-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଅପରାଧ

ସାମ୍ବାଦିକଙ୍କୁ ହତ୍ୟାଉଦ୍ୟମ ମାମଲା,ମୁଖ୍ୟ ଅଭିଯୁକ୍ତ ଗଜେନ୍ଦ୍ର ଦଳେଇ ଗିରଫ

27-May-2025



ବଲାଙ୍ଗୀର(ପ୍ରେରଣାଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ବଡଖବର ବୈଦ୍ୟୁତିକ ଚେନେଲା ର ସାମ୍ବାଦିକ ବିଜୟକୁମାର ପଧାନଙ୍କୁ ଗତ ଶୁକ୍ରବାର ଠିକଦାର ଗଜେନ୍ଦ୍ର ଦଳେଇଙ୍କ ପ୍ରରୋଚନାରେ ହାତଗୋଡବାନ୍ଧି ମାଡମାରି ହତ୍ୟା ଉଦ୍ୟମ କରିଥିଲେ । ସେହି ଘଟଣାରେ ଗତକାଲି ୪ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଆଜି ମୁଖ୍ୟ ଅଭିଯୁକ୍ତ ଗଜେନ୍ଦ୍ର ଦଳେଇକୁ ପୁଇଁତଳା ପୋଲିସ ଗିରଫ କରିବାରେ ସଫଳ ହୋଇଛି । ଗତ ୪ଦିନ ହେଲା ଗଜେନ୍ଦ୍ର ଫେରାର ରହିଥିଲା । ଆଜି ବଲାଙ୍ଗୀର-ସୋନପୁର ସୀମାନ୍ତରେ ତାକୁ ଧରାଯାଇଛି । ଘଟଣାପରେ ଗଜେନ୍ଦ୍ର ଝାରସୁଗୁଡାକୁ ଚାଲି ଯାଇଥିଲା । ଆଜି ତାକୁ ପୋଲିସଟିମ ଧରିବାକୁ ତାର ଗାଡିକୁ ଟ୍ରାକ କରୁଥିଲା । ଶେଷରେ ରାସ୍ତାରେ ସୋନପୁର ସୀମାନ୍ତରେ ଧରାପଡିଥିବା ଅତିରିକ୍ତ ଏସପି ଅଲୋକ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପୂର୍ବରୁ ପୁଇଁତଳା ଥାନାରେ ରୁଜୁ ହୋଇ ଥିବା ମାମଲା ନମ୍ବର ୧୬୫/୨୦୨୫ର ତଦନ୍ତ କରି ସେହି ଘଟଣାରେ ପୁଇଁତଳା ପୋଲିସ ଜଣେ ନାବାଳକ ସମେତ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ସମେତ ଠିକାଦାର ଗଜେନ୍ଦ୍ର ଦଳେଇଙ୍କ ପୁତୁରା କୁଲଥିପାଲିର ଅବିନାଶ ଦଳେଇ(୨୫),ଗୁମର ନାଏକ(୪୦),ବଲାଙ୍ଗୀର ବରପାଲିପଡାର ଅଦିତ୍ୟକୁମାର ଜେନା(୩୧) ରହିଥିଲେ ।  ଅଭିଯୁକ୍ତ ଅବିନାଶ ଦଳେଇ ଓ ଅଦିତ୍ୟ ଜେନା ନାମରେ ପୂର୍ବରୁ ଅନେକ ଅପରାଧିକ ମାମଲା ରହିଛି ।
କୁଲଥିପାଲିରେ ଚାଲିଥିବା ଏକ ଗାର୍ଡୱାଲକାମର ନ୍ୟୁଜ କରିଥିବା ସାମ୍ବାଦିକ ବିଜୟ ପଧାନଙ୍କୁ ସେହି ଗାଁର ଠିକାଦାର ଗଜେନ୍ଦ୍ର ଦଳେଇଙ୍କ ପ୍ରରୋଚନାରେ ମାଡମରାଯାଇଥିଲା । ଏପରିକି ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକ ବିଜୟଙ୍କୁ ଗାଁକୁ ନେଇ ଗଛରେ ହାତବାନ୍ଧି କଙ୍ଗାରୁକୋର୍ଟରେ ନିର୍ଯ୍ୟାତନା ଦେଇ ହତ୍ୟା ଉଦ୍ୟମ କରାଯାଇଥିଲା । ଏହି ଘଟଣା ପରେ ବଲାଙ୍ଗୀରରୁ ନେଇ ରାଜ୍ୟର ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ ସାମ୍ବାଦିକମାନେ ପ୍ରତିକ୍ରୀୟା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ନିଜେ ଏହି ଘଟଣାରେ ହସ୍ତକ୍ଷେପ କରନ୍ତୁ ବୋଲି ଓଡିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ସଂଘର ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି ଟ୍ୱିଟକରିଥିଲେ । ଠିକସେହିପରି ରୁବେନ ବାନାର୍ଜିଙ୍କ ଭଳି ବରିଷ୍ଠ ସାମ୍ବାଦିକମାନେ ସରକାର ସାମ୍ବାଦିକ ସୁରକ୍ଷାନେଇ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରିଥିଲେ । ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ସଂଘ, ଓୟୁଜେ, ଏସୟୁଜେ ସମେତ ବ୍ଲକମାନଙ୍କଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ମୁଖ୍ୟଅଭିଯୁକ୍ତ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ । ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ବଲାଙ୍ଗୀର ଏସପି ଅଭିଲାଷ ଜୀ ମୁଖ୍ୟଅଭିଯୁକ୍ତ ଗଜେନ୍ଦ୍ର ଦଳେଇକୁ ଖୁବଶୀଘ୍ର ଗିରଫ କରାଯିବ ବୋଲ ପ୍ରତିଶୃତି ଦେଇଥିଲେ । ଆଜି ଶେଷରେ ଗଜେନ୍ଦ୍ର ଦଳେଇକୁ ଗିରଫ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like