-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବିନିକା ସହର(ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ)

02-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହର ପର୍ବ ଶୀତଳଷଷ୍ଠୀ ଯାତ୍ରା ପାଇଁ ସାରା ବିନିକା ସହର ଉତ୍ସବ ମୁଖର ହୋଇଉଠିଛି । ୧୫୨ବର୍ଷରେ ପଦାର୍ପଣ କରିଥିବା ଏହି ଯାତ୍ରା ତଥା ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଚଳିତ ବର୍ଷ ଧୂମଧାମରେ ପାଳିତ ହେଉଛି । ପତରପେଣ୍ଡୀ ନିର୍ବନ୍ଧ ଓ ଦେବ ନିମନ୍ତ୍ରଣ ନୀତି ସମ୍ପନ୍ନ ପରେ ଶନିବାର ରାତିରେ ଦେବ ଦମ୍ପତିଙ୍କ ବିବାହ ମହାଆଡମ୍ବର ପୂର୍ଣ୍ଣ ଭାବରେ ସମ୍ପନ୍ନ ହୋଇଛି । ଏଥିପାଇଁ ଯାତ୍ରା କମିଟି କର୍ମକର୍ତ୍ତା ଓ ଭକ୍ତମାନେ ମହାଦେବଙ୍କୁ ବର ବେଶରେ ସଜାଇଥିଲେ ।ପରେ ବରାତ ଶୋଭାଯାତ୍ରାରେ ମହାଦେବ ବିଜେ କରିଥିଲେ ।ଏହି ଶୋଭାଯାତ୍ରାରେ ସହରର ବିଭିନ୍ନ ଦେବାଦେବୀ ସାମିଲ ହୋଇଥିଲେ ।ଶୋଭାଯାତ୍ରାରେ ଦୁଲଦୁଲି,ଡିଯେ ନୃତ୍ୟ, ଘଣ୍ଟବାଦ୍ୟ,ପୁରାତନ ଦଣ୍ଡନୃତ୍ୟ,ବାଡ଼ିଖେଳ,ଶଙ୍ଖ ଧ୍ୱନି ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଭକ୍ତଙ୍କ ଜୟ ଜୟ ଧ୍ବନିରେ ସହର ପ୍ରକମ୍ବିତ ହୋଇଥିଲା ।ରାସ୍ତାର ଉଭୟ ପାର୍ଶ୍ବରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତମାନେ ପ୍ରଭୁ ବିଶେଶ୍ୱରଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ ।ସ୍ଥାନୀୟ ବିନିକା ରଥପଡ଼ା ସ୍ଥିତ ମହାଦେବ ମନ୍ଦିର ଠାରୁ ବାହାରିଥିବା ଏହି ବରାତ ଶୋଭାଯାତ୍ରା ସହର ସାରା ପରିକ୍ରମା କରି ଜୁହ୍ମାପଡା ସ୍ଥିତ ଗୋପଳଜି ମନ୍ଦିରକୁ ପହଞ୍ଚିବା ପରେ କନ୍ୟାପକ୍ଷ ତରଫରୁ ମଙ୍ଗଳ ନ,ଅଳଙ୍କାର ଧାରଣ କରାଯିବା ପରେ ଦେବୀ ପାର୍ବତୀଙ୍କ ମାମୁଁ ମାଇଁ ବିଶେଶ୍ୱର ବାବାଙ୍କୁ ବର ରୂପରେ ନିମନ୍ତ୍ରଣ କରି ବେଦୀ ସ୍ଥଳକୁ ପାଛୋଟି ଆଣିଥିଲେ ।ବିଳମ୍ବିତ ରାତ୍ରୀରେ ପୂଜକ ଉମାବଲ୍ଲଭ ଷଡ଼ଙ୍ଗୀଙ୍କ ଯଥାରୀତି ପୂଜାର୍ଚ୍ଚନା ଓ ମନ୍ତ୍ରପାଠ ପରେ ଶିବ ପାର୍ବତୀଙ୍କ ବିବାହୋତ୍ସବ ଅନୁଷ୍ଟିତ ହୋଇଥିଲା । ଦେବ ବିବାହକୁ ଦେଖିବା ପାଇଁ ରାତିତମାମ ଭକ୍ତମାନେ ଉଜାଗର ରହିଥିଲେ।ଉଭୟ ଦେବ ଦମ୍ପତିଙ୍କ ହାତଗଣ୍ଟୀ ପଡ଼ିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ଆଖିରୁ ଲୁହ ଝରୁଥିବା ଦେଖିବାକୁ ମିଳିଥିଲା ।ପ୍ରଭୁ ବିଶେଶ୍ୱର ବାବାଙ୍କ ପିତା ମାତା ଭାବେ କ୍ଷୀରୋଦ୍ରା ଚନ୍ଦ୍ର ସାମନ୍ତରାୟ ଓ ତାଙ୍କ ଧର୍ମପତ୍ନୀ ମୌସୁମୀ ରାଣୀ ମିଶ୍ର ,ପାର୍ବତୀ ଦେବୀଙ୍କ ପିତା ମାତା ଭାବେ ଶ୍ୟାମ ସୁନ୍ଦର ମେହେର ଓ ତାଙ୍କ ଧର୍ମପତ୍ନୀ ସୀମା ମେହେର ଦାୟିତ୍ୱ ନିର୍ବାହ କରିଥିଲେ । ରବିବାର ବିରାଟ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାବା ବିଶେଶ୍ୱର ଓ ଦେବୀ ପାର୍ବତୀଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like