-+91-9937148622 |
prerana_bgr@rediffmail.com |
Sunday 9th November 2025 |
R.N.I. Regd No. ODIODI/2010/46693
Breaking News
10-Jun-2025
ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଶାନ୍ତ କୁମାର ଦାଶ, ଅତାବିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରିପୁନାଥ ସୁନା ଏବଂ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୯ ଗୋଟି ଅଭିଯୋଗ ମଧ୍ୟରୁ ୫୮ ଗୋଟି ବ୍ୟକ୍ତିଗତ, ୧୧ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ସେଥିମଧ୍ୟରୁ ୪ ଗୋଟି ସିଏମଆରଏଫ ଆଧାରିତ ଅଭିଯୋଗ ଓ ୨ ଗୋଟି ଅଭିଯୋଗର ତତକ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।