକ 2011 ପୂର୍ବରୁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ନଥାଇ ନିଯୁକ୍ତ ହୋଇଛନ୍ତି ସେମାନେ ସ୍ୱତନ୍ତ୍ର ଓଟିଇଟି (SOTET) ପରୀକ୍ଷା ଦେବା ବଦଳରେ 2011 ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକ ଙ୍କୁ ବାଧ୍ୟ କରାଯାଇଅଛି l ଏହି ନିଷ୍ପତ୍ତି ବିରୁଦ୍ଧରେ ଆଜି ସୋନପୁର ସହର ସୁବର୍ଣ୍ଣମେରୁ ମନ୍ଦିର ରେ ଜିଲ୍ଲାରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ବୈଠକରେ ସରକାରଙ୍କ ଉକ୍ତ ଆଦେଶ କୁ ଘୋର ବିରୋଧ କରାଯିବା ସହିତ ଆସନ୍ତା ଜୁନ ମାସ 4ତାରିଖ ଦିନ ଜିଲ୍ଲା ଶିକ୍ଷା ଅଧିକାରୀ, ସୁବର୍ଣ୍ଣପୁର  ଙ୍କ ମାଧ୍ୟମରେ ସରକାରଙ୍କୁ ଉକ୍ତ ପତ୍ର ପ୍ରତ୍ୟାହାର କରିବା ସକାଶେ ଏକ ଦାବୀ ପତ୍ର ପ୍ରଦାନ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଅଛି l ଏହାପରେ ମଧ୍ୟ ସରକାର ଶିକ୍ଷକ ଙ୍କ ଦାବୀ ପ୍ରତି କର୍ଣ୍ଣପାତ ନ କଲେ ଆଗାମୀ ଦିନରେ ବିକଳ୍ପ ପନ୍ଥା ଗ୍ରହଣ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଗଲା l ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ହୃଷିକେଶ ଚାନ୍ଦ, ଦୋଳ ଗୋବିନ୍ଦ ପଣ୍ଡା, ବିଶ୍ୱବିହାରୀ ମିଶ୍ର, ଶ୍ରୀନିବାସ ରଥ, ଗୋପେଶ ପଣ୍ଡା, ସରୋଜ ସାହୁ, ଆଦି ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like