-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ 

21-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ)ଯୋଗ ଆମର ସାଂସ୍କୃତିକ ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଂଶ । ଯାହା ଶରୀର ଏବଂ ମନକୁ ସନ୍ତୁଳିତ କରେ ଏବଂ ବ୍ୟକ୍ତି ବିଶେଷଙ୍କୁ ଏକ ପରିପୂର୍ଣ୍ଣ ଏବଂ ଶାନ୍ତିପୂର୍ଣ୍ଣ ଜୀବନ ଆଡକୁ ନେଇଯାଏ ।  ଯୋଗ ଶାରୀରିକ ଏବଂ ମାନସିକ ଭାବରେ ସଶକ୍ତ ନାଗରିକମାନଙ୍କୁ ଗଠନ କରି ଏକ ବିକଶିତ ଭାରତର ସାମୂହିକ ସ୍ବପ୍ନ ପୂରଣ ଦିଗରେ ଏକ ଶକ୍ତିଶାଳୀ ଭୂମିକା ଗ୍ରହଣ କରି ପାରିଛି ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ନିଜର ମତ ଉପସ୍ଥାପନ କରିଛନ୍ତି। ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ,  ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ପିଏ ଆଇଟିଡିଏ ହଳଧର ଶବର ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଏହି ଯୋଗ ଶିବିରରେ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ସିଧା ପ୍ରସାରଣକୁ ଭର୍ଚୁଆଲ ମାଧ୍ୟମରେ ପ୍ରଦର୍ଶନ  କରାଯାଇଥିଲା । ପ୍ରଧାନମନ୍ତ୍ରୀ 
 ଗ୍ରାମର ପ୍ରଧାନମାନଙ୍କୁ ସେମାନଙ୍କ ପଞ୍ଚାୟତ ଅଞ୍ଚଳର ନାଗରିକମାନଙ୍କୁ ଅନ୍ତର୍ଜାତୀୟ ଯୋଗ ଦିବସରେ ଅଂଶଗ୍ରହଣ କରିବାକୁ ଉତ୍ସାହିତ ଏବଂ ଅନୁପ୍ରାଣିତ କରିଥିଲେ । ସେ ଯୋଗକୁ ସମଗ୍ର ଜୀବନର ଏକ ଅଂଶ କରିବା ନିମନ୍ତେ ନେତୃତ୍ୱ ନେବାକୁ ସରପଞ୍ଚମାନଙ୍କୁ ଅନୁରୋଧ କରିଥିଲେ ।  ଗ୍ରାମ ସ୍ତରରେ ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୫ କୁ ଏକ ପ୍ରକୃତ ଜନ ଆନ୍ଦୋଳନରେ ପରିଣତ କରାଯାଇଛି । ଯୋଗ କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱରେ ଲୋକଙ୍କ ଜୀବନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିଛି । ଏହି ବର୍ଷର ବିଷୟ ବସ୍ତୁ – "ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ"– କେବଳ ବ୍ୟକ୍ତିଗତ କଲ୍ୟାଣ ଉପରେ ନୁହେଁ ବରଂ ମାନବଜାତି ମଧ୍ୟରେ ଏକତା, ପରିବେଶଗତ ସମନ୍ୱୟ ଏବଂ ବିଶ୍ୱ କଲ୍ୟାଣ ଉପରେ ମଧ୍ୟ ଗୁରୁତ୍ୱାରୋପ କରୁଛି । ପ୍ରଧାନମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି ଯେ ଏହି ପଦକ୍ଷେପ ପ୍ରତି ଘରେ ପହଞ୍ଚିବ ଓ ଯୋଗକୁ ନିତି ଦିନିଆ ଜୀବନର ଏକ ଅଂଶ କରିବା ପ୍ରତି ବ୍ୟକ୍ତିକୁ ଅନୁପ୍ରାଣିତ କରିବ । ଉତ୍ସାହର ସହିତ ଆଜି ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତର ସ୍କୁଲ, ଅଙ୍ଗନୱାଡି, ପଞ୍ଚାୟତ ଭବନ ଏବଂ ସାର୍ବଜନୀନ ସ୍ଥାନରେ ସ୍ୱତନ୍ତ୍ର ଯୋଗ ଅଧିବେଶନ, ସାମୁଦାୟିକ ପ୍ରସାର କାର୍ଯ୍ୟ ଏବଂ ସାଧାରଣ ଯୋଗାଭ୍ୟାସ ପ୍ରଦର୍ଶନ କରାଯାଇଛି। ଏହି ଶିବିରରେ ଯୋଗର ବିଭିନ୍ନ ମୁଦ୍ରା ସହ ଶାନ୍ତି ମନ୍ତ୍ର ଓ ଶପଥ ପାଠ କରା ଯାଇଥିଲା।  ଏହି ଅବସରରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ କର୍ମଚାରୀ ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like