-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାସ୍ତରୀୟ ବିକାଶ ମେଳାରେ ଯୋଗ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ; ଜନଜାତିଙ୍କ ବିକାଶରେ ଜିଲ୍ଲାର ବିକାଶ ସମ୍ଭବ: ମନ୍ତ୍ରୀ ଶ୍ରୀ ମଲ୍ଲିକ

15-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ଜନଜାତି ବହୁଳ ଜିଲ୍ଲା। ଜନଜାତିଙ୍କ ବିକାଶ ହେଲେ ଜିଲ୍ଲାର ବିକାଶ ହୋଇପାରିବ ବୋଲି ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିକାଶ ମେଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକାଶ କରିଛନ୍ତି ମାଲକାନଗିରି ଜିଲ୍ଲା ପ୍ରଭାରୀ ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ  ଗୋକୁଳାନନ୍ଦ ମଲ୍ଲିକ । ମାତ୍ର ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର- କୃଷକ, ମହିଳା, ଜନଜାତି, ଯୁବଶକ୍ତି, ଛାତ୍ରଛାତ୍ରୀ, ଭିନ୍ନକ୍ଷମ, ଗରିବ ଆଦି ସବୁ ବର୍ଗ ଲୋକଙ୍କର ସର୍ବସ୍ପର୍ଶୀ ଓ ସମାବେଶୀ ଉନ୍ନତି ପାଇଁ  ବିଭିନ୍ନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଆଜି ଆମ ରାଜ୍ୟ ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭର ହୋଇପାରିଛି ବୋଲି  ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ନିଜ ବିଭାଗ ବିଷୟରେ ସୂଚନା ଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅଧୀନରେ ୨୪ ଜଣ ଗୋପାଳନ,୦୬ ଜଣ ମଇଁଷି ପାଳନ,୦୭ ଜଣ ଘାସ ଚାଷ ଉଦ୍ୟୋଗ,୬୦ ଜଣ ମାଇ ବାଛୁରୀ ପାଳନ, ୧୩୦ ଜଣ ଗାଈ ମଇଁଷି ବୀମାକରଣ, ୨,୯୮୯ ଜଣ ଆଦିମ ଜନଜାତିଙ୍କୁ ବାଡ଼ି ଅଗଣାରେ କୁକୁଡ଼ା ପାଳନ ଯୋଜନାରେ ଉପକୃତ ହୋଇଛନ୍ତି।
ସେହିପରି ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ  କହିଛନ୍ତି ଯେ 
ସ୍ୱଚ୍ଛ, ଉତ୍ତରଦାୟୀ ଓ ଲୋକାଭିମୁଖୀ ଶାସନର ଏକ ବର୍ଷ ପୂରଣ ଅବସରରେ, ଜନ ସାଧାରଣଙ୍କ ଦ୍ୱାର ନିକଟରେ ବିକାଶର ବାର୍ତ୍ତା ପହଞ୍ଚାଇବା ପାଇଁ  ‘ବିକାଶ ବାହନ’ ର ଶୁଭାରମ୍ଭ କରାଯାଇଛି। ଏହି ବିକାଶ ବାହନ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଗାଁ ଗାଁ ବୁଲି ଲୋକଙ୍କ ପାଖରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବ । ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଏହି ଅବସରରେ କହିଛନ୍ତି ଯେ ବିକଶିତ ଓଡ଼ିଶା ଗଠନର ମୂଳଦୁଆ ହେଉଛନ୍ତି ମହିଳା। ବିଗତ ଏକ ବର୍ଷରେ ରାଜ୍ୟ ସରକାର ମହିଳା ସଶକ୍ତିକରଣ  ପାଇଁ ସୁଭଦ୍ରା ଓ ଭାରତ ସରକାରଙ୍କ ଫ୍ଲାଗସିପ କାର୍ଯ୍ୟକ୍ରମ ଲକ୍ଷ୍ୟପତି ଦିଦି ଭଳି ଅନେକ ଯୁଗାନ୍ତକାରୀ ଏବଂ ଐତିହାସିକ ଯୋଜନା କର୍ଯ୍ୟକାରୀ କରିଛନ୍ତି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବିକାଶ ମେଳାର ଆଭିମୁଖ୍ୟ ସଂପର୍କରେ ଉଦବୋଧନ ଦେଇ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ଏଠାରେ ୨୫ ଜଣ ହିତାଧୀକାରୀ ମାନଙ୍କୁ ବିଭିନ୍ନ ବିଭାଗର ସହାୟତା ବଣ୍ଟନ କରାଯାଇଥିଲା। ସେହିପରି ବିକାଶ ମେଳାରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଆର୍ଥିକ ରାଶି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ପରିଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଧନ୍ୟବାଦ ଅର୍ପଣ କରିଥିଲେ। ସଭା କାର୍ଯ୍ୟ କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିଲା। ଏହି ମେଳାରେ ପ୍ରାୟ ୪ ହଜାରରୁ ଅଧିକ ମହିଳା ଯୋଗ ଦେଇଥିଲେ। ପରିଶେଷରେ ମୁଖ୍ୟ ଅତିଥି ମେଳାର ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପଟେଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲୋକ ପ୍ରତିନିଧି ଉପସ୍ଥିତ ଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026

You Might Also Like