-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଜିଲ୍ଳାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ -

18-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଳା ପାଇଁ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଜରୁରୀକାଳୀନ ଶାଖା ଦ୍ଵାରା ଆହୂତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ପାଇଁ ବିଭାଗୀୟ ପ୍ରସ୍ତୁତି ଓ କାର୍ଯ୍ୟକାରିତା ଉପରେ ସମ୍ପୃକ୍ତ ବିଭାଗ ଦ୍ୱାରା ବନ୍ୟା ପୂର୍ବରୁ,ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ ପଦକ୍ଷେପ ଉପରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ବିସ୍ତୃତ ତଥ୍ୟ ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଉପସ୍ଥାପନା କରାଯାଇଥିଲା l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମାଝୀ ବିଭାଗ ମାନଙ୍କ ଦ୍ୱାରା ପ୍ରସ୍ତୁତ କାର୍ଯ୍ୟକ୍ରମର ତଥ୍ୟ ଗୁଡିକର ପ୍ରତ୍ୟେକଟି ବିନ୍ଦୁ ଉପରେ ବିଷଦ ଭାବରେ ଆଲୋଚନା କରି ସମ୍ଭାବ୍ୟ ବନ୍ୟାର ସଠିକ ଓ ସଫଳ ମୁକାବିଳା ନିମନ୍ତେ ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେବା ସହ ନୈତିକ ଦାୟିତ୍ୱ ଭାବେ ଗ୍ରହଣ କରିବାକୁ ଆହ୍ୱାନ ଦେଇଛନ୍ତି। ଜିଲ୍ଲାର ବନ୍ୟା ଆଶ୍ରୟସ୍ଥଳୀ ମାନଙ୍କରେ ସମୟ ପୂର୍ବରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ସହିତ ବନ୍ୟା ସମ୍ୱନ୍ଧୀୟ ଯେ କୌଣସି ପୂର୍ବ ସୂଚନାର ବ୍ୟାପକ ଜନ ସଚେତନତା ଓ ଗୋଷ୍ଠୀ ସହାଭାଗିତା ଉପରେ ଗୁରୁତ୍ୱାରୋପ କରିଛନ୍ତି I ସେ ଏହି ପରିପ୍ରେକ୍ଷୀରେ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସୁ- ସମ୍ପର୍କ ରକ୍ଷା ପୂର୍ବକ କାର୍ଯ୍ୟ ସମ୍ପାଦନରେ ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଯତ୍ନବାନ ହେବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାର ସମ୍ପୃକ୍ତ ପ୍ରତ୍ୟେକ ଅଧିକାରୀ ତଥା କର୍ମଚାରୀ ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ସମ୍ପୂର୍ଣ ପ୍ରସ୍ତୁତ ସହ ସ୍ଥିତି ପରିସ୍ଥିତିକୁ ନିରୀକ୍ଷଣ କରି ତ୍ୱରିତ ପଦକ୍ଷେପ ପାଇଁ କାର୍ଯ୍ୟ କରିବାକୁ କହିଥିବା ବେଳେ କାର୍ଯ୍ୟର ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଜିଲ୍ଲାସ୍ତର, ଉପଖଣ୍ଡସ୍ତର,ବ୍ଲକସ୍ତର ତଥା ସମ୍ପୃକ୍ତ ବିଭିନ୍ନ ବିଭାଗ ନିଜ ନିଜ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମର କାର୍ଯ୍ୟକ୍ଷମକୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଅଧିକାରୀ ତଥା ବିଡ଼ିଓ ମାନଙ୍କୁ ନିର୍ଦେଶ ଦେଇଛନ୍ତି l ଜିଲ୍ଲାର ଜନସାଧାରଣ ବିପର୍ଯୟ ସମ୍ବଧୀୟ କୌଣସି ତ୍ୱରିତ ସୂଚନା ପାଇବାକୁ କିମ୍ବା ସୂଚନା ଦେବାକୁ ଜିଲ୍ଲା କାର୍ଯ୍ୟଳୟ କଣ୍ଟ୍ରୋଲ ରୁମ ନମ୍ବର ୦୬୬୫୪- ୨୯୧୩୭୪ କୁ (୨୪×୭) ଯୋଗାଯୋଗ କରିପାରିବେ। ଏତଦ ବ୍ୟତୀତ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ମାନେ ବିଗତ ବର୍ଷର ଅଭିଜ୍ଞତାକୁ ନେଇ ନିଜ ବିଭାଗ ସମ୍ପୃକ୍ତ ସମ୍ବେଦନଶୀଳ କାର୍ଯ୍ୟକୁ ସମୟ ପୂର୍ବରୁ ବ୍ୟବସ୍ଥିତ କରିବାକୁ ନିର୍ଦେଶ ଦିଆଯାଇଛି।କାର୍ଯ୍ୟକ୍ରମରେ  ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଓଡିଶା ରାଜ୍ୟ ରିଲିଫ କମିଶନ କାର୍ଯାଳୟର ସ୍ୱତନ୍ତ୍ର ଅଧିକାରୀ ମୟୁରେସ ପଣ୍ଡା ଯୋଗଦାନ କରି ବିପର୍ଯ୍ୟୟର ମୁକାବିଳା ନିମନ୍ତେ ଓସଡ଼ମା ଓ ଏନଡିଆରଏଫର ଭୂମିକା ଉପରେ ଆଲୋକପାତ କରି ପ୍ରତ୍ୟେକ ବିଭାଗ ସଂଗଠିତ ହୋଇ ନିଜ ନିଜର ଦାୟିତ୍ୱକୁ ନିଷ୍ଠାର ସହ ସମ୍ପାଦନ କଲେ ଆମେ ନିଶ୍ଚିତ ସଫଳ ହେବା ବୋଲି କହିଥିଲେ l ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ବ୍ଲକସ୍ତର ସହ ମ୍ୟୁନିସିପାଲିଟି ସୋନପୁର, ଏନଏସି ବିନିକା ଓ ତରଭାରେ ମଧ୍ୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା କାଲି ତା. ୧୯/୦୬/୨୫ ପୂର୍ବାହ୍ନ ୯ ଘଟିକା ସମୟରେ ଜିଲ୍ଲାରେ ଥିବା ୦୬ ଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଜି କାର୍ଯ୍ୟକ୍ରମ ଅବସରରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଉପ ଜିଲ୍ଲାପାଳ ସୋନପୁର ଡଃ.ସୌମ୍ୟରୁପା ରଥ ପ୍ରମୁଖ ଯୋଗଦାନ କରି ନିଜ ନିଜର ସୁଚିନ୍ତିତ ମତବ୍ୟକ୍ତ କରି ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ନିମନ୍ତେ ଉତ୍ତମ ସମନ୍ୱୟ ରକ୍ଷା ପୂର୍ବକ ଦୃଢ଼ ମାନସିକତା ସହ କାର୍ଯ୍ୟ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l କାର୍ଯ୍ୟ ସମ୍ପାଦନକୁ ବ୍ୟବସ୍ଥିତ ପରିଚାଳନା ପାଇଁ ପ୍ରତ୍ୟେକ ବିଭାଗ ନିଜ ସ୍ତରରେ ମାଇକ୍ରୋ ପ୍ଲାନିଂ କରି ବିଭାଗୀୟ କାର୍ଯ୍ୟର ଦାୟିତ୍ୱ ବଣ୍ଟନକୁ ସୁ ନିଶ୍ଚିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦେଶ ଦିଆଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟର ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ ମ୍ୟୁନିସିପାଲିଟି ସୋନପୁର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ଓ ତରଭା ସହ ବିଭିନ୍ନ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିଲେ l ଜିଲ୍ଲା ଜରୁରୀ ଶାଖା ଅଧିକାରୀ ସଂଗ୍ରାମ କେଶରୀ ଜେନା ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ l ଜିଲ୍ଲା ଜରୁରୀ ଶାଖାର ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ନାୟକ କାର୍ଯ୍ୟକ୍ରମର ରୂପରେଖ,ବ୍ୟବସ୍ଥିତ କାର୍ଯ୍ୟଖସଡ଼ା ର ଦୃଶ୍ୟ ଶ୍ରାବ୍ୟ ମାଧମରେ ତଥ୍ୟ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like