-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||     

HOME   ଜିଲ୍ଲା

ମହାନଦୀ ଜଳ ବିବାଦର ସମାଧାନ ସହ ଏହାର ସୁରକ୍ଷା ନେଇ ଆହ୍ବାନ:ସୁଦର୍ଶନ ଦାସ

20-Jun-2025



ବିନିକା(ହିଂମାଶୁ ଶେଖର ପୁଟେଲ)ଓଡ଼ିଶାର ଜୀବନ ରେଖା ମହାନଦୀ ଜଳ ବିବାଦ ସମସ୍ୟା ଦୀର୍ଘ ବର୍ଷ ହେଲା ଲାଗି ରହିଥିଲେ ହେଁ ତାର ସମାଧାନ ସହିତ ତାର ସୁରକ୍ଷା ଦିଗରେ ରାଜ୍ୟର ମୋହନ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଗୁରୁବାର ଅପରାହ୍ନରେ ବିନିକା ସ୍ଥିତ ଚନ୍ଦ୍ରମା ସଭାଗୃହ ଠାରେ ମହାନଦୀ ବଞ୍ଚାଅ ସମସ୍ୟାକୁ ନେଇ ଅନୁଷ୍ଠିତ ଆଲୋଚନାଚକ୍ର ଓ ସାମ୍ବାଦିକ ସମ୍ମିଳନୀରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ଆବାହକ ସୁଦର୍ଶନ ଦାସ ଉପସ୍ଥିତ ପତ୍ରକାର ଓ ଅଞ୍ଚଳର ସଚେତନ ନାଗରିକଙ୍କୁ ଆହ୍ବାନ ଦେଇଥିଲେ। ବିଶିଷ୍ଟ ସମାଜସେବୀ ଗୌରୀଶ୍ୟାମ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି  ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଶ୍ରୀ ଦାସ କହିଥିଲେ ଯେ ଆମ ଜୀବନରେଖା ମହାନଦୀ ଆଜି ଗଭୀର ସଙ୍କଟରେ ଗତି କରୁଛି ।ଦିନକୁ ଦିନ ନଦୀର ପ୍ରବାହ ଯେମିତି କମି ଯାଉଛି ସେଭଳି ମାତ୍ରାରେ ଏହାର ଜଳ ପ୍ରଦୂଷିତ ହେବାରେ ଲାଗିଛି। ଛତିଶଗଡ ମହାନଦୀର ଉପର ମୁଣ୍ଡରେ ମହାନଦୀ ଜଲକୁ ଅଟକାଇ ଦେଇଥିବାରୁ ଏହାର ଜଳ କ୍ଷମତା କମି କମି ଯାଉଥିବାରୁ ଆଗାମୀ ଦିନରେ ଆମ ରାଜ୍ୟବାସୀଙ୍କ ପାଇଁ ଜଳ ସଙ୍କଟ ସମସ୍ୟା ସୃଷ୍ଟି କରିବ ଏଥିରେ ସନ୍ଦେହ ନାହିଁ  । ଓଡ଼ିଶା ଓ ଛତିଶଗଡ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦର ସମାଧାନ ନିକଟ ଭବିଷ୍ୟତରେ ହେବାର ସମ୍ଭାବନା ନାହିଁ ।ତେଣୁ ବର୍ତ୍ତମାନ ଟ୍ରିପଲ୍ ଇଞ୍ଜିନ ସରକାର(ଓଡ଼ିଶା,ଛତିଶଗଡ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମାଧାନ କରିବାକୁ ଅନୁଷ୍ଠିତ ଆଲୋଚନାଚକ୍ରରେ ଦାବୀ କରାଯାଇଛି ।ସେହିପରି କଳକାରଖାନା ଗୁଡ଼ିକର ଦୂଷିତ ଜଳ ଓ ବର୍ଜ୍ୟବସ୍ତୁ ମହାନଦୀ ପାଣିରେ ମିଶି ଅଧିକ ମାତ୍ରାରେ ପ୍ରଦୂଷିତ ହେଉଛି ।ଫଳରେ ଲୋକେ ସ୍ୱାନ କରିବା ସମ୍ଭବ ହେଉନାହିଁ,ଦୂଷିତ ଜଳ ଯୋଗୁଁ ଅନେକ ଜଳଚର ଜୀବ ମୃତ୍ୟୁ ମୁଖରେ ପଡ଼ୁଛନ୍ତି,ପାଣି ମଧ୍ୟ ବ୍ୟବହାର ଉପଯୋଗୀ ହେଉନାହିଁ ।ତେଣୁ ଯେଉଁ ମାନେ ମହାନଦୀ କୁ କଳକାରଖାନାରୁ ନିର୍ଗତ ଦୂଷିତ ଜଳ ଛାଡୁଛନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଆଲୋଚନାଚକ୍ରରେ ମତ ପ୍ରକାଶ ପାଇଥିଲା । ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ବିନିକା ଏନଏଏସି ଉପାଧ୍ୟକ୍ଷ ତପସ୍ଵିନୀ ମେହେର,ଯୁବ ଆଇନଜୀବୀ ପ୍ରଶାନ୍ତ ଦଣ୍ଡସନା,ରାଜ୍ୟ ସଂଯୋଜକ ବିଜୟ ପ୍ରଧାନ,ଜିଲ୍ଲା ପରିଷଦ ଲବ କୁମାର ସାହୁ,ଯୁବ ନେତା ପ୍ରଦୀପ ସେଠୀ,ଅବସରପ୍ରାପ୍ତ କର୍ମଚାରୀ ମାନ ଗୋବିନ୍ଦ ମେହେର,ନୀଳାଚଳ ମେହେର,କାଉନସିଲର ପ୍ରଦୀପ ବାଘ,ବିଜୟ ବରାଇ,ସମାଜସେବୀ ଦିପାନ୍ନୀତା ମାହାଣା,କ୍ଷୀର ସାଗର ବିଭାର ପ୍ରମୁଖ ନିଜ ନିଜର ମତ ଉପସ୍ଥାପନ କରିଥିଲେ ।ପରେ ଦଳମତ ନିର୍ବିଶେଷରେ ଉପସ୍ଥିତ ଥିବା ସମସ୍ତ ସଚେତନ ନାଗରିକଙ୍କ ନିଷ୍ପତି କ୍ରମେ ମହାନଦୀ ବଞ୍ଚାଅ ସୁବର୍ଣ୍ଣପୁର ଶାଖା ଗଠିତ ହୋଇଥିଲା ।ଆସନ୍ତା ଜୁଲାଇ ମାସରେ ମୁକ୍ତିତୀର୍ଥ ପାପକ୍ଷୟ ଠାରେ ମହାନଦୀ ବଞ୍ଚାଅ ସମ୍ବିଲନୀ କରାଯିବ ବୋଲି ଆବାହକ ସୁଦର୍ଶନ ଦାସ ଘୋଷଣା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026

You Might Also Like