-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ରାଜ୍ଯ ସରକାରଙ୍କ ଦ୍ବାରା ନବରଙ୍ଗପୁର ଜିଲ୍ଲା ଉମରକୋଟ ଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର

03-Jun-2025



ନବରଙ୍ଗପୁର/ଉମରକୋଟ(ପ୍ରେରଣା ଖବର): ଆଜି ନବରଙ୍ଗପୁର ଜିଲ୍ଲାର ଉମରକୋଟ ସ୍ଥିତ ଏ.ଜୀ.ଆର. ପ୍ରତିରକ୍ଷା ଏବଂ ଶାରୀରିକ ଏକାଡେମୀ ଠାରେ ଓଡ଼ିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା  ବିଭାଗ ଏବଂ ଜିଲ୍ଲା ପ୍ରଶାସନ ନବରଙ୍ଗପୁର ପକ୍ଷରୁ ଯୁବପିଢ଼ି ମାନଙ୍କ ପାଇଁ ସନ୍ତରଣ ଏବଂ ପାଣିରେ ବୁଡି ବଞ୍ଚିବାର ମୌଳିକ କୌଶଳ ସମ୍ବନ୍ଧୀୟ ଏକ ସନ୍ତରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଶ୍ଵଜିତ ଚନ୍ଦ୍ର ବର୍ମନ ଦ୍ଵାରା ଉଦଘାଟିତ ହୋଇଥିଲା l ପାଣିରେ ବୁଡ଼ି କୌଣସି ପ୍ରାଣହାନୀ ଜନିତ ଦୁର୍ଘଟଣା କୁ ଏଡାଇବା ନିମନ୍ତେ ରାଜ୍ୟ ସରକାରଙ୍କର ଏହି ଅଭିନବ ପ୍ରୟାସ ନିଶ୍ଚିତ ଭାବରେ ଯୁବପିଢ଼ି ମାନଙ୍କ ଉପରେ ପ୍ରଭାବ ପକାଇବ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ | ଏହି ପ୍ରଶିକ୍ଷଣ ଶିବିର ରେ ପ୍ରଥମ ପର୍ଯ୍ୟାୟରେ ତା 0୨.0୬.୨୫ ଠାରୁ 0୭.0୬.୨୦୨୫ ପର୍ଯ୍ୟନ୍ତ ତିରିଶ ଜଣିଆ ଅଂଶଗ୍ରହଣକାରୀ ଙ୍କୁ ଓଡ୍ରାଫ୍ ଟିମ୍ ଦ୍ଵାରା ପ୍ରଶିକ୍ଷଣ ପ୍ରଦାନ କରାଯିବା ସହିତ ଏହିଭଳି 10 ଗୋଟି ଦଳ ହିସାବରେ ମୋଟ 300 ଅଂଶଗ୍ରହଣକାରୀ ଙ୍କୁ ଓଡ୍ରାଫ୍ ଟିମ୍ ଦ୍ଵାରା ପ୍ରଶିକ୍ଷଣ ପ୍ରଦାନ କରାଯିବ l ପ୍ରକାଶଥାଉ କି ନବରଙ୍ଗପୁର ଜିଲ୍ଲା ର ଉମରକୋଟ ଠାରେ ପୂର୍ବତନ ଅବସର ପ୍ରାପ୍ତ ନୌସେନା ଅଧିକାରୀ ୩୪ ବର୍ଷୀୟ ଶ୍ରୀ ଜି.  ଗୋଲ୍ଡ ସ୍ମିଥ, ୨୦୦୮ ରୁ ୨୦୨୩ ପର୍ଯ୍ୟନ୍ତ ଭାରତୀୟ ନୌସେନା ରେ କାର୍ଯ୍ୟକରି ଅବସର ଗ୍ରହଣ କଲା ପରେ ଉମରକୋଟ ଠାରେ ନିଜସ୍ଵ ଉଦ୍ୟମ ରେ ଏକ ସନ୍ତରଣ ଜଳାଶୟ ପ୍ରତିଷ୍ଠା କରି ବର୍ତମାନ ପର୍ଯ୍ୟନ୍ତ ୧୪୪ ଛାତ୍ର ଛାତ୍ରୀଙ୍କ ସନ୍ତରଣ ତାଲିମ ପ୍ରଦାନ କରିଛନ୍ତି | ଏହି ଅବସରରେ ସେନା ବାହିନୀ ରୁ ସଦ୍ୟ ଅବସର ଗ୍ରହଣ କରିଥିବା ସୁବେଦାର ମେଜର ସୁକାନ୍ତ କୁମାର ବେହେରା ଙ୍କୁ ସ୍ଵତନ୍ତ୍ର ଭାବେ ସମ୍ମାନୀତ କରାଯାଇଥିଲା l ପ୍ରକାଶ ଥାଉକି, ଅବସର ପ୍ରାପ୍ତ ପରେ ମଧ୍ଯ ଅପରେସନ ସିନ୍ଦୁର ନିମନ୍ତେ ସେନାବାହିନୀର ଗୁପ୍ତ ବିଭାଗ ଶ୍ରୀ ବେହେରାଙ୍କୁ କାର୍ଯ୍ୟରେ ସହଯୋଗ କରିବା ପାଇଁ ନିମନ୍ତ୍ରଣ କରିଥିଲେ l କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଙ୍କ ପ୍ରତିନିଧି ଅଶୋକ କୁମାର ପାଢ଼ୀ, ମାନ୍ୟବର  ଲୋକସଭା ସାଂସଦ ଙ୍କ ପ୍ରତିନିଧି ରାମ ନାୟକ ,  ଉମରକୋଟ ପୌରପାଳିକା ଅଧ୍ୟକ୍ଷା ରାଧା ଭାତ୍ରା,ଉପ ଖଣ୍ଡିୟ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ଶବର ପ୍ରମୁଖଙ୍କ ସହ  ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ , ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ଗୀତାଞ୍ଜଳି ବେହେରା, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜରୁରୀକାଳୀନ ବିଭାଗ ହିମାଂଶୁ ଶେଖର ପଟନାୟକ,   ନିର୍ବାହୀ ଅଧିକାରୀ ପୌର ପରିଷଦ ଉମରକୋଟ ଆଲୋକ କୁମାର ଅନୁଗୁଳିଆ, ଝରିଗାଁ ତହସିଲଦାର ସୁମନ୍ତ ପାତ୍ର, ଡଃ ଅହମ୍ମଦ ଅଲ୍ଲୀ, ୱାର୍ଡ ମେମ୍ବର ଶିଖାରାଣୀ ସରକାର। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀକାଳୀନ ଉପ ବିଭାଗ ର ବିଭାଗୀୟ ଉପ ଅଧିକାରୀ ତ୍ରିପତି ବାଲାଜି ସାହୁଙ୍କ ସହ  ଶାରୀରିକ ପ୍ରଶିକ୍ଷକ ଶିକ୍ଷକ ଏମ. ବିଜୟ କୁମାର, ପ୍ରଭାତ କୁମାର ପଟ୍ଟନାୟକ, ବହୁମୂଖୀ ଇଂଡୋର ଷ୍ଟାଡିୟମ ର ଭାରପ୍ରାପ୍ତ ଅଧିକାରୀ ଅଶୋକ କୁମାର ସାହୁ, ସପ୍ତମ ଭାରତୀୟ ସଂରକ୍ଷଣ ବାହିନୀ ଓଡ୍ରାଫ ଦଳ ର ହାବିଲଦାର ମହେଶ୍ଵର କଟ୍ରି, ମଙ୍ଗରାଜ ମହାଲି, ତପନ କୁମାର ସ୍ଵାଇଁ, ବାପିନା ପ୍ରଧାନ, ଆଶିଷ କୁମାର ପାତିକା ପ୍ରମୁଖ   ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ | ଈଂ.ଚନ୍ଦନା ମଲ୍ଲିକ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like